ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଧର୍ମଗଡଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା୨୬.୧୨.୨୦୨୨// ଆଜି ଧର୍ମଗଡସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ ପଟେଲ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ସଚିନ ପାୱାର ,ଉପ ଜିଲ୍ଲାପାଳ, ଧର୍ମଗଡ ଶ୍ରୀ ବେଦ ଭୂଷଣ, ବ୍ଲକ ଅଧ୍ୟକ୍ଷା ବବିତା ପାଟ୍ଟଯୋଶୀ ତଥା ବି ଡି ଓ ,ଧର୍ମଗଡ ଶ୍ରୀ ଶରତ ସେଠୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୮୩ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୭୩ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୦ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୦୭ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

ମସିହା ନିଉଜ ସର୍ଭିସ୍ 

Related posts

ଵୁଡାମରା ରେ ମା’ ଶାରଦା ସେବାସଂଘର ୩୦ ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ

masiha

ଭବ୍ୟ ଆୟୋଜନରେ ସମାପ୍ତ ହେଲା ଜୟପାଟଣା କଳାହାଣ୍ଡି ଉତ୍ସବ ଘୁମୁରା  

Sunil Chandra Nayak

ଜନ ସୂଚନା ଅଧିକାରୀଙ୍କ ଅବହେଳା ,ଅପିଲ ପରେ ବି ଆବେଦନ କାରୀଙ୍କ ହାତ ଖାଲି 

Leave a Comment

error: Content is protected !!