ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆମ ଓଡ଼ିଶା

୨୦୨୨ରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ୬.୩୧ ଲକ୍ଷ ଲୋକଙ୍କୁ ମିଳିଛି ମାଗାଣା ଚିକିତ୍ସା

୨୦୨୨ ମସିହା ଜାନୁୟାରୀ ପହିଲାରୁ ଡିସେମ୍ବର ୨୫ତାରିଖ ପର୍ଯ୍ୟନ୍ତ ରାଜ୍ୟର ୬.୩୧ଲକ୍ଷ ଲୋକ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କେୱାଇ) ଜରିଆରେ ବିଭିନ୍ନ ଘରୋଇ ହସ୍ପିଟାଲରେ ଦେୟମୁକ୍ତ ଚିକିତ୍ସା ପାଇଛନ୍ତି। ସେମାନଙ୍କର ଚିକିତ୍ସା ବାବଦରେ ରାଜ୍ୟ ସରକାର ଘରୋଇ ହସ୍ପିଟାଲମାନଙ୍କୁ ପ୍ରାୟ ୧୩୮୯ କୋଟି ଟଙ୍କାର ବିଲ୍ ପୈଠ କରିଛନ୍ତି। ରାଜ୍ୟର ସବୁ ଜିଲ୍ଲାରେ ବିଏସ୍‌କେୱାଇ ସୁବିଧା ଉପଲବ୍ଧ ହେଉଥିବା ବେଳେ ଏଥିପାଇଁ ବ୍ୟାପକ ସଚେତନତା ସୃଷ୍ଟି କରିବା ଲାଗି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।

ରାଜ୍ୟ ସ୍ବାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତଙ୍କ ଅଧ୍ୟକ୍ଷତାରେ ବିଏସ୍‌କେୱାଇ ସଂପର୍କିତ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରୁ ମିଳିଥିବା ସୂଚନା ଅନୁସାରେ, ଚିକିତ୍ସା ପାଇଁ ଆସୁଥିବା ଶତ ପ୍ରତିଶତ ରୋଗୀଙ୍କୁ ୧୦୪ କଲ୍‌ ସେଣ୍ଟର୍ ମାଧ୍ୟମରେ କାଉନସେଲିଂ କରାଯାଉଛି। ହସ୍ପିଟାଲରେ ନିୟୋଜିତ ଥିବା ସ୍ବାସ୍ଥ୍ୟ ମିତ୍ରମାନେ ମଧ୍ୟ ସେମାନଙ୍କର ଆଡମିସନ୍ ଓ ଚିକିତ୍ସା ପାଇଁ ଡାକ୍ତରମାନଙ୍କ ସହ ଯୋଗାଯୋଗ ଓ ପ୍ରକ୍ରିୟାଗତ ସହାୟତା ପ୍ରଦାନ କରୁଛନ୍ତି। ବିଏସ୍‌କେୱାଇରେ ସମୁଦାୟ ୨୦୫୬ଟି ଚିକିତ୍ସା ଓ ନିଦାନ ପ୍ୟାକେଜ୍ ରହିଛି। ତେବେ ଯୋଜନା ସଂପର୍କରେ ଗଜପତି, କନ୍ଧମାଳ, ସୋନପୁର, ନୂଆପଡ଼ା, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନାଗିରି ଆଦି ଜିଲ୍ଲାର ଗ୍ରାମାଞ୍ଚଳରେ ସଚେତନତା ଓ ସୂଚନା ପ୍ରଦାନ କାର୍ଯ୍ୟକ୍ରମକୁ ସଘନ କରିବା ପାଇଁ କ୍ଷେତ୍ରସ୍ତରୀୟ ଅଧିକାରୀମାନଙ୍କୁ ନିର୍ଦେଶ ଦିଆଯାଇଛି।

ସେହିପରି ହସ୍ପିଟାଲକୁ ଆସିବା ପୂର୍ବରୁ ରୋଗୀ ବା ତାଙ୍କର ନିକଟ ସମ୍ପର୍କୀୟ ଟୋଲ୍ ଫ୍ରି ନମ୍ବର ୧୦୪ କୁ ଆଗୁଆ ଯୋଗାଯୋଗ କରି ସୂଚନା ପାଇପାରୁଛନ୍ତି। କାର୍ଡ ବାବଦରେ କୌଣସ ଅସୁବିଧା ହେଲେ ୧୫୫୩୬୯ ଟୋଲ୍ ଫ୍ରି ନମ୍ବରକୁ ଫୋନ କରି ଜଣାଇବା ପରେ ସମସ୍ୟାର ସମାଧାନ କରାଯାଉଛି। ଲୋକମାନେ ନିଜର ଅଭିଯୋଗ ମଧ୍ୟ ଟୋଲ୍ ଫ୍ରି ନମ୍ବର ୧୪୫୪୫, ଟ୍ବିଟର୍ ଆକାଉଣ୍ଟ bskyodisha ଓ ଫେସବୁକ୍ ଆକାଉଣ୍ଟ bskyodisha ମାଧ୍ୟମରେ ଜଣାଉଛନ୍ତି। ତେଣୁ ସେବା ମନୋଭାବରେ କାର୍ଯ୍ୟ କରିବାକୁ ଜିଲ୍ଲା ସଂଯୋଜକ ଓ ସ୍ବାସ୍ଥ୍ୟ ମିତ୍ରମାନଙ୍କୁ ପରାମର୍ଶ ଦିଆଯାଇଛି। ବୈଠକରେ ଓଡ଼ିଶା ହେଲଥ୍ ଆସୁରାନ୍ସ ସୋସାଇଟିର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ବୃନ୍ଦା.ଡି, ଅତିରିକ୍ତ ଶାସନ ସଚିବ ଶୁଭାନନ୍ଦ ମହାପାତ୍ର, ଓଡ଼ିଶା ହେଲଥ୍ ଆସୁରାନ୍ସ ସୋସାଇଟିର ବରିଷ୍ଠ ଅଧିକାରୀମାନେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ସୁଆଣ୍ଡୋ ଗସ୍ତ

Sunil Chandra Nayak

ବିଜ୍ଞାନ ଓ ବାଣିଜ୍ୟ ଛାତ୍ର ଛାତ୍ରୀ ମାନଙ୍କ ପାଇଁ ବଡ଼ ଖବର – ମେ ୨୮ରେ +୨ ରେଜଲ୍ଟ ତାରିଖ ଘୋଷଣା, ପ୍ରଥମେ ପ୍ରକାଶ ପାଇବ ବିଜ୍ଞାନ ଓ ବାଣିଜ୍ୟର ଫଳ

ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ… ରାଜ୍ୟରେ ଚିହ୍ନଟ ହେବେ ନକଲି ଡାକ୍ତର : ସମସ୍ତଙ୍କର ଯାଞ୍ଚ ହେବ ସାର୍ଟିଫିକେଟ୍

Sunil Chandra Nayak

Leave a Comment

error: Content is protected !!