ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଭବାନୀପାଟଣା ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା୨.୧.୨୦୨୩// ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ ପଟେଲ, ଉପ ଜିଲ୍ଲାପାଳ, ଭବାନୀପାଟଣା ଡ ବିଶ୍ୱଜିତ୍ ଦାସଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୯୯ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୮୪ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୫ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୦୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ରେଡକ୍ରସ ତରଫରୁ ଜୁନାଗଡ ଆଟି ଗାଆଁ ର ମଙ୍ଗଳୁ ରଣା ଙ୍କୁ ଦିବ୍ୟାଙ୍ଗ ଆର୍ଥିକ ସହାୟତା ରୂପେ ଟ ୫୦୦୦ /- ଅନୁମୋଦନ କରାଯାଇଥିଲା।

ମସିହା ନିଉଜ ସର୍ଭିସ୍ 

Related posts

କୁସଙ୍ଗ ରେ କମ୍ୟୁନିଟି ସେଣ୍ଟର ନିର୍ମାଣ ପାଇଁ ଶୁଭ ଭିତ୍ତି ପ୍ରସ୍ତର ସ୍ଥାପନ କଲେ ରାଜ୍ୟସଭା ସାଂସଦ 

masiha

୭ ତମ ବାର୍ଷିକ ସିନ୍ଧେର ଉତ୍ସବରେ ଯୋଗଦେଲେ ସାଂସଦ ପ୍ରତିନିଧି 

Sunil Chandra Nayak

ଯୁକ୍ତ ୨ ପରୀକ୍ଷାରେ ଜୁନାଗଡ଼ ଚମେଲି ଦେବୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ସଫଳତା

masiha

Leave a Comment

error: Content is protected !!