ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା

ଡାବୁଗାଁ, ୯/୧୦ ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସଦରମହକୁମା ସ୍ଥିତ ରେଲି ସାହି ଠାରେ ରବିବାର ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ ହୋଇଛି | ଏଥିରେ ଶନିବାର ସନ୍ଧ୍ୟାରେ ମା ଠାକୁରାଣୀ ମନ୍ଦିର ପୋଖରୀରୁ ପାଣି ଅଣାଯାଇଥିଲା | ରବିବାର ସକାଳୁ ମାଙ୍କ ବିଭିନ୍ନ ରୀତିନୀତି ଅନୁଯାଇ ପୂଜା ଆରମ୍ଭ ହୋଇଯାଇଛି | ଏଥିରେ ରଞ୍ଜିତ କୁମାର ଘରାଇ ଓ ଭଗବାନ ଖୁଣ୍ଟିଆ ପ୍ରମୁଖ କର୍ତ୍ତା ଭାବେ ଦାୟିତ୍ଵ ରେ ରହିଥିବା ବେଳେ ମୁଖ୍ୟ ପୂଜକ ଭାବେ ଚୈତନ ଦାସ ମାଁ ଙ୍କ ପୂଜା କରିଥିଲେ | ଏଥିରେ ମା ଗଜଲକ୍ଷ୍ମୀ ପୂଜା କମିଟିର ଉପଦେଷ୍ଟା କେଶବ ରେଲି, ଜଗନ୍ନାଥ ରେଲି, ଲବ ରେଲି, ପାପନ୍ନା ରେଲି, ସୁରେନ୍ଦ୍ର ରେଲି, ଶୋଭା ରେଲି, ଗୋପୀ ରେଲି, ସୁଦର୍ଶନ ରେଲି, ଶଶୀ ରେଲି, ଜିତୁ ରେଲି ଓ ଅନ୍ୟ ମାନେ ପରିଚାଳନା କରୁଛନ୍ତି | ଆସନ୍ତା ୧୬ ତାରିଖ ରବିବାର ମାଁ ଙ୍କ ଭସାଣି ଯାତ୍ରା ଅନୁଷ୍ଠିତ ହେବ |

ପ୍ରଜ୍ଞାରଞ୍ଜନ ପରିଡା, ଡାବୁଗାଁ

Related posts

ଜିଲ୍ଲାସ୍ତରୀୟ ବିଶ୍ୱ ମତ୍ସ୍ୟ ଦିବସ ପାଳିତ

Sunil Chandra Nayak

ବେଣୁଧର ସୂତାର ଙ୍କ କବିତା କହଲୋ ଶେଫାଳି

Sunil Chandra Nayak

ଗୁଣ୍ଡୁରୀ ତେଲ ନଦୀ ପଥର ଚଟାଣରେ ଜଣେ ବୃଦ୍ଧଙ୍କ ମୃତ ଦେହ ଉଦ୍ଧାର

Sunil Chandra Nayak

Leave a Comment

error: Content is protected !!