ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ବ୍ଲକ ସ୍ତରୀୟ ଅନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ

ଡାବୁଗାଁ, ୩/୧୨ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସଦର ମହକୁମା ସ୍ଥିତ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟ|ଳୟ ପରିସରରେ ବ୍ଲକ ସ୍ତରୀୟ ଅନ୍ତର୍ଜାତିକ ଭିନ୍ନକ୍ଷମ ଦିବସ -୨୦୨୨ ଶନିବାର ପାଳିତ ହୋଇଯାଇଛି | ଏଥିରେ ଭିନ୍ନକ୍ଷମ ଛାତ୍ରୀଛାତ୍ର ମାନଙ୍କୁ ନେଇ ଏକ ଶୋଭାଯାତ୍ରା କରି ଗ୍ରାମ ପରିକ୍ରମା କରାଯାଇଥିଲା | ପରେ ଚିତ୍ରାଙ୍କନ, ସଙ୍ଗୀତ, ମ୍ୟୁଜିକ ଚେୟାର, ନୃତ୍ୟ, ଲେମ୍ବୁଚାମଚ ଦୌଡ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା | ଏଥିରେ ୧ମ, ୨ ୟ ଓ ୩ୟ ସ୍ଥାନ ଅଧିକାର କରିଥିବା ଛାତ୍ରୀଛାତ୍ର ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା | ଏହି କାର୍ଯ୍ୟକ୍ରମରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶିବଶଙ୍କର ମଣ୍ଡଳ ଙ୍କ ସଭାପତିତ୍ଵରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବ୍ଲକ ଅଧ୍ୟକ୍ଷା ବୀଣା ମାଝି ଯୋଗ ଦେଇ ଭିନ୍ନକ୍ଷମ ଛାତ୍ରୀ ଛାତ୍ର ମାନଙ୍କୁ ଉତ୍ସାହିତ କରିଥିଲେ | ଏଥିରେ ସମସ୍ତ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ, ଭିନ୍ନକ୍ଷମ ଛାତ୍ରୀ ଛାତ୍ର, ଅଭିଭାବକ ମାନେ ଯୋଗ ଦେଇଥିଲେ | ଏହି କାର୍ଯ୍ୟକ୍ରମକୁ ଗୋଷ୍ଠୀ ସାଧନ ଶିକ୍ଷକ ଛନ୍ଦା ଚରଣ ମେହେର ପରିଚାଳନା କରିଥିଲେ |

ଡାବୁଗାଁ ରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ବିଶ୍ୱନାଥପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରକ୍ତଦାନ ଶିବିର ଅନୁଷ୍ଠିତ

Sunil Chandra Nayak

ଶ୍ରୀମଦ୍ ଭଗବତ୍ ଗୀତାର ଏକାଦଶ ଅଧ୍ଯାୟର ସାରକଥା–୧୧

Sunil Chandra Nayak

ଗଜଲକ୍ଷ୍ମୀ ବଣିକ ସଙ୍ଘର ସଦସ୍ୟଙ୍କ ଅକାଳ ବିୟୋଗରେ ଶୋକସଭା

Sunil Chandra Nayak

Leave a Comment

error: Content is protected !!