ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଭବାନୀପାଟଣା ଠାରେ ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୨ ପାଳିତ

ଭବାନୀପାଟଣା ତା ୪.୧୧.୨୦୨୨ :କଳାହାଣ୍ଡି ଜିଲ୍ଲା ପ୍ରଶାସନ ତଥା ଜିଲ୍ଲା ଦୁର୍ନୀତି ନିବାରଣ ବିଭାଗର ମିଳିତ ଆନୁକୁଲ୍ୟରେ ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ହୋଇଯାଇଛି।ଆଜି ସ୍ଥାନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଙ୍କ ଅଧ୍ୟକ୍ଷତାରେ ମୂଖ୍ୟ ଅତିଥି ରୂପେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ପୁଷ୍ପେନ୍ଦ୍ର କୁମାର ସିଂହଦେଓ , ସମ୍ମାନିତ ଅତିଥି ରୂପେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶରତ ଚନ୍ଦ୍ର ଶ୍ରୀଚନ୍ଦନ, ମୁଖ୍ୟ ଉନ୍ନୟନ ଅଧିକାରୀ,ଜିଲ୍ଲା ପରିଷଦ ଶ୍ରୀ ସଚିନ ପାୱାର,ପୌର ପରିଷଦ ଅଧ୍ୟକ୍ଷ ଶ୍ରୀମତୀ ସଂଯୁକ୍ତା ବେହେରା,ମୁଖ୍ୟବକ୍ତା ଡ କୈଳାଶ ଚନ୍ଦ୍ର ଦାସ( ବିଭାଗୀୟ ମୁଖ୍ୟ) ରାଜନୀତି ବିଜ୍ଞାନ କଳାହାଣ୍ଡି ବିଶ୍ଵବିଦ୍ୟାଳୟ ପ୍ରମୁଖ ଉପସ୍ଥିତ ଥିଲେ।ପ୍ରଥମେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ମନୋଜ ବେହେରା ସମସ୍ତଙ୍କୁ ସ୍ବାଗତ କରି ଦିବସ ପାଳନ ସମ୍ପର୍କରେ ସମ୍ୟକ ସୂଚନା ଦେଇଥିଲେ । ଡି ଏସ୍ ପି ଭିଜିଲାନ୍ସ ଶ୍ରୀ ସଦାନଦ ପାଣି ଓଡ଼ିଶାକୁ ଦୁର୍ନୀତିମୁକ୍ତ କରିବାରେ ବିଭାଗ ର ବିଭିନ୍ନ ପଦକ୍ଷେପ ଓ ସଚେତନତା ସୃଷ୍ଟି କରିବା ଉପରେ ବିଭିନ୍ନ ବିବରଣୀ ପ୍ରଦାନ କରିଥିଲେ । ସଭାର ଅଧ୍ୟକ୍ଷ ଜିଲ୍ଲାପାଳ ଙ୍କ ନେତୃତ୍ୱ ରେ ସମସ୍ତେ ଦୁର୍ନୀତି ର ମୂଳୋତ୍ପାଟନ ନିମନ୍ତେ ଶପଥ ପାଠ କରିଥିଲେ । ଗୃହ ରେ ଥିବା ଏଲ୍ଇଡି ସ୍କ୍ରିନ ରେ ସମସ୍ତେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା ଓ ଦୁର୍ନୀତି ନିବାରଣ ବିଭାଗର ଦୁର୍ନୀତିଗ୍ରସ୍ତ କର୍ମଚାରୀଙ୍କ ବିରୁଦ୍ଧରେ ନିଆଯାଇଥିବା ପଦକ୍ଷେପ ଉପରେ ଭିଡିଓ କ୍ଲିପ୍ ଦେଖିଥିଲେ ।

