ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ

କର୍ଲାମୁଣ୍ଡା: କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରେଗଡା ଗ୍ରାମ ପଞ୍ଚାୟତରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି l ଏହି ଶିବିରରେ କର୍ଲାମୁଣ୍ଡା ବ୍ଲକ୍‌ ଅଧ୍ୟକ୍ଷା ଶ୍ରୀମତୀ କୁନି ସାହୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ସିଦ୍ଧେଶ୍ୱର ମେହେର, ସହକାରୀ ଯନ୍ତ୍ରୀ ସନ୍ଦୀପ ନାଏକ, ସରପଞ୍ଚ ଦୀପ୍ତିରାଣୀ ପରିଡା, ଜିଲ୍ଲା ପରିଷଦ ସଭ୍ୟ ସୁରେଶ ଚୌଧୁରୀ, ପିଇଓ, ଜିଆର୍‌ଏସ୍‌ ଓ ସମସ୍ତ ୱାର୍ଡ ମେମ୍ବର ପ୍ରମୁଖ ଉପସ୍ଥିତ ଥିଲେ l ଉକ୍ତ ଶିବିରରେ ରାସନ କାର୍ଡ, ଆବାସ ଯୋଜନା, ଭତ୍ତା, ମନରେଗା ଯୋଜନାରେ ପ୍ରକୃତ ଶ୍ରମିକଙ୍କୁ କାମ ଯୋଗାଇ ଦେବା, ଯୋଗାଯୋଗ ପାଇଁ ବିଭିନ୍ନ ରାସ୍ତା ଘାଟ ଉନ୍ନତିକରଣ ଭଳି ଅନେକ ଅଭିଯୋଗ ଆସିଥିଲା l

କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

କେସିଙ୍ଗା ରେ ଜଣେ ଅଜଣା ବ୍ୟକ୍ତି ଙ୍କ ମୃତ୍ୟୁ

ବାଳିକା ଉଚ୍ଚ ବିଦ୍ୟାଳୟରେ ବନ ମହୋତ୍ସବ ପାଳିତ

ପୂର୍ଣ୍ଣଚନ୍ଦ୍ର ଭବନ ପରିସରରେ ରାଇରଙ୍ଗପୁର ନିର୍ବାଚନ ମଣ୍ଡଳୀ ସ୍ତରୀୟ ବିଜେଡି ସାଂଗଠନିକ ବୈଠକ

Sunil Chandra Nayak

Leave a Comment

error: Content is protected !!