ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଓଡ଼ିଆ ଚଳଚ୍ଚିତ୍ର “ଶମ୍ଭୁ” ର ଶୁଭ ମହୁରତ

ଅନୁପମା ମୁଭିଜ୍ ଦ୍ୱାରା ପ୍ରସ୍ତୁତ, ବିଭୁତି ଜେନା ନିବେଦିତ, ମୋହନ କୁମାର ଙ୍କ ଦ୍ୱାରା ପ୍ରଯୋଜିତ ନୂଆ ଓଡ଼ିଆ ଚଳଚ୍ଚିତ୍ର “ଶମ୍ଭୁ” ର ଶୁଭ ମହୁରତ ଭୁବନେଶ୍ୱର ର ଏକ ତାରକା ହୋଟେଲ ରେ ଅନୁଷ୍ଠିତ ହୋଇଯାଇଛି l

ଚଳଚ୍ଚିତ୍ର “ଶମ୍ଭୁ” ର କାହାଣୀ ଶ୍ରୀମତୀ ଅନୁପମା ଜେନା ଲେଖିଥିବା ବେଳେ ସଂଳାପ ଲେଖିଛନ୍ତି ଡକ୍ଟର ରଜନୀ ରଞ୍ଜନ, ସଂଗୀତ ନିର୍ଦ୍ଦେଶନା ଦୀପକ କୁମାର ଦେଇଥିବା ବେଳେ ଚିତ୍ରନାଟ୍ୟ ଏବଂ ନିର୍ଦ୍ଦେଶନା ର ଭାର ଏସ. ଦିଲ୍ଲୀପ ପଣ୍ଡା କାନ୍ଧେଇଛନ୍ତି l ନବାଗତ ନାୟକ ଶୁଭମ ମୁଖ୍ୟ ନାୟକ ଚରିତ୍ର ରେ ଅଭିନୟ କରିଥିବା ବେଳେ ଚୁଲବୁଲି ନାୟିକା ତମନ୍ନା ମୁଖ୍ୟ ନାୟିକା ଭୂମିକାରେ ନଜର ଆସିବେ l ତାଙ୍କ ସହିତ ସହଯୋଗୀ କଳାକାର ଭାବେ ବହୁତ ପରିଚିତ କଳାକାର ଯଥା : ଜୀବନ ପଣ୍ଡା, ହରିହର ମହାପାତ୍ର, ବାବୁ ପ୍ରଧାନ, ଚିନ୍ତାମଣି ବିଶ୍ୱାଳ, କେକେ, ଡିସ୍କୋ ରେଡ୍ଡୀ, ବ୍ଲାକରବି ଙ୍କ ସହିତ ଶିଶୁ କଳାକାର ଭାବେ ବିନପ୍ସା ଜେନା ପ୍ରମୁଖ ଅଭିନୟ କରିଛନ୍ତି l ଫାଇଟ୍ ମାଷ୍ଟର ଶୈଳେନ୍ଦ୍ର ମଧ୍ୟ ଏହି ଚଳଚ୍ଚିତ୍ର ସହିତ ଜଡିତ ଅଛନ୍ତି l ଏହି ଶୁଭ ମହୁରତ ଅବସରରେ ଅତିଥି ଭାବେ ରାଜ୍ୟ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଶ୍ରୀଯୁକ୍ତ ରଞ୍ଜନ କୁମାର ଦାସ, ସିନେ ସମୀକ୍ଷକ ଦିଲ୍ଲୀପ ହାଲି ଯୋଗଦେଇ କ୍ଲାପ୍ ଦେଇଥିଲେ l ପରିଚାଳନା ଦାୟିତ୍ୱ ରେ ବିଜୁ ଏବଂ ଭରତ ଥିବାବେଳେ କ୍ରି୍ଏଟିଭ ହେଡ଼ ପ୍ରଣୟ ଜେଠୀ ସଂଯୋଜନା ସହିତ ଉପସ୍ଥାପନା କରିଥିଲେ l

ଅମୃତ ନନ୍ଦ ଙ୍କ ରିପୋର୍ଟ 

Related posts

ସଚେତନତା କଥାବସ୍ତୁ କୁ ନେଇ କ୍ଷୁଦ୍ର ଚଳଚ୍ଚିତ୍ର “ଗନ୍ଦରୀ ପାଏନ ହାଏ ହାଏ” ସୁଟିଂ ଶେଷ

Sunil Chandra Nayak

ଶ୍ରଦ୍ଧା ଅନୁଷ୍ଠାନରେ ବିଶ୍ବ ସ୍ବପରାୟଣତା ସଚେତନତା ଦିବସ ପାଳିତ

Sunil Chandra Nayak

ଓଡିଶୀ ହେଉଛି ସର୍ବପ୍ରାଚୀନ ଶାସ୍ତ୍ରୀୟ ନୃତ୍ୟ

Sunil Chandra Nayak

Leave a Comment

error: Content is protected !!