ଏହି ଅବସରରେ ସକାଳ ୯.୦୦ ଘ ସମୟରେ ସ୍ଥାନୀୟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରୁ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ, ମିଶନ୍ ଶକ୍ତି,ନେହେରୁ ଯୁବ କେନ୍ଦ୍ରର ସଭ୍ୟ,ବିଭିନ୍ନ କଲେଜର ଛାତ୍ର ଛାତ୍ରୀ,ବିଭାଗୀୟ ଅଧିକାରୀ ଏକ ବିରାଟ ଶୋଭାଯାତ୍ରା ରେ ସହର ପରିକ୍ରମା କରି ସଚେତନତା ସୃଷ୍ଟି କରିଥିଲେ ଏବଂ ମାଇକ ଦ୍ୱାରା ସ୍ଲୋଗାନ ଦିଆଯାଇଥିଲା।ସଭାରେ ମୁଖ୍ୟ ଅତିଥି,ସମ୍ମାନିତ ଅତିଥି ଓ ମୁଖ୍ୟବକ୍ତା ନିଜ ନିଜ ବକ୍ତବ୍ୟରେ ଦୁର୍ନୀତି ଏକ ସାମାଜିକ ବ୍ୟାଧି ଏବଂ ଦେଶର ପ୍ରଗତିରେ ଏହା ଏକ ବଡ଼ ପ୍ରତିବନ୍ଧକ ।ଏହାକୁ ସମୁଲେ ବିନାଶ କରିବା ପାଇଁ ସବୁ ସ୍ତରରେ ସଚେତନତା ସୃଷ୍ଟି କରିବା ସହ ଜନସେବା କ୍ଷେତ୍ରରେ ସାଧୁତା ଓ ସଚ୍ଚୋଟତା ଅବଲମ୍ବନ କରିବାକୁ ଆହ୍ବାନ କରିଥିଲେ ।ସପ୍ତାହ ପାଳନ ଅବସରରେ କଲେଜ ଓ ହାଇସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବକ୍ତୃତା,ପ୍ରବନ୍ଧ, ଚିତ୍ରାଙ୍କନ ପ୍ରତିଯୋଗିତାରେ ଉତିର୍ଣ୍ଣ ପ୍ରତିଯୋଗୀଙ୍କୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ। ଡି ଆଇ ପି ଆର୍ ଓ ଶ୍ରୀ ମନୋଜ ବେହେରା ସଭାକୁ ପରିଚାଳନା କରିଥିଲେ। ସଭାରେ ଅନ୍ୟମାନଙ୍କ ମଧ୍ୟରେ ଡି ଡବ୍ଲୁ ଓ, ଡି ଏସ୍ ଡବ୍ଲୁ ଓ,ଯୁବ ସଂଯୋଜକ,ନେହେରୁ ଯୁବ କେନ୍ଦ୍ର, ଜିଲ୍ଲା ନିୟୋଜନ ଅଧିକାରୀ,ଜିଲ୍ଲା କ୍ରୀଡ଼ା ଅଧିକାରୀ , ବିଭାଗୀୟ ଅଧିକାରୀ, ଭିଜିଲାନ୍ସ ବିଭାଗ ର ସୁଶାନ୍ତ ପଟ୍ଟନାୟକ ,ଶରତ ବେହେରା,ରାଜେଶ ନାୟକ,ବିଜୟ ସାହୁ ପ୍ରମୁଖ ସହଯୋଗ କରିଥିଲେ।

Related posts

ସାହିତ୍ୟ ଅଗଣା

Sunil Chandra Nayak

ଲାଠିକଟା ବ୍ଲକ ପାଇଁ ଫିଲ୍ଡ ଏକଜ୍ୟୁକିଟିଭ ଙ୍କ ନିଯୁକ୍ତି ପ୍ରଦାନ

Sunil Chandra Nayak

ପ୍ରଜା ପିତା ବ୍ରହ୍ମ କୁମାରୀ ପକ୍ଷରୁ ଶିବ ଜୟନ୍ତୀ ପାଳିତ

Sunil Chandra Nayak

Leave a Comment

error: Content is protected !!