ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା; ରାଜ୍ୟରୁ ଉଚ୍ଛେଦ ହେଲା ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା

ନିୟମିତ ହେବେ ୫୭ ହଜାରରୁ ଅଧିକ କର୍ମଚାରୀ
ରାଜ୍ୟ ରାଜକୋଷରୁ ଖର୍ଚ୍ଚ ହେବ ୧୩୦୦ କୋଟି ଟଙ୍କା 

ଓଡିଶାରୁ ଶେଷ ହୋଇଛି ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା । ଏନେଇ ମୁଖ୍ୟମନ୍ତ୍ରୀ ଆଜି ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବା ସହିତ ଏହି ବଡ ଘୋଷଣା କରିଛନ୍ତି । ତେବେ ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା ଫଳରେ ରାଜ୍ୟର ପ୍ରାୟ ୫୭ ହଜାରରୁ ଅଧିକ କର୍ମଚାରୀ ନିୟମିତ ହେବେ । ଏଥିପାଇଁ ରାଜ୍ୟ ରାଜକୋଷରୁ ହାରାହାରି ୧୩୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହେବ ବୋଲି ସୂଚନା ରହିଛି ।

ଆଜି ରାଜ୍ୟବାସୀଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡିଶାବାସୀଙ୍କ ଆଶୀର୍ବାଦରେ ସେ ୨୦୦୦ ମସିହାରେ ଓଡିଶା ମା’ର ସେବାର ସୁଯୋଗ ପାଇଥିଲେ । ମହାବାତ୍ୟା ପର ସ୍ଥିତି ଓ ଦୁର୍ବଳ ଆର୍ଥିକ ଅବସ୍ଥା ତାଙ୍କ ପାଇଁ ସବୁଠାରୁ ବଡ ଚ୍ୟାଲେଞ୍ଜ ଥିଲା । ସେତେବେଳେ ରାଜ୍ୟ ଓଭର ଡ୍ରାଫ୍ଟରେ ଚାଲୁଥିଲା। ନିତିଦିନ ଖର୍ଚ୍ଚ ପାଇଁ ସରକାରଙ୍କୁ ରିଜର୍ଭ ବ୍ୟାଙ୍କ ଉପରେ ନିର୍ଭର କରିବାକୁ ପଡୁଥିଲା । ତେବେ ଓଡିଶା ଅର୍ଥନୀତି ପାଇଁ ଏହା ଏକ କଳା ସମୟ ଥିଲା ।

ଏହି ସମୟରେ ରାଜକୋଷ ଖାଲି ଥିଲା। ଅର୍ଥନୀତି ଉପରେ ବହୁତ ଚାପ ଥିଲା। ଶିକ୍ଷା, ସ୍ବାସ୍ଥ୍ୟ, ଭିତ୍ତିଭୂମି, କୃଷି, ଜଳସେଚନ ଆଦି ବିଭିନ୍ନ କ୍ଷେତ୍ରରେ ଆମେ ବହୁତ ପଛୁଆ ଥିଲୁ । ବନ୍ୟା ବାତ୍ୟା ମରୁଡି ଲାଗି ରହିଥିଲା ଗରିବୀ ମଧ୍ୟ ବହୁ ଅଧିକ ଥିଲା । ସୀମିତ ସମ୍ବଳ ଭିତରେ ଏସବୁ କ୍ଷେତ୍ରରେ ଉନ୍ନତି ଆଣିବା ଥିଲା ଆମ ପାଇଁ ସବୁଠାରୁ ବଡ ପ୍ରାଥମିକତା ଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

