ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସଂକ୍ରାନ୍ତି ପୁରୁଷ ଫକୀର ମୋହନଙ୍କ ଜୟନ୍ତୀ ପାଳିତ

ରାଉରକେଲା/ ସହରର ପ୍ରଗତିଶୀଳ ସାହିତ୍ୟନୁଷ୍ଠାନ ଓଡିଆ ଭାଷା ବିକାଶ ମଞ୍ଚ ଓ ବିଦ୍ୟୁତକଲୋନୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ମିଳିତ ଆନୁକୂଲ୍ୟରେ ସଂକ୍ରାନ୍ତି ପୁରୁଷ ତଥା ବ୍ୟାସକବି ଫକୀର ମୋହନ ସେନାପତିଙ୍କ ଜୟନ୍ତୀ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରବୀର କୁମାର ଦୁବେଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜର୍ଣ୍ଣାଲିଷ୍ଟ ଆସୋସିଏସନ୍‌ର ଉପସଭାପତି ତଥା କବି କୁଞ୍ଜବିହାରୀ ରାଉତ ମୁଖ୍ୟ ଅତିଥି, ବିଦ୍ୟୁତକଲୋନୀ ସରକାରୀ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସୁଶାନ୍ତ କୁମାର ସିଂ ସମ୍ମାନିତ ଅତିଥି ଓ ମଞ୍ଚର ସାଧାରଣ ସଂପାଦକ ଆର୍ତ୍ତତ୍ରାