ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

କଳାହାଣ୍ଡି ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ କଳା ଉତ୍ସବ ଅନୁଷ୍ଠିତ

ଭବାନୀପାଟଣା (ମ ନି ସ), ୫।୧୧: ସ୍ଥାନୀୟ ବ୍ରଜମୋହନ ହାଇସ୍କୁଲ୍ ପରିସରରେ କଳାହାଣ୍ଡି ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୨’ ତଥା କଳା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଡିଇଓ ସୁଶାନ୍ତ ଚୋପଦାରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦଘାଟନୀ ସମାରୋହରେ ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଏଡିଇଓ ଟେମଲାଲ ଦୁବେ, ବିଏମ୍ ହାଇସ୍କୁଲର ପ୍ରଧାନଶିକ୍ଷକ ଷଷ୍ଠୀ ଝାଙ୍କର, ମ.ରାମପୁର ବିଇଓ ଠାକୁର ସାହୁ ଯୋଗ ଦେଇଥିଲେ। ମଞ୍ଚ ପରିଚାଳନା କରିଥିଲେ ଶିକ୍ଷକ ଡିଲେଶ୍ୱର ରଣା। ସ୍ୱାଗତ ନୃତ୍ୟ ପରିବେଷଣ କରିଥିଲେ କୁନି କଳାକାର ଶ୍ରେୟାଶ୍ରୀ ପଟ୍ଟନାୟକ। ଏଥିରେ ଜିଲ୍ଲାର ୧୩ଗୋଟି ବ୍ଲକରୁ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିତର୍କ, ପ୍ରବନ୍ଧ ଲିଖନ, ଚିତ୍ରାଙ୍କନ, କୁଇଜ୍, ସୃଜନଶୀଳ ଲିଖନ, ବକ୍ତୃତା, ସଙ୍ଗୀତ, ଓଡ଼ିଆ ହସ୍ତାକ୍ଷର ଓ ଶ୍ରୁତଲିଖନ, ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମ, ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ ଚିତ୍ରକଳା ଓ ଶିଳ୍ପକଳା, ଶାସ୍ତ୍ରୀୟ ସଙ୍ଗୀତ, ପାରମ୍ପରିକ ଲୋକ ସଙ୍ଗୀତ, ଯନ୍ତ୍ର ସଙ୍ଗୀତ, ଶାସ୍ତ୍ରୀୟ ଓ ଲୋକ ନୃତ୍ୟ, ଟୁଡି ଓ ଥ୍ରୀଡି ଭିଜୁଆଲ୍ ଆର୍ଟ, ସ୍ବଦେଶୀ ଖେଳନା ଓ ଖେଳ, ଏକକ ଅଭିନୟ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଜିଲ୍ଲା ସ୍ତରରେ ପ୍ରଥମ ହୋଇଥିବା ଛାତ୍ରଛାତ୍ରୀମାନେ ରାଜ୍ୟ ସ୍ତରୀୟ ‘ସୁରଭି’ ଓ କଳା ଉତ୍ସବରେ ଅଂଶଗ୍ରହଣ କରିବେ ବୋଲି ସୂଚନା ମିଳିଛି। ଉଦଯାପନୀ ଉତ୍ସବରେ ଅତିଥି ଭାବେ ଧର୍ମଗଡ଼ ଉପଜିଲ୍ଲାପାଳ ବେଦଭୂଷଣ, ଡିଇଓ ସୁଶାନ୍ତ ଚୋପଦାର, ଏଡିଇଓ ଟେମଲାଲ ଦୁବେ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ମନୋଜ ବେହେରା, ନର୍ଲା ବିଇଓ ତପିମଣି ଜାନୀ, ଗୋଲାମୁଣ୍ଡା ବିଇଓ ନବକିଶୋର ସାହୁ, ପିଇଆଇ ମହେନ୍ଦ୍ର ପଣ୍ଡା, ଡିଏସ୍ଏସ୍ ଦୁଷ୍ମନ୍ତ ଶେଖର ପାଢ଼ୀ, ସମଗ୍ର ଶିକ୍ଷା ଜିଲ୍ଲା ପେଡାଗୋଜି ସଂଯୋଜିକା ଶ୍ରଦ୍ଧାଞ୍ଜଳି ଦାଶ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ସାଂସ୍କୃତିକ କାର୍ଯ୍ୟକ୍ରମକୁ ସରିଆଁ ସିଆରସିସି ସୁଧୀର କୁମାର ଧଙ୍ଗଡ଼ାମାଝୀ, ବାପୁଜୀ ସିଆରସିସି ମିନତୀ କୁମାରୀ ପ୍ରଧାନ ଓ ଶିକ୍ଷକ ସଂଜୀବ କୁମାର ପାଢ଼ୀ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମରେ ସମଗ୍ର ଶିକ୍ଷା ଜିଲ୍ଲା ପ୍ରକଳ୍ପ କାର୍ଯ୍ୟାଳୟର ସୌମେନ୍ଦ୍ର ପଟ୍ଟନାୟକ, ପ୍ରଭାତ ସାହୁ, ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟର ଟଙ୍କଧର ସାହୁ, ଜିତେନ୍ଦ୍ର ମୁଣ୍ଡ, ସିଆରସିସି ଅଜିତ କୁମାର ପଧାନ, ଅମିତ ଜାଲ, ଶିକ୍ଷକ ଆଲେକଜାଣ୍ଡାର୍ ଫିଲିପ୍, ହିମାଂଶୁ ଶେଖର ମେହେର, ବିରଞ୍ଚି ନାରାୟଣ ମୁଣ୍ଡ, ଜିତେନ୍ଦ୍ର କୁମାର ବିଶ୍ବାଳ, ମନୋଜ କୁମାର ସାହୁ, ଯୁଗେଶ୍ୱର ମାଝୀ, ସମସ୍ତ ସିଆରସିସି ଓ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ।

Related posts

ପ୍ରକାଶ କୁମାର ମିଶ୍ର ଙ୍କ କବିତା ଝୁଲି ଝୁଲି ଆସୁଛି ମୋ କାଳିଆ ସୁନା 

ଟାଟା ଷ୍ଟିଲ, ମେରାମଣ୍ଡଳୀ ରେ ସୁରକ୍ଷା ସଚେତନତା

Sunil Chandra Nayak

ନର୍ଲା ସରସ୍ଵତୀ ଶିଶୁ ମନ୍ଦିରରେ ଜାତୀୟ ଶିକ୍ଷା ନୀତି କାର୍ଯ୍ୟଶାଳା

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort