ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ରାଜ୍ୟରେ ଉଚ୍ଛେଦ ହୋଇପାରେ ଚୁକ୍ତିଭିତ୍ତିକ ନିଯୁକ୍ତି ପ୍ରଥା..

ଦାବି ପୂରଣ କରିବାକୁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ସୂଚନା

ରାଜ୍ୟରେ ଶୀଘ୍ର ଚୁକ୍ତିଭିତ୍ତିକ ନିଯୁକ୍ତି ପ୍ରଥା ଉଚ୍ଛେଦ ହୋଇପାରେ,ଗତକାଲି ଓଡିଶା ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘ ସହ ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୀଘ୍ର ଦାବି ପୂରଣ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି । ରାଜ୍ୟରେ ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ଏବଂ ୬ ବର୍ଷର ଚୁକ୍ତିଭିତ୍ତିକ ନିଯୁକ୍ତିକୁ ଚାକିରି କାର୍ଯ୍ୟକାଳରେ ମିଶାଇବାକୁ ଦାବି ହୋଇ ଆସୁଛି । ଏହି ଦୁଇଟି ଦାବି ତୁରନ୍ତ ପୂରଣ କରିବା ପାଇଁ ଗତକାଲି ଓଡିଶା ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘର କର୍ମକର୍ତ୍ତା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଯାଇଥିଲେ ।

ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସିଂରେ ସଂଘର କର୍ମକର୍ତ୍ତାଙ୍କ ସହ ଆଲୋଚନା କରି ଶୀଘ୍ର ଦାବି ପୂରଣ କରିବାକୁ ପ୍ରତିଶ୍ରୁତି ଦେଇଥିବା ସୂଚନା ମିଳିଛି । ଆଲୋଚନା ସମୟରେ ବିଧାୟକ ପ୍ରଣବ ପ୍ରକାଶ ଦାସ ଓ ଫାଇଭ ଟି ସଚିବ ଭିକେ ପାଣ୍ଡିଆନ ମଧ୍ୟ ଉପସ୍ଥିତ ରହିଥିଲେ । ମାସେ ଭିତରେ ସରକାର କୌଣସି ନିଷ୍ପତ୍ତି ନନେଲେ ପରବର୍ତ୍ତୀ ପଦକ୍ଷେପ କଣ ହେବ ସେନେଇ ସଂଘ ବୈଠକରେ ନିଷ୍ପତ୍ତି ନିଆଯିବ ବୋଲି ମହାସଂଘ ପକ୍ଷରୁ କୁହାଯାଇଛି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

ନିଳମାଧବ ଆଦିବାସୀ ଶବର ସଂଘ ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବିପତ୍ର

Sunil Chandra Nayak

ଥୁଆମୂଳ ରାମପୁର ବ୍ଳକର ଶହେରୁ ଉର୍ଦ୍ଧ୍ବ ବିଜେଡି କର୍ମୀ କଂଗ୍ରେସ ଦଳରେ ସାମିଲ

Sunil Chandra Nayak

ଆଜାଦି କା ଅମୃତ ମହୋତ୍ସବ ପାଇଁ ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ବାଇକ ରେଲି ସଚେତନତା

Sunil Chandra Nayak

Leave a Comment

error: Content is protected !!