ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଶତାୟୁ,ବ୍ରଜନାଥ ବଡ଼ଜେନା ଉଚ୍ଚ ବିଦ୍ୟାଳୟରେ ଶିଶୁ ଦିବସ ପାଳନ ଅବସରରେ ଅଟଳ ଟିଙ୍କରିଁ ଦିବସ -୨୦୨୨ ପାଳିତ  

 ଢେଙ୍କାନାଳ( ମସୀହା)ସ୍ଥାନୀୟ ଶତାୟୁ ,ବ୍ରଜନାଥ ବଡ଼ଜେନା ଉଚ୍ଚ ବିଦ୍ୟାଳୟ, ଢେଙ୍କାନାଳ ପରିସରରେ କୋଭିଡ-୧୯ ନିୟମ ସବୁକୁ ଅନୁପାଳନ କରି ଶିଶୁ ଦିବସ ପାଳନ ଅବସରରେ ଅଟଳ ଟିଙ୍କରିଁ ଦିବସ -୨୦୨୨ ନିରାଡ଼ମ୍ବର ଭାବେ ପାଳିତ ହୋଇ ଯାଇଛି। ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବ୍ରହ୍ମୋତ୍ରୀ ବିଶ୍ୱାଳ ,ଓଡ଼ିଶା ଶିକ୍ଷାସେବା(ଏସ. ବି)(ଗ୍ରୁପ -ଏ) ଜୁନିୟରଙ୍କ ମାର୍ଗଦର୍ଶନ ଓ ସଭାପତିତ୍ବରେ ମୁଖ୍ୟ ଅତିଥି ଭାବରେ ଆମ ବିଦ୍ୟାଳୟର ପ୍ରାକ୍ତନ ଛାତ୍ର ସି.ଏସ୍ .ଆଇ. ଆର୍, ଆଇ. ଏମ୍. ଏମ୍. ଟି, ଭୁବନେଶ୍ଵରର ରାଜ୍ୟ, ଜାତୀୟ ଓ ଆନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ବୈଜ୍ଞାନିକ ଡ଼ଃ.ଆଶୁତୋଷ ରଥ, ଅନ୍ୟତମ ସମ୍ମାନିତ ଅତିଥି ଭାବରେ ଯୋଗଦାନ କରି ସ୍ଵୀୟ ଅଭିଭାଷଣରେ ବିଜ୍ଞାନ ଶିକ୍ଷାର ପ୍ରସାର ଓ ମାନବ ସମ୍ବଳ ବିକାଶ ହିଁ ଦେଶ ବିକାଶର ମୂଳମନ୍ତ୍ର ବୋଲି ମତ ପ୍ରକାଶ କରି ଥିଲେ। ନିଜେ ବିଜ୍ଞାନ ପରୀକ୍ଷଣ କରି ନିଜ ହାତରେ ବିଜ୍ଞାନ ପ୍ରକଳ୍ପ ପ୍ରସ୍ତୁତ କରିଲେ ବିଜ୍ଞାନ ଅତ୍ୟନ୍ତ ସହଜ ଓ ବୋଧଗମ୍ୟ ହୋଇଥାଏ ବୋଲି ସେ ଦୃଢ଼ ମତପୋଷଣ କରିବା ସଙ୍ଗେ ସଙ୍ଗେ ବିଜ୍ଞାନ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ।ଅନ୍ୟତମ ସମ୍ମାନିତ ଅତିଥି ଭାବରେ ଇଞ୍ଜିନୟର ରାମଚରଣ ମିଶ୍ର ପ୍ରୋଜେକ୍ଟ ଆସିଷ୍ଟାଣ୍ଟ ଯୋଗଦାନ କରି ୩୫ ଜଣ ବିଭିନ୍ନ ଶ୍ରେଣୀର ଛାତ୍ରୀ ଛାତ୍ର ମାନଙ୍କ ଦ୍ଵାରା ସ୍ୱହସ୍ତରେ କେତୋଟି ଚିତ୍ତାକର୍ଷକ ବିଜ୍ଞାନ ପ୍ରକଳ୍ପ ପ୍ରସ୍ତୁତ କରାଇଥିଲେ। ଛାତ୍ରୀ ଛାତ୍ରମାନେ ଶିକ୍ଷୟିତ୍ରୀ ଶିକ୍ଷକ ଓ ପ୍ରଧାନ ଶିକ୍ଷକ ଆଜିର କାର୍ଯ୍ୟକ୍ରମ ସମ୍ପର୍କରେ ସେମାନଙ୍କର