ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଭବାନୀପାଟଣା ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା ୦୫.୧୨.୨୦୨୨/ଆଜି ଭବାନୀପାଟଣା ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜିଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ,ଭବାନୀପାଟଣା ଡ ବିଶ୍ୱଜିତ୍ ଦାସ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୧୧୬ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୦୨ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୮ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ରେଡକ୍ରସ ତରଫରୁ ୧ ଜଣଙ୍କୁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଥିଲା।

ମସିହା ନିଉଜ ସର୍ଭିସ 

Related posts

ଧୁମ ଧାମ ରେ ପାଳନ ହେଲା ଗଣେଶ ଚତୁର୍ଥୀ

Sunil Chandra Nayak

ନବ କୁମାର ଦାସ ଙ୍କ କବିତା ସ୍ମୃତି ଯଦି କେବେ

Sunil Chandra Nayak

ରାଜ୍ୟ ସରକାରଙ୍କ ମୁକ୍ତା ଯୋଜନାରେ ବର୍ଷା ଜଳ ସଂରକ୍ଷିତ ପାଇଁ ଧର୍ମଗଡ଼ ଏନଏସି ପକ୍ଷରୁ ବୈଠକ

Leave a Comment

error: Content is protected !!