ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ରାଇରଙ୍ଗପୁର : ପୁରୁଣାଘାଟିରେ ବିଜେଡିର ଜନ ସଂପର୍କ ପଦଯାତ୍ରା

ମୟୂରଭଞ୍ଜ -୨୮/୧୦/୨୨(ମସିହା) ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀଠାରୁ ନଭେମ୍ବର ୨ ପର୍ଯ୍ୟନ୍ତ ବିଜୁ ଜନତା ଦଳର ଜନ ସଂପର୍କ ଆରମ୍ଭ ହୋଇଛି । ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ପୌରାଞ୍ଚଳ ଅନ୍ତର୍ଗତ ୮ ନମ୍ବର ଓ୍ବାର୍ଡ ପୁରୁଣାଘାଟୀ ଗ୍ରାମରେ ବିଜୁ ଜନତା ଦଳ ପକ୍ଷରୁ ଏକ ବିଶାଳ ଜନ ସଂପର୍କ ପଦଯାତ୍ରା ଶୁକ୍ରବାର ଦିନ ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ବିଜେଡି ନେତା ଦିପ୍ତିମାନ ବଳ ଏବଂ କାଉନସିଲର ପୂର୍ଣ୍ଣିମା ମହାନ୍ତଙ୍କ ନେତୃତ୍ୱରେ ପଦଯାତ୍ରା ଆରମ୍ଭ ହୋଇଥିଲା।ଏହି ଅବସରରେ ମୟୂରଭଞ୍ଜ ଜିଲ୍ଲାର (୨) ବିଜେଡ଼ି ଜିଲ୍ଲା ସଭାପତି କାଶୀନାଥ ହେମ୍ବ୍ରମ,ବରିଷ୍ଠ ବିଜେଡି ନେତା ଶୁଶାନ୍ତ ଚୌଧୁରୀ (ମନୁ),ବିଜୁ ଯୁବ ବିଜେଡି ସଭାପତି ତଥା ରାଇରଙ୍ଗପୁର ପୌରାଧ୍ଯକ୍ଷ ଅଭିଷେକ ପଟ୍ଟନାୟକ,ପୌର ଉପାଧ୍ଯକ୍ଷା ମମିତା ଚୌଧୁରୀ, କାଉନସିଲର ବୃନ୍ଦ,ବିଜେଡି ମହିଳା ସଭାନେତ୍ରୀ ତନୁଜା ମହାନ୍ତ, ଜିଲ୍ଲା ପରିଷଦ ସଦସ୍ୟ ରାମଚନ୍ଦ୍ର ମୁର୍ମୁ, ଜିଲ୍ଲା ପରିଷଦ ସଦସ୍ୟା ଲିପିକା ମଣ୍ଡଳ, ଓ ଜିଲ୍ଲା ପରିଷଦ ସଦସ୍ୟା ସୂର୍ଯ୍ୟମଣି ହାଁସଦା, ରାଇରଙ୍ଗପୁର ବ୍ଳକ ଅଧ୍ୟକ୍ଷ ଜ୍ଞାନ ରଂଜନ ହେମ୍ବ୍ରମ, ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ଜଲେନ ନାଏକ, ତିରିଂ ବ୍ଳକ ପୂର୍ବତନ ଅଧ୍ଯକ୍ଷା ଜେମାମଣି ଷୁଣ୍ଢୀ , ଅଂଜନ ମଣ୍ଡଳ, ଶାଶ୍ଵତ ବଳ, ସୌମ୍ୟରଞ୍ଜନ ଦାସ, ବନ୍ଧନ ବଳ, ସତ୍ୟଜିତ ଦାସ,ସିପୁ ଦାସଙ୍କ ସମେତ ବହୁ ସଂଖ୍ୟାରେ ଯୁବ ଛାତ୍ର, ମହିଳା, ଶ୍ରମିକ,ଦଳୀୟ କର୍ମକର୍ତ୍ତାବୃନ୍ଦ, ଖଟିଖିଆ ପ୍ରମୁଖ ଶତାଧିକ ସମର୍ଥକ ଯୋଗ ଦେଇ ଏଥିରେ ସକ୍ରିୟ ସହଯୋଗ କରିବା ସହିତ ପଦଯାତ୍ରାରେ ସାମିଲ ହୋଇଥିଲେ । ପ୍ରାରମ୍ଭରେ ପୁରୁଣାଘାଟୀ ଖେଳପଡ଼ିଆ ନିକଟରୁ ଏହି ପଦଯାତ୍ରାଟି ବାହାରି ସମଗ୍ର ଗ୍ରାମ ସହ ଘରକୁ ଘର ବୁଲି ପ୍ରଚାର କରାଯାଇଥିଲା । ଦଳୀୟ କର୍ମୀବୃନ୍ଦ ଘରକୁ ଘର ନବୀନ ସରକାରଙ୍କ ଯୋଜନାର ସଫଳତାର ବାର୍ତ୍ତା ପହଞ୍ଚାଇଥିଲେ । ନବୀନ ସରକାରଙ୍କ ମମତା ଯୋଜନା, ମହିଳା ସଶକ୍ତିକରଣ,କାଳିଆ ଯୋଜନା, ଖାଦ୍ୟ ସୁରକ୍ଷା,ବିଜୁ କୃଷକ ଯୋଜନା,ବିଜୁ ସ୍ବାସ୍ଥ୍ୟ ଯୋଜନା,କୋଭିଡିର ସଫଳ ମୁକାବିଲା,ମହାବାତ୍ୟା ମୁକାବିଲା, ହରିଶ୍ଚନ୍ଦ୍ର ଯୋଜନା,୫ଟି,ମିଶନ ଶକ୍ତି,ସ୍କିଲଡ୍ ଇନ୍ ଓଡ଼ିଶା,ଜାଗା ମିଶନ,ବିଶ୍ଵ ସ୍ତରୀୟ କ୍ରୀଡା ଯୋଜନା, ସାମାଜିକ ସୁରକ୍ଷା, ଦାରିଦ୍ର୍ୟ ଦୂରୀକରଣ ଯୋଜନା,କ୍ରୀଡାର ବିକାଶ,ବିଶ୍ବ କପ୍ ହକି ଖେଳ ଆୟୋଜନ,ଯୁବ ମହିଳା ବିଶ୍ଵ କପ୍ ଫୁଟବଲ୍ ଆୟୋଜନ ପ୍ରମୁଖ ବହୁ ଜନ କଲ୍ୟାଣ ଯୋଜନା ଉପରେ ଲୋକଙ୍କୁ ଅବଗତ କରାଇଥିଲେ । ସରକାରଙ୍କ ଯୋଜନାରେ କିଭଳି ସାମିଲ ହୋଇ ଉପକୃତ ହେବାକୁ ଗ୍ରାମବାସୀଙ୍କୁ ପରାମର୍ଶ ଦିଆଯାଇଥିଲା ।ଜନ ସଂପର୍କ ଯାତ୍ରାକୁ ସଫଳ କରାଇଥିବାରୁ ସମସ୍ତ ନେତୃବୃନ୍ଦ, ଗ୍ରାମବାସୀ , ଛାତ୍ର, ମହିଳା ପ୍ରମୁଖ ସାମିଲ ହୋଇ ସଫଳ କରାଇଥିବାରୁ ସମସ୍ତଙ୍କୁ ବରିଷ୍ଠ ବିଜେଡି ନେତା ଦିପ୍ତୀମାନ ବଳ କୃତଜ୍ଞତା ଜଣାଇଥିଲେ । 

ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ବାଳ ଙ୍କ ରିପୋର୍ଟ 

Related posts

ମାନଗୋବିନ୍ଦ ସ୍ବାଇଁ ଙ୍କ କବିତା ଜଣାଣ

Sunil Chandra Nayak

ମାଂସ ତରକାରୀ ନେଲା ଝିଅ ର ଜୀବନ

Sunil Chandra Nayak

ଅସୁରଗଡ ଗ୍ରାମରେ ଶ୍ରୀ ରାମଲୀଳା ଉତ୍ସବ

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort