ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଅଚ୍ୟୁତ ସାମନ୍ତଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟରୁ ସମ୍ମାନସୂଚକ ଡକ୍ଟୋରେଟ୍‍ ଡିଗ୍ରୀ ପ୍ରଦାନ

ବିଶିଷ୍ଟ ଶିକ୍ଷାବିତ୍‍, ସମାଜସେବୀ, କିଟ୍‍ ଓ କିସ୍‍ର ପ୍ରତିଷ୍ଠାତା ତଥା କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡି.ଲିଟ୍‍ ଡିଗ୍ରୀ ପ୍ରଦାନ କରାଯାଇଛି। ଆଜି ଅନୁଷ୍ଠିତ ବିଶ୍ୱବିଦ୍ୟାଳୟର ୫୨ତମ ସମାବର୍ତ୍ତନ ଉତ୍ସବରେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଭି. ଗୋପାଳ ଗୌଡ଼ା, ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ଓ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟଙ୍କ ଉପସ୍ଥିତିରେ କୁଳାଧିପତି ତଥା ଓଡ଼ିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‍ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନସୂଚକ ଡକ୍ଟୋରେଟ୍‍ ଡିଗ୍ରୀ ପ୍ରଦାନ କରିଥିଲେ। ଶିକ୍ଷା ଓ ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିବା ବିଶ୍ୱବିଦ୍ୟାଳୟ ପକ୍ଷରୁ କୁହାଯାଇଛି। ଏହା ହେଉଛି ଶ୍ରୀ ସାମନ୍ତଙ୍କ ୫୦ତମ ସମ୍ମାନସୂଚକ ଡକ୍ଟୋରେଟ୍‍ ଡିଗ୍ରୀ। ଏହି ଅବସରରେ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଶ୍ରୀ ସାମନ୍ତଙ୍କୁ ସମାବର୍ତ୍ତନ ଉତ୍ସବର ‘ଅଗ୍ରଣୀ କିମ୍ବଦନ୍ତୀ’ ଭାବେ ଅଭିହିତ କରିବା ସହ ଅଚ୍ୟୁତ ସାମନ୍ତ ଜଣେ ଅତି ସାଧାରଣ, ନମ୍ର, କୃତଜ୍ଞ, ସାହସୀ, ଦୃଢ଼, ଉଦାର, ସମଭାବ ସମ୍ପନ୍ନ, ଶାନ୍ତିର ପ୍ରଚାରକ ବୋଲି କହିଥିଲେ। ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟୋରେଟ୍‍ ଡିଗ୍ରୀ ପ୍ରଦାନ କରାଯାଇଥିବାରୁ ଶ୍ରୀ ସାମନ୍ତ ଆନନ୍ଦ ପ୍ରକାଶ କରିବା ସହ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳାଧିପତି ତଥା ଓଡ଼ିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ଏବଂ ବିଶ୍ୱବିଦ୍ୟାଳୟର ସିଣ୍ଡିକେଟ୍‍ ସଦସ୍ୟଙ୍କୁ ଧନ୍ୟବାଦ ସହ ଶ୍ରୀ ସାମନ୍ତ କୃତଜ୍ଞତା ଜଣାଇଛନ୍ତି। ଶ୍ରୀ ସାମନ୍ତ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ଯେଉଁ ବିଶ୍ୱବିଦ୍ୟାଳୟର ମୁଁ ଦିନେ ଛାତ୍ର ଥିଲି ସେହି ବିଶ୍ୱବିଦ୍ୟାଳୟ ପକ୍ଷରୁ ମୋତେ ସମ୍ମାନସୂଚକ ଡକ୍ଟୋରେଟ୍‍ ଡିଗ୍ରୀ ପ୍ରଦାନ କରାଯାଇଥିବାରୁ ମୁଁ ନିଜକୁ ଧନ୍ୟ ମନେକରୁଛି। ଏହା କୌଣସି ବ୍ୟକ୍ତିର ଭାଗ୍ୟରେ ଥିଲେ ହିଁ ସମ୍ଭବ ହୋଇଥାଏ। ଏହି ସମ୍ମାନସୂଚକ ଡକ୍ଟୋରେଟକୁ ମୋ ମାଆଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରୁଛି ବୋଲି ଶ୍ରୀ ସାମନ୍ତ କହିବା ସହ ଏହା ମୋ ପାଇଁ ଗୌରବର ବିଷୟ ବୋଲି ପ୍ରକାଶ କରିଛନ୍ତି। ନିକଟରେ ଶ୍ରୀ ସାମନ୍ତଙ୍କୁ ବିର୍ଲା ଗ୍ଲୋବାଲ୍‍ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟୋରେଟ୍‍ ଡିଗ୍ରୀ ପ୍ରଦାନ କରାଯାଇଥିଲା ବେଳେ ପୂର୍ବରୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ତାଙ୍କୁ ସମ୍ମାନସୂଚକ ଡକ୍ଟୋରେଟ୍‍ ଡିଗ୍ରୀ ପ୍ରଦାନ କରାଯାଇଥିଲା।

ଫୁଲବାଣୀ ରୁ ବୈଦ୍ୟନାଥ ନାୟକ ଙ୍କ ରିପୋର୍ଟ 

Related posts

ଆମ୍ବଦଳା ଠାରେ ରେଳରୋକ ଆନ୍ଦୋଳନ କୁ ସମର୍ଥନ ଜଣାଇ ରେଳ ଷ୍ଟେସନ ମେନେଜର ଜରିଆରେ ସମ୍ବଲପୁର ଡିଆରଏମଙ୍କୁ ବିଶ୍ଵନାଥପୁର ସିଟିଜେନ ଫୋରମ କମିଟି ଦ୍ବାରା ଦାବି ପତ୍ର ପ୍ରଦାନ

Sunil Chandra Nayak

ଅଧପନ୍ତରିଆ ଭାବରେ ୨ ଗୋଟି ଅଙ୍ଗନବାଡି କେନ୍ଦ୍ର

Sunil Chandra Nayak

ପର୍ଲା ଅନନ୍ତ ପ୍ରସାଦ ଦାସ ଉଚ୍ଚ ବିଦ୍ୟାଳୟ ର ବାର୍ଷିକ ଉତ୍ସବ

masiha

Leave a Comment

error: Content is protected !!