ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ଡାବୁଗାଁ, ୨୧/୧ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ବିଡିଓ ଙ୍କ ପ୍ରକୋଷ୍ଠରେ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ବିଡିଓ ଶରତ ମାଝିଙ୍କ ଅଧ୍ୟକ୍ଷତାରେ ଶନିବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ କିପରି ସାଧାରଣତନ୍ତ୍ର ଦିବସ ପାଳନ କରାଯିବ, ବିଭିନ୍ନ କମିଟି ଗଠନ, ଅତିଥି ଚୟନ, ଜାନୁଆରୀ ୨୫ ତାରିଖ ଦିନ ପ୍ୟାରେଡ ଅଭ୍ୟାସ ଅନୁଷ୍ଠିତ ହେବା ନେଇ ଆଲୋଚନା ହୋଇଥିଲା | ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବେ | ଏହି ବୈଠକରେ ଏବିଡିଓ ପଦ୍ମନାଭ ତ୍ରିପାଠୀ, ସହକାରୀ ନିର୍ବାହୀ ଯନ୍ତ୍ରୀ ମାନସ କୁମାର ନେଟୀ, ସାଂସଦ ପ୍ରତିନିଧି ଏମ୍॰ଆପ୍ପା ରାଓ, ବିଧାୟକ ପ୍ରତିନିଧି ଏମ୍. ବୁଲୁ ରାଓ, ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର କୁମାର ମିଶ୍ର, ଜିଲପରିଷଦ ସଭ୍ୟ ଧନସିଂ ଭତ୍ରା ଓ ଗୁପ୍ତ ବିଶୋଇ, ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଭଗବାନ ମାଝି, ସବଇନିସ୍ପେକ୍ଟର ବିଜୁରାମ ବାଗ, କନିଷ୍ଠ ଯନ୍ତ୍ରୀ ବ୍ରହ୍ମଦତ୍ତ ସାହୁ, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ପ୍ରସନ୍ନ କୁମାର ଦଣ୍ଡସେନା,ପଞ୍ଚାୟତ ନିର୍ବାହୀ ଅଧିକାରୀ ପର୍ଶୁରାମ ମାଳୀ, ଅମୂଲ୍ୟ ଦଳାଇ ଶିକ୍ଷୟତ୍ରୀ ଗିରିଶବାଳା ଜେନା, ଶିକ୍ଷକ ହେମନ୍ତ କୁମାର ସାମଲ, ବଲ୍ଲଭ ନାରାୟଣ ପଣ୍ଡା, ବିଶ୍ଵେଶ କୁମାର ତ୍ରିପାଠୀ, ଜିତେନ୍ଦ୍ର ମାଝୀ, ଓ ବିଭିନ୍ନ ବିଦ୍ୟାଳୟର ଶିକ୍ଷୟତ୍ରୀ ଶିକ୍ଷକ ମାନେ ଉପସ୍ଥିତ ଥିଲେ | ବୈଠକକୁ ପରିଚାଳନା କରିଥିଲେ | ଗ୍ରାମ ପଞ୍ଚାୟତ ସଂମ୍ପ୍ରସାରଣ ଅଧିକାରୀ ଏ.ଡି. ପ୍ରସାଦ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ |

ଡାବୁଗାଁ ରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ଯୁନାଇଟେଡ଼ ଚୋରଚେସ୍ ଅଫ ନବରଙ୍ଗପୁର ଡିଷ୍ଟିକ ତରଫରୁ ବିଶାଳ ରାଲି

Sunil Chandra Nayak

ଭାଲୁଚଞ୍ଚରାରେ କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୩ ଅନୁଷ୍ଠିତ

masiha

ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ! ଖଟରୁ ପଡ଼ି ଶିଶୁକନ୍ଯା ମୃତ

Sunil Chandra Nayak

Leave a Comment

error: Content is protected !!