“ସେତେବେଳେ ନିଯୁକ୍ତି ପୁରାପୁରି ବନ୍ଦ ଥିଲା । ପୋଷ୍ଟ ସବୁ ଉଚ୍ଛେଦ କରିବାକୁ ପଡୁଥିଲା । ଏହା ମୋ ପାଇଁ ବହୁତ କଷ୍ଟକର ଥିଲା। ମୋ ରାଜ୍ୟର ପିଲାମାନେ ନିଯୁକ୍ତି ନ ପାଇ ହଇରାଣ ହେଉଥିଲେ। ଏହା ମୋତେ ବହୁତ ଦୁଃଖ ଦେଉଥିଲା । ପ୍ରତିଦିନ ମୋ ମନରେ ଚିନ୍ତା ଥିଲା, କେବେ ପରିସ୍ଥିତିରେ ଉନ୍ନତି ଆସିବ ଏବଂ ଆମ ପିଲାମାନେ ରେଗୁଲାର ନିଯୁକ୍ତି ପାଇବେ ? ଆପଣମାନଙ୍କର ସହଯୋଗ ଓ ମହାପ୍ରଭୁଙ୍କ ଆଶୀର୍ବାଦ ହିଁ ଆମର ସବୁଠାରୁ ବଡ ଶକ୍ତି । ଉତ୍ତମ ଆର୍ଥିକ ପରିଚାଳନା ଓ ସୁଶାସନ ଜରିଆରେ ହିଁ ଧିରେ ଧିରେ ପରିସ୍ଥିତିରେ ଉନ୍ନତି ଆସିଲା । ୨୦୧୩ରୁ ଆମେ ଚୁକ୍ତିଭିତ୍ତିକ ନିଯୁକ୍ତି ଆରମ୍ଭ କଲୁ । ଏହା ମଧ୍ୟ ମୋ ପାଇଁ ଏକ କଷ୍ଟକର ନିଷ୍ପତ୍ତି ଥିଲା । ଏବେ ଆମ ଅର୍ଥନୀତିରେ ଉନ୍ନତି ଆସିଛି । ବିକାଶ କ୍ଷେତ୍ରରେ ଓଡିଶା ସାରା ଦେଶରେ ଏକ ନୂଆ ପରିଚୟ ସୃଷ୍ଟି କରିପାରିଛି । ଗତ ବର୍ଷ ଆମେ ଏହି ଚୁକ୍ତିଭିତ୍ତିକ ନିଯୁକ୍ତିକୁ ପରିବର୍ତ୍ତନ କରି ଇନିସିଆଲ ଆପଏଣ୍ଟି କରିଥିଲୁ”, ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏଥିସହିତ ଆଜିଠୁ ରାଜ୍ୟରେ ଏହି ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଚ୍ଛେଦ ହେଉଛି ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏଥିସହିତ ସରକାରୀ କର୍ମଚାରୀମାନେ ସମସ୍ତେ ଭଲ କାମ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି । ନିଷ୍ଠାର ସହ ଲୋକଙ୍କ ସେବା କରିବାକୁ ନବୀନ ନିବେଦନ କରିଛନ୍ତି । ଦାୟିତ୍ବ ପାଳନ କରିବାବେଳେ, ୫-ଟି ଉପକ୍ରମ, ଟିମ୍‌ ୱାର୍କ, ଟେକ୍ନୋଲୋଜି, ଟ୍ରାନ୍ସପ୍ୟାରେନ୍ସି ଓ ଟ୍ରାନସଫରମେସନକୁ ଅନୁସରଣ କରନ୍ତୁ। ସରକାରଙ୍କ ପରିଚୟକୁ ଆହୁରି ଉଜ୍ଜଳ କରନ୍ତୁ ଏବଂ ଓଡିଶାର ରୂପାନ୍ତରରେ ନିଜର ଗୁରୁତ୍ବପୂର୍ଣ୍ଣ ଅବଦାନ ରଖନ୍ତୁ ବୋଲି ନବୀନ କହିଛନ୍ତି ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

କୈଳାସ ଚ଼ନ୍ଦ୍ର ପାଢ଼ୀ ଙ୍କ କବିତା ।। ଜମା ଭଲ ଲାଗୁନାହିଁ ।।

Sunil Chandra Nayak

ବିନା ସୂଚନା ଫଳକରେ ଚାଲିଛି ଲକ୍ଷ୍ୟ ଲକ୍ଷ୍ୟ ଟଙ୍କାର ମାଟି କାମ

Sunil Chandra Nayak

ଫରଙ୍ଗରେ ନୃତନ ଗୋରୁବଜାର ଉଦଘାଟନ

Sunil Chandra Nayak

Leave a Comment

error: Content is protected !!