ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲାରେ ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ ର ସମୀକ୍ଷା ବୈଠକ

ନବରଙ୍ଗପୁର ତା ୨୨ / ୧୨(ମସିହା) ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଆଜି ନବରଙ୍ଗପୁର ଜିଲ୍ଲା ପ୍ରଶାସନ ତରଫରୁ ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇ ଯାଇଛି । ଏହି ଉଦ୍ଦେଶ୍ୟରେ ଜିଲ୍ଲାରେ ଶିଶୁମାନଙ୍କର ସୁରକ୍ଷା ଓ ବିକାଶ ଦିଗରେ କାର୍ଯ୍ୟ କରୁ ଥିବା ଚାରିଟି କମିଟି ଯଥା ଜିଲ୍ଲା ସ୍ତରୀୟ ଶିଶୁ ସୁରକ୍ଷା କମିଟି , କିଶୋରୀ ସଶକ୍ତିକରଣ ଓ ବାଲ୍ୟବିବାହ ପ୍ରତିରୋଧ ଟାସ୍କ ଫୋର୍ସ , ଶିଶୁ ଶ୍ରମିକ ନିରାକରଣ ଏବଂ ଚାଇଲ୍ଡ ଲାଇନ ପରାମର୍ଶଦାତା କମିଟିର ମିଳିତ ବୈଠକ ଆଜି ଜିଲ୍ଲାପାଳ ଡଃ କମଳ ଲୋଚନ ମିଶ୍ର ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି । ଏହି ମିଳିତ ବୈଠକ ରେ ଜିଲ୍ଲାପାଳ ଡଃ ମିଶ୍ର ଅଧ୍ୟକ୍ଷତା କରି ଜିଲ୍ଲାରେ ବାଲ୍ୟ ବିବାହ କୁ ରୋକିବା ଦିଗରେ ବାଲ୍ୟବିବାହ ନିଷେଧ ଅଧିକାରୀ ମାନେ ଗ୍ରାମ ସ୍ତରରେ ଜାତି ସମାଜର ମୁଖ୍ଯ ମାନଙ୍କୁ ନେଇ ପୋଲିସ ପ୍ରଶାସନ ସହାୟତାରେ ସଚେତନ ବୈଠକ କରିବା ସହିତ ଓ ଅଧିକ ରୁ ଅଧିକ କିଶୋର କିଶୋରୀ ମାନଙ୍କୁ କୌଶଳ ବିକାଶ ଶିକ୍ଷା ରେ ସାମିଲି କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ ବୈଠକ ପ୍ରାରମ୍ଭରେ ସୂଚନା ଦେଇ କହିଥିଲେ ଯେ ଜିଲ୍ଲାରେ ୧୦ ବ୍ଲକ ଓ ୧୮୯ ଟି ଗ୍ରାମ ପଞ୍ଚାୟତ ସ୍ତରରେ ଅନୁରୂପ ଭାବରେ ବ୍ଲକ ଓ ପଞ୍ଚାୟତ ସ୍ତରରେ ଶିଶୁ ସୁରକ୍ଷା କମିଟି , କିଶୋରୀ ସଶକ୍ତିକରଣ ଓ ବାଲ୍ୟବିବାହ ପ୍ରତିରୋଧ ଟାସ୍କ ଫୋର୍ସ , ଶିଶୁ ଶ୍ରମିକ ନିରାକରଣ କମିଟିର ବୈଠକ ଅନୁଷ୍ଟିତ ହୋଇଛି । ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ସ୍ଵର୍ଣ୍ଣଲତା ବିଶ୍ବାସ ବୈଠକ ଉଦେଶ୍ୟ ଜ୍ଞାପନ କରିବା ସହିତ ଚଳିତ ବର୍ଷ ଜିଲ୍ଲାରେ ମୋଟ ୨୮୧ ଗୋଟି ବାଲ୍ୟବିବାହ କୁ ବନ୍ଦ କରାଯିବା ସହିତ,ଆଜି ପର୍ଯ୍ୟନ୍ତ ୪୫୫ ଟି ରାଜସ୍ୱ ଗ୍ରାମ ଓ ୪୨୬ ପଡାଗ୍ରାମ କୁ ମିଶାଇ ମୋଟ ୮୮୧ ଗ୍ରାମ କୁ ପ୍ରଶାସନ ତରଫରୁ ବାଲ୍ୟବିବାହ ମୁକ୍ତ ଗ୍ରାମଭାବରେ ଘୋଷଣା କରାଯିବା ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟି , ଜିଲ୍ଲା ସମାଜ କଲ୍ଯାଣ ବିଭାଗ , ୟୁନିସେଫ ଓ ଆକ୍ସନଏଡ ର ମିଳିତ ପ୍ରୟାସ ରେ ଏକ ଯୋଜନାବଦ୍ଧ କାର୍ଯ୍ୟକ୍ରମ ପ୍ରସ୍ତୁତି କରାଯାଇ ଗ୍ରାମ ଗୁଡିକରେ ସଚେତନତା କାର୍ଯ୍ୟ କ୍ରମ ଚାଲୁଥିବାର ସୂଚନା ଦେଇଥିଲେ । ପରେ ପରେ ଆକ୍ସନଏଡ ର ଜିଲ୍ଲା ପରାମର୍ଶ ଦାତା ଫକିର ଚରଣ ରାଉତ ଶିଶୁ ମାନଙ୍କର ସୁରକ୍ଷା ଓ ବାଲ୍ୟ ବିବାହ ର ସମାପ୍ତ ଉଦ୍ଦେଶ୍ୟରେ ଜିଲ୍ଲାରେ ନିଆଯାଇ ଥିବା ବିଭିନ୍ନ ପଦକ୍ଷେପ ଓ ଆଗାମୀ ଦିନର କାର୍ଯ୍ୟ କ୍ରମ ଉପରେ ବୈଠକରେ ଉପସ୍ଥାପନା କରିଥିଲେ । ବୈଠକ ପ୍ରାରମ୍ଭରେ ଜିଲ୍ଲାର ୧୫ ଜଣ କିଶୋରୀ ମାନଙ୍କୁ ଆକ୍ସନଏଡ ଅନୁଷ୍ଠାନ ସହଯୋଗରେ ଦିଆଯାଇ ଥିବା ସିଲେଇ ମେସିନ କୁ ଜିଲ୍ଲାପାଳ ଡଃ ମିଶ୍ର ବଣ୍ଟନ କରିଥିଲେ । 

ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଶିଶୁମଙ୍ଗଳ ସମିତିର ଅଧକ୍ଷ ଦିବାକର ବାହୁକ , ଡ଼ିଏସପି ବବିତା ତ୍ରିପାଠୀ , ଶିକ୍ଷା ଅଧିକାରୀ ପ୍ରଦୀପ୍ତ କୁମାର ନାଗ , ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର, ଡିପିହେଚେଓ ଡା ମଳୟ ତ୍ରିପାଠୀ, ଜିଲ୍ଲା ନିୟୋଜନ ଅଧିକାରୀ ଆନନ୍ଦ କୁମାର ପାଢୀ ,ସମ୍ମନିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ବେଣୁଧର ଶବର , ଜିଲ୍ଲା ପଞ୍ଚାୟତ ଅଧିକାରୀ ଶିଶିର କୁମାର ପାଣି ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ବାଲ୍ୟବିବାହ ନିଷେଧ ଅଧିକାରୀ ସୁନିତା ଦେବୀ ତ୍ରିପାଠୀ,ଏସେ ଗୀତା, ଶୈଳେନ୍ଦ୍ରି ମହାନନ୍ଦ , ଯମୁନା ଭତ୍ରା ,ଗୀତା ମହାରଣା , ,ଗୀତାଞ୍ଜଳି ମିଶ୍ର , ସୁରମା ମହାପାତ୍ର, ସଂଯୁକ୍ତା ବେହେରା , ୱାନଷ୍ଟପ କେନ୍ଦ୍ରର କର୍ମର କର୍ତ୍ତା ପ୍ରମୁଖ ଉପସ୍ତିତ ରହିବା ସହିତ ଆଲୋଚନାରେ ଅଂଶଗ୍ରହଣ କରି ଜିଲ୍ଲାରେ ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ , ଶିଶୁ ଶ୍ରମିକ ନିରାକରଣ ଏବଂ ବାଲ୍ୟ ବିବାହ ର ସମାପ୍ତ ଦିଗରେ ନିଜର ମତାମତ ପ୍ରଦାନ କରିଥିଲେ ।

ନବରଙ୍ଗପୁର୍ ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିୟୁଜ୍

Related posts

ଅପରେସନ ସିନ୍ଦୂରର ସଫଳତା ଓ ଆତଙ୍କବାଦ ବିରୁଦ୍ଧରେ ଦେଶର ପ୍ରତିବଦ୍ଧତାକୁ ତ୍ରିରଙ୍ଗା ପଦଯାତ୍ରା

masiha

ଗୁଣ୍ଡୁରିଆ ଶହୀଦ ଦିଵସରେ ବିଜେଡି ତରଫରୁ ଗଭୀର ଶ୍ରଦ୍ଧାଞ୍ଜଳି

masiha

ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କୋଇଡା ର ୧୧୩ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ 

masiha

Leave a Comment

error: Content is protected !!