ଭବାନୀପାଟଣା ତା ୩୧/୧୦/୨୦୨୨ ରିଖ ସ୍ଥାନୀୟ ସ୍ୱାମୀ ବିବେକାନନ୍ଦ ପବ୍ଲିକ ସ୍କୁଲ ଠାରେ ରାଷ୍ଟ୍ରୀୟ ଏକତା ଦିବସ ପାଳନ କରାଯାଇଛି। ସ୍ୱାଧୀନତା ସମୟରେ ବିନା ରକ୍ତପାତରେ ଭାରତର ପ୍ରାୟ ସମସ୍ତ ଦେଶିୟ ରାଜ୍ୟଗୁଡ଼ିକୁ ଏକାଠି କରିବାରେ ବଲ୍ଲଭଭାଇ ପଟେଲଙ୍କ ଅବଦାନ ଓ ତାଙ୍କୁ “ଲୌହ ମାନବ” ଉପାଧି ମିଳିଥିଲା । ତାଙ୍କର ସ୍ମୃତିରେ ୨୦୧୪ ମସିହାରୁ ପ୍ରତିବର୍ଷ ତାଙ୍କର ଜନ୍ମତିଥି ୩୧ ଅକ୍ଟୋବରକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ ହୋଇ ଆସୁଅଛି । “ଜାତୀୟ ଏକତା ଦିବସ” ହେଉଛି ଆମ ଦେଶର ଅନ୍ତର୍ନିହିତ ଶକ୍ତିକୁ ସ୍ଥିରତା ସହିତ ପୁନଃ ସଂଯୋଗ କରିବାର ଏକ ସୁଯୋଗ । ପୁଣି ଏହା ଆମ ଦେଶର ଏକତା ତଥା ଅଖଣ୍ଡତା ପ୍ରତି ପ୍ରକୃତ ତଥା ସମ୍ଭାବ୍ୟ ବିପଦର ସାମନା କରିବାକୁ ଆମକୁ ସାହସ ଯୋଗାଇବା ସହ ଆମର ଦେଶପାଇଁ ସୁରକ୍ଷା ଯୋଗାଇବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି ସ୍କୁଲ ର ଅଧ୍ୟକ୍ଷ ତଥା ପ୍ରତିଷ୍ଠାତା ଡ଼. ଶିବରାମ ନାୟକ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଛାତ୍ର ଛାତ୍ରୀ ମାନକୁ ଉଦବୋଧନ ଦେଇଥିଲେ। ଶିକ୍ଷୟିତ୍ରୀ ମିକୁମିକ୍ସ ନାଏକ ସଭା ପରିଚାଳନା କରିଥିବା ବେଳେ ଶିକ୍ଷୟିତ୍ରୀ ଗୀତାଞ୍ଜଳି ସାହୁ ଧନ୍ୟବାଦ ଦେଇଥିଲେ। ସ୍କୁଲ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।