ଅନୁଭୂତି ବର୍ଣ୍ଣନା କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବ୍ରହ୍ମୋତ୍ରୀ ବିଶ୍ୱାଳ ,ଓଡ଼ିଶା ଶିକ୍ଷାସେବା(ଏସ. ବି)(ଗ୍ରୁପ -ଏ) ସ୍ଵୀୟ ସଭାପତିଙ୍କ ଅଭିଭାଷଣରେ ବୈଜ୍ଞାନିକମାନେ ଶିକ୍ଷା କ୍ଷେତ୍ରରେ ପ୍ରମୁଖ ଭୂମିକା ନିର୍ବାହ କରି ମଣିଷ ତିଆରି କାରଖାନାରେ ମଣିଷ ତିଆରି କରିବାକୁ ଓ ଦେଶ ଗଠନରେ ପ୍ରତ୍ୟେକ କ୍ଷେତ୍ରରେ ପ୍ରମୁଖ ଭୁମିକା ନିର୍ବାହ କରୁଥିବା ସମସ୍ତଙ୍କୁ ପ୍ରଣାମ ଜଣାଇ ବିଦ୍ୟାଳୟର ସର୍ବାଙ୍ଗୀନ ଉନ୍ନତିର ସଫଳ ରୂପାୟନ କରିବାକୁ ସମସ୍ତେ ଆଗେଇ ଆସିବାକୁ ଦୃଢ଼ ଆହ୍ବାନ ଜଣାଇଥିଲେ। ଏହି ଅବସରରେ ବିଦ୍ୟାଳୟର ୧୯୮୦ ମସିହା ବ୍ୟାଚ୍ ର ପ୍ରାକ୍ତନ ଛାତ୍ର ,ମୋ ସ୍କୁଲ କାର୍ଯ୍ୟକ୍ରମର ସଂଯୋଜକ, ବରିଷ୍ଠ ଗଣିତ ଓ ବିଜ୍ଞାନ ଶିକ୍ଷକ, ସମର ଶିକ୍ଷାର୍ଥୀ ଆକାଶ ବାହିନୀ ଚିଫ ଅଫିସର ତଥା ଜାତୀୟ ଶିଶୁ ବିଜ୍ଞାନ କଂଗ୍ରେସର ରାଜ୍ୟ ପୁରସ୍କାର ପ୍ରାପ୍ତ ଢେଙ୍କାନାଳ ଜିଲ୍ଲା ସଂଯୋଜକ, ଡ଼ା.ଦେବୀ ପ୍ରସାଦ ମିଶ୍ର ସ୍ଵହସ୍ତରେ ବିଜ୍ଞାନ ପରୀକ୍ଷଣ ଦ୍ବାରା ଛାତ୍ରୀ ଛାତ୍ର ମାନେ ବିଜ୍ଞାନମନସ୍କ ହୋଇ ବିଜ୍ଞାନକୁ ଲୋକପ୍ରିୟ କରାଇ ସେମାନଙ୍କ ମନରେ ପର୍ଯ୍ୟବେକ୍ଷଣ, ଅନୁସନ୍ଧାନ ଓ ପରୀକ୍ଷଣ ମାଧ୍ୟମରେ ଉଦ୍ଭାବନର ଦ୍ଵାର ଉନ୍ମୁକ୍ତ କରି ମାନବସମ୍ବଳର ବିକାଶ କରି ଦେଶ ଗଠନରେ ପ୍ରମୁଖ ଭୂମିକା ନିର୍ବାହ କରିବାକୁ ସମସ୍ତଙ୍କୁ ଦୃଢ଼ ଆହ୍ଵାନ ଜଣାଇଥିଲେ।୧୯୭୯ ବ୍ୟାଚ୍ ପ୍ରାକ୍ତନ ଛାତ୍ରୀ ତଥା ବରିଷ୍ଠ ଶିକ୍ଷୟିତ୍ରୀ ସ୍ଵର୍ଣ୍ଣମୟୀ ଶତପଥୀ,ସମର ଶିକ୍ଷାର୍ଥୀ ନୌବାହିନୀ ପ୍ରାକ୍ତନ ଚିଫ ଅଫିସର ଧ୍ୟାନଚାନ୍ଦ ମିଶ୍ର,ପ୍ରାକ୍ତନ ଶିକ୍ଷକ ତଥା ବର୍ତ୍ତମାନର ଅତିଥି ଶିକ୍ଷକ ସୁଭାଷ କୁମାର ନନ୍ଦ, ପ୍ରାକ୍ତନ ପ୍ରଧାନ ଶିକ୍ଷକ ତଥା ବର୍ତ୍ତମାନର ଅତିଥି ଶିକ୍ଷକ ବିନୋଦ କୁମାର ରାଉତ,ଏହି ବିଦ୍ୟାଳୟର ପ୍ରାକ୍ତନ ଛାତ୍ରୀ ତଥା ସମର ଶିକ୍ଷାର୍ଥୀ ନୌବାହିନୀ ଦାୟିତ୍ୱରେ ଥିବା ଶିକ୍ଷୟିତ୍ରୀ କିରଣମୟୀ ମାହାଳିକ, ବିଦ୍ୟାଳୟର ସଂସ୍କୃତି ବିଭାଗର ଦାୟିତ୍ୱରେ ଥିବା ସଂସ୍କୃତ ଶିକ୍ଷୟିତ୍ରୀ ଡ଼ଃ ଅନୁପମା ମିଶ୍ର ଓ ପ୍ରାକ୍ତନ ଛାତ୍ର ତଥା ବିଦ୍ୟାଳୟର ସଂସ୍କୃତ ଶିକ୍ଷକ ଦିପ୍ତିଶ କୁମାର ଶତପଥୀ, ସୁନିତାବାଳା ଷଡ଼ଙ୍ଗୀ,ସ୍ୱାଗତିକା ରଥ,ସୁଜାତା ପଣ୍ଡା, କଲ୍ୟାଣୀ ବଡ଼ଜେନା,ଗାଇଡ଼ ଶିକ୍ଷୟିତ୍ରୀ କ୍ଷୀରାବଧିତନୟା ମହାପାତ୍ର, ସୁଚିତ୍ରା ସାହୁ,କଳ୍ପନା ବାରିକ, କାର୍ଯ୍ୟାଳୟ ସହକାରୀ ପ୍ରଫୁଲ୍ଲ କୁମାର ବିଶ୍ବାଳ, ଭୋକେଶନାଲ ଦାୟିତ୍ୱରେ ଥିବା ଶୁଭଶ୍ରୀ ଦେବସ୍ମିତା ରାଉତ,ସୁଜିତ କୁମାର ବାରା,ବାସୁଦେବ ରଣା, ମମତା ବେହେରା,ରୁଦ୍ରାକ୍ଷ ଗଡନାୟକ,ସନ୍ତୋଷ ଜେନା, ନରହରି ଗୋଛାୟତ ପ୍ରମୁଖ କର୍ମଚାରୀ ବୃନ୍ଦ ଓ ଶିକ୍ଷୟିତ୍ରୀ ଶିକ୍ଷକ ବୃନ୍ଦ ବିଦ୍ୟାଳୟରେ କୋଭିଡ-୧୯ ନିୟମାବଳୀ ଅନୁପାଳନ କରି ଯୋଗଦାନ କରି ଏହି କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ ମୂଖ୍ୟ ଅତିଥି, ସମ୍ମାନିତ ଅତିଥିଙ୍କ ସମେତ ଉପସ୍ଥିତ ସମସ୍ତେ ପ୍ରାକ୍ତନ ପ୍ରଧାମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଫଟୋରେ ପୁଷ୍ପ ମାଲ୍ୟାର୍ପଣ,ଧୂପ ଦୀପ ଅର୍ପଣ କରିଥିଲେ ଓ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ପ୍ରାର୍ଥନା ସଙ୍ଗୀତ ଗାନ କରିଥିଲେ। ଛାତ୍ରୀ ଛାତ୍ର ଶୁଭଲକ୍ଷ୍ମୀ ସାହୁ, ଲକ୍ଷ୍ମୀପ୍ରିୟା ବିଶ୍ବାଳ,ପିନାକୀ ପ୍ରିତମ ଛୋଟରାୟ, ଦେବୀଦତ୍ତ ଶତପଥୀ, ଶୁଭ୍ରାଂଶୁ ଶେଖର ସାହୁ, ଆଶୁତୋଷ ତ୍ରିପାଠୀ, ଦୁର୍ଗା ପ୍ରସାଦ ମିଶ୍ର ଓ ଶିକ୍ଷୟିତ୍ରୀ ଶିକ୍ଷକମାନେ ପରେପରେ ଆଜିର ଶିଶୁ ଦିବସର ଆଭିମୁଖ୍ୟ ଓ ନେହେରୁଙ୍କ ଜୀବନାଦର୍ଶ ସମସ୍ତଙ୍କ ଜୀବନକୁ ଅନୁପ୍ରାଣିତ କରିପାରିବ ବୋଲି ଦୃଢ଼ ମତପୋଷଣ କରିଥିଲେ।ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବ୍ରହ୍ମୋତ୍ରୀ ବିଶ୍ୱାଳଙ୍କ ପ୍ରେରଣାରେ ସାଂସ୍କୃତିକ ବିଭାଗ ଦାୟିତ୍ୱରେ ଥିବା ବରିଷ୍ଠ ସଂସ୍କୃତ ଶିକ୍ଷୟିତ୍ରୀ ଡ଼ଃ ଅନୁପମା ମିଶ୍ର ଓ ସଂସ୍କୃତ ଶିକ୍ଷକ ଦିପ୍ତିଶ କୁମାର ଶତପଥୀଙ୍କ ମିଳିତ ମାର୍ଗଦର୍ଶନରେ ଓ ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ମାନଙ୍କ ମିଳିତ ସହଯୋଗିତାରେ କୋଭିଡ୍ ନିୟମ ସବୁକୁ ଅନୁପାଳନ କରି ସୁନ୍ଦର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ବିଦ୍ୟାଳୟର ୧୯୮୦ ମସିହା ବ୍ୟାଚ୍ ର ପ୍ରାକ୍ତନ ଛାତ୍ର ,ମୋ ସ୍କୁଲ କାର୍ଯ୍ୟକ୍ରମର ସଂଯୋଜକ,ବରିଷ୍ଠ ଗଣିତ ଓ ବିଜ୍ଞାନ ଶିକ୍ଷକ,ସମର ଶିକ୍ଷାର୍ଥୀ ଆକାଶ ବାହିନୀ ଚିଫ ଅଫିସର ତଥା ଜାତୀୟ ଶିଶୁ ବିଜ୍ଞାନ କଂଗ୍ରେସର ରାଜ୍ୟ ପୁରସ୍କାର ପ୍ରାପ୍ତ ଢେଙ୍କାନାଳ ଜିଲ୍ଲା ସଂଯୋଜକ,ଡା.ଦେବୀ ପ୍ରସାଦ ମିଶ୍ର ସ୍ୱାଗତ ଭାଷଣ , କାର୍ଯ୍ୟକ୍ରମର ଆଭିମୁଖ୍ୟ ବର୍ଣ୍ଣନା,କାର୍ଯ୍ୟକ୍ରମର ସଫଳ ପରିଚାଳନା ଓ ବିଜ୍ଞାନ ଶିକ୍ଷୟିତ୍ରୀ ସ୍ୱାଗତିକା ରଥ ଓ ଭୋକେସନାଲ ଆଇ.ଟି. ଟ୍ରେନର ଶୁଭଶ୍ରୀ ଦେବସ୍ମିତା ରାଉତ ପ୍ରମୁଖ କାର୍ଯ୍ୟକ୍ରମ ସଂଯୋଜନା କରିବା ସଙ୍ଗେ ସଙ୍ଗେ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ପରିଶେଷରେ ସମସ୍ତଙ୍କୁ ଚକ୍ଲେଟ୍ ବଣ୍ଟନ କରାଯାଇଥିଲା । ଏହି ଅବସରରେ ବିଦ୍ୟାଳୟର ୨୫ ଜଣ ଛାତ୍ରୀ ଛାତ୍ର ବିଜ୍ଞାନ ଶିକ୍ଷୟିତ୍ରୀ ସୁନିତାବାଳା ଷଡ଼ଙ୍ଗୀଙ୍କ ତତ୍ତ୍ୱାବଧାନରେ ତଥା ମାର୍ଗଦର୍ଶନରେ ଢେଙ୍କାନାଳ ଜିଲ୍ଲା ବିଜ୍ଞାନ କେନ୍ଦ୍ରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସକ୍ରିୟ ତଥା ସଫଳ ଅଂଶଗ୍ରହଣ କରିଥିଲେ l

ଢେ଼ଙ୍କାନାଳ ରୁ ନାୟକ ଅକ୍ଷୟ ରାଜହସ୍ତୀ ଙ୍କ ରିପୋର୍ଟ୍

Related posts

ମାନଗୋବିନ୍ଦ ସ୍ବାଇଁ ଙ୍କ କବିତା ଜଣାଣ

Sunil Chandra Nayak

ଭ୍ରମର ବାଗ ଙ୍କ କବିତା ହେ ଚକାଆଖି ମୋତେ ଦିଅ ଆଶିଷ 

ଶ୍ରୀ ଶ୍ରୀ ଠାକୁର ଅନୁକୂଳ ଚନ୍ଦ୍ର ଙ୍କ ୧୩୫ ତମ ଜୟନ୍ତୀ ଉତ୍ସବ ପାଳିତ

Sunil Chandra Nayak

Leave a Comment

error: Content is protected !!