ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ରାଜ୍ୟରେ ନିର୍ମାଣ ହେବ ୩୩୮ଟି ନୂଆ ଡାକ୍ତରଖାନା ଓ ସ୍ବାସ୍ଥ୍ୟ କେନ୍ଦ୍ର

ଟୁଇଟ୍‌ କରି ସୂଚନା ଦେଲା ସ୍ବାସ୍ଥ୍ୟ ବିଭାଗ

ରାଜ୍ୟର ସ୍ବାସ୍ଥ୍ୟ ଭିତ୍ତିଭୂମି‌ରେ ଉନ୍ନତି ଆସିବ। ଗ୍ରାମାଞ୍ଚଳ ଠାରୁ ସହରାଞ୍ଚଳ ପର୍ଯ୍ୟନ୍ତ ଲୋକେ ସହଜରେ ସ୍ବାସ୍ଥ୍ୟ ସେବା ପାଇପାରିବେ । ଉପାନ୍ତ ଓ ଦୁର୍ଗମ ଅଞ୍ଚଳରେ ଥିବା ଅସୁବିଧାକୁ ଦୂର କରିବା ପାଇଁ ରାଜ୍ୟ ସରକାର ବ୍ୟାପକ ପଦକ୍ଷେପ ନେଇଛନ୍ତି। ଏଥି ପାଇଁ ସରକାର ଆଗାମୀ ଦିନରେ ୩୩୮ଟି ଉପଖଣ୍ଡ ଡାକ୍ତରଖାନା, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର (ସିଏଚ୍‌ସି) ଓ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର (ପିଏଚ୍‌ସି) ନିର୍ମାଣ କରିବେ।ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ଏହି ସୂଚନା ଦିଆଯାଇଛି।

ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଅନୁସାରେ ରାଜ୍ୟର ବିଭିନ୍ନ ସ୍ଥାନରେ ୧୨ଟି ଉପଖଣ୍ଡ ଡାକ୍ତରଖାନା, ୨୦ଟି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ୩୦୬ଟି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ନିର୍ମାଣ ହେବ। ଏକକାଳୀନ ନୂତନ ଭାବେ ୩୩୮ଟି ଡାକ୍ତରଖାନା ଓ ସ୍ବାସ୍ଥ୍ୟ କେନ୍ଦ୍ର ନିର୍ମାଣ ହେବା ପରେ ବିଶେଷ ଭାବେ ଗ୍ରାମାଞ୍ଚଳର ଲୋକେ ବହୁ ଉପକୃତ ହେବେ।

ତେବେ ୩୩୮ଟି ଡାକ୍ତରଖାନା ଓ ସ୍ବାସ୍ଥ୍ୟ କେନ୍ଦ୍ରଗୁଡ଼ିକର ନିର୍ମାଣ ହେବା ପରେ ସ୍ବାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ଆସିବା ସହିତ ଯୁବକ-ଯୁବତୀଙ୍କୁ ନିଯୁକ୍ତିର ସୁଯୋଗ ମିଳିପାରିବ। ଡାକ୍ତର, ମେଡିକାଲ ଅଧିକାରୀ, ଫାର୍ମାସିଷ୍ଟ, ଷ୍ଟାଫ୍‌ ନର୍ସ ଓ ୪ର୍ଥ ଶ୍ରେଣୀ କର୍ମଚାରୀଙ୍କୁ ନିଯୁକ୍ତି ମିଳିବ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

ଧର୍ମଗଡ ବ୍ଲକ ପ୍ରଥମିକ ଶିକ୍ଷକ ସଂଘ : ନବ ନିର୍ବାଚିତ ସଦସ୍ୟ ଙ୍କ ଶପଥ ପାଠ ଉତ୍ସବ

Sunil Chandra Nayak

ବିଜୁଳି ଗ୍ରାହକଙ୍କୁ ଜୋରିମାନା ଓ ମାଡ ସାଙ୍ଗକୁ ଅଘୋଷିତ ବିଜୁଳି କାଟ, ଉପଭୋକ୍ତା ହେଲେ ହନ୍ତ ସନ୍ତ

Sunil Chandra Nayak

ଲିଭି ଯାଉଥିବା ଆକାଶ ଦୀପ କୁ ପୁଣି ତେଜିଲା ଶ୍ରୀ ଜଗନ୍ନାଥ ଟ୍ରଷ୍ଟ 

Sunil Chandra Nayak

Leave a Comment

error: Content is protected !!