ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ପବିତ୍ର କାର୍ତ୍ତିକ ବ୍ରତ ଆରମ୍ଭ ଅବସରରେ ପୁରୀରେ ହବିଷ୍ୟାଳୀ ମା’ମାନଙ୍କ ସୁବିଧା ପାଇଁ ‘ବୃନ୍ଦାବତୀ ନିବାସ’ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ପୁରୀରେ ହବିଷ୍ୟାଳି ମା’ମାନଙ୍କ କାର୍ତ୍ତିକ ବ୍ରତ ଆରମ୍ଭ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ହବିଷ୍ୟାଳି ମା’ମାନଙ୍କ ପାଇଁ ‘ବୃନ୍ଦାବତୀ ନିବାସ’ ଲୋକାର୍ପିତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସବୁ ହବିଷ୍ୟାଳି ମା’ମାନଙ୍କୁ ସ୍ବାଗତ କରି ସମସ୍ତଙ୍କୁ ଗୋଟିଏ ଗୋଟିଏ ଶାଲ୍‌ ଉପହାର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି।

ମା’ ମାନେ ଶାନ୍ତି ଓ ଆନନ୍ଦରେ କାର୍ତ୍ତିକ ବ୍ରତ ପାଳନ କରିବେ ବୋଲି ଆଶା ପ୍ରକାଶ କରି ମୁଖ୍ୟମନ୍ତ୍ରୀ ସେମାନଙ୍କ ଓ ସେମାନଙ୍କ ପରିବାର ତଥା ସାରା ଓଡିଶାବାସୀଙ୍କ ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ କାମନା କରିଥିଲେ। 

ଏହି ଅବସରରେ ୩ ଜଣ ହବିଷ୍ୟାଳି ମା’ ଗଞ୍ଜାମର ଉର୍ମିଳା ପଟ୍ଟନାୟକ, ମୟୁରଭଞ୍ଜର ସାବିତ୍ରୀ ବିନ୍ଧାଣି ଓ ପୁରୀର ଡ଼ଲିମଣି ନାଇଡ଼ୁ ସେମାନଙ୍କ ଏହି ନୂଆ ସୁବିଧା ସଂପର୍କରେ ମତବ୍ୟକ୍ତ କରି କହିଲେ ଯେ ମୁଖ୍ୟମନ୍ତ୍ରୀ ଆମ ପାଇଁ ସବୁ ସୁବିଧା କରିଛନ୍ତି। ରହିବା, ଶୋଇବା, ଖାଇବା କୌଣସିରେ ଅସୁବିଧା ନାହିଁ । ଜଗନ୍ନାଥ ମହାପ୍ରଭୁ ଆମ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୋଟିଏ ପରମାୟୁ ଦିଅନ୍ତୁ କହି ସେମାନେ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଆଶୀର୍ବାଦ ଭିକ୍ଷା କରିଥିଲେ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

ସତ୍ୟରଞ୍ଜନ ସ୍ୱାଇଁ ଙ୍କ କବିତା ଦୁଃଖ

Sunil Chandra Nayak

ମସୀହା ରେ ଖବର ପ୍ରସାରଣ  ଏବଂ ବିଏଚ୍ ଆର୍ ସି ର ଟ୍ୟୁଇଟ ଅବଗତ ପରେ ପ୍ରଶାସନ ତତ୍ପର 

Sunil Chandra Nayak

କଲଚରାଲ ଏକାଡେମୀର ୩୧ତମ ପତ୍ର ପତ୍ରିକା ଦିବସ ପାଳିତ

Sunil Chandra Nayak

Leave a Comment

error: Content is protected !!