ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଜୀ ସାର୍ଥକ ଫିଲ୍ମସର ନୂଆ ସିନେମା ‘ପୋଲିସ୍ ବାବୁ’ ର ଅଡିଓ ରିଲିଜ୍

ଗତକାଲି ତା. ୮ ଡିସେମ୍ବର ସନ୍ଧ୍ୟାରେ ଜୀ-ସାର୍ଥକ ଫିଲ୍ମସ ର ନୂଆ ଚଳଚ୍ଚିତ୍ର “ପୋଲିସ ବାବୁ” ର ଅଡିଓ ରିଲିଜ୍ ଭୁବନେଶ୍ୱର ର ଏକ ତାରକା ହୋଟେଲର ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି l ଏହି ଚଳଚ୍ଚିତ୍ର ରେ ଥିବା ତିନିଟି ଯାକ ଗୀତ ଶ୍ରୋତା ଙ୍କ ମନକୁ ଛୁଇଁଲା ଭଳି ହୋଇଛି l ୧୧ ଡ଼ିସେମ୍ବର ସନ୍ଧ୍ୟା 6:30 ରେ ରିଲିଜ ହେବାକୁ ଯାଉଛି ନୂଆ ଓଡ଼ିଆ ଚଳଚ୍ଚିତ୍ର ‘ପୋଲିସ୍ ବାବୁ’। ମନଛୁଆଁ ଗୀତ ସାଙ୍ଗକୁ ଜବରଦସ୍ତ ଡ୍ରାମା ଓ କମେଡିରେ ଭରପୂର ଏହି ଚଳଚ୍ଚିତ୍ରଟି ଦର୍ଶକଙ୍କୁ ଭରପୁର ମନୋରଞ୍ଜନ ଦେବ ବୋଲି ‘ପୋଲିସ୍ ବାବୁ’ ଟିମ୍ ପକ୍ଷରୁ କୁହାଯାଇଛି। ଅଜୟ ରାଉତଙ୍କ ପ୍ରଯୋଜନା ଓ ଶୈଳେନ୍ଦ୍ର ପରିଡ଼ାଙ୍କ ନିର୍ଦ୍ଦେଶନାରେ ନିର୍ମିତ ଏହି ଚଳଚ୍ଚିତ୍ରର କାହାଣୀ ଲେଖିଛନ୍ତି ଡ. ରଜନୀ ରଞ୍ଜନ।ଏଥିରେ ସୂର୍ଯ୍ୟ ମହାପାତ୍ର ଗୀତ ରଚନା କରିଛନ୍ତି ଏବଂ ଗୁଡ୍‌ଲି ରଥ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି। କଣ୍ଠଦାନ କରିଛନ୍ତି ଲିପ୍ସା, କୁଲଦୀପ, ଜ୍ୟୋତିର୍ମୟୀ ଓ ଶଶାଙ୍କ। ଚୁଲବୁଲି ନାୟିକା ସାୟଲ ଓ ହ୍ୟାଣ୍ଡସମ୍ ନାୟକ ଶୁଭାଶିଷ ଓରଫ ମଣ୍ଟୁ ଏଥିରେ ପ୍ରମୁଖ ଭୂମିକାରେ ଅଭିନୟ କରିଛନ୍ତି। ଜୀ- ସାର୍ଥକର ଅନେକ ସଫଳ ଚଳଚ୍ଚିତ୍ର ପରି ଏହି ଚଳଚ୍ଚିତ୍ରଟି ମଧ୍ୟ ଦର୍ଶକଙ୍କୁ ବିମୋହିତ କରିବ ବୋଲି ଜୀ-ସାର୍ଥକ ଚ୍ୟାନେଲ୍ ମୁଖ୍ୟ ଶ୍ରୀ ପ୍ରତୀକ ସିଲ୍ କହିଛନ୍ତି । ସବୁଠୁ ବଡ଼କଥା ହେଉଛି ଉଭୟ ଟେଲି ଧାରାବାହିକ ଓ ଚଳଚ୍ଚିତ୍ରରେ ଲୋକପ୍ରିୟ ହେଇଥିବା ମଣ୍ଟୁ ପ୍ରଥମ ଥର ପାଇଁ ପୋଲିସ ଭୂମିକାରେ ଦେଖିବାକୁ ମିଳିବେ ଏବଂ କମେଡି ବି କରିବେ । କିଛିଦିନ ପୂର୍ବରୁ ଜୀ ସାର୍ଥକ ଚ୍ୟାନେଲ୍ “ଏଇ ରାକ୍ଷୀ ତୋ ରକ୍ଷ୍ୟା କବଚ”,“ପାରି କରିବେ ମୋ ଭୋଳାଶଙ୍କର” ଓ “ଦିଦି ନମସ୍କାର” ଭଳି ଚଳଚ୍ଚିତ୍ର ଭେଟି ଦେଇ ଦର୍ଶକଙ୍କ ପ୍ରିୟଭାଜନ ହୋଇଛି । ଏଥର ଶୁଭାଶିଷ ଓରଫ ମଣ୍ଟୁ ଏବଂ ସାୟଲ୍ ‘ପୋଲିସ୍ ବାବୁ’ ମାଧ୍ୟମରେ ପୁଣି ଦର୍ଶକଙ୍କ ମନ ଜିଣିବେ l

ଅମୃତ ନନ୍ଦ ଙ୍କ ରିପୋର୍ଟ୍ 

Related posts

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ…ଅଞ୍ଚଳ ରେ ଶୋକର ଛାୟା

Sunil Chandra Nayak

କଣ୍ଟାଗାଁ ରେ ଅଖିଳ ଭାରତୀୟ ଭତରା ବିକାଶ ପରିଷଦର ନୂଆଖାଇ ଭେଟଘାଟ

Sunil Chandra Nayak

ଭବାନୀପାଟଣା ଠାରେ ୭୬ତମ ସ୍ବାଧିନତା ଦିବସ ୨୦୨୨ ପାଳିତ

Sunil Chandra Nayak

Leave a Comment

error: Content is protected !!