ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଭବାନୀପାଟଣା ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା ୦୫.୧୨.୨୦୨୨/ଆଜି ଭବାନୀପାଟଣା ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜିଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ,ଭବାନୀପାଟଣା ଡ ବିଶ୍ୱଜିତ୍ ଦାସ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୧୧୬ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୦୨ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୮ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ରେଡକ୍ରସ ତରଫରୁ ୧ ଜଣଙ୍କୁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଥିଲା।

ମସିହା ନିଉଜ ସର୍ଭିସ 

Related posts

ଭବାନୀପାଟଣା ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଅଧ୍ୟକ୍ଷତା ରେ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ

Sunil Chandra Nayak

ଖେଳଶିକ୍ଷୟତ୍ରୀ ଙ୍କ ଘରୁ ଚୋରି , ସୁନା, ଟଙ୍କା, ମୋବାଇଲ୍ ସମେତ ବହୁ ସାମଗ୍ରୀ ଚୋରି ଅଭିଯୋଗ

Sunil Chandra Nayak

ଚାଷୀ ଙ୍କୁ ସରକାରୀ ସୁବିଧା ଉପଲବ୍ଧି ରେ ବାଧକ ଦୂର ପାଇଁ କ୍ୟାମ୍ପ ଓ ସଚେତନତା କାର୍ଯ୍ୟକ୍ରମ

Sunil Chandra Nayak

Leave a Comment

error: Content is protected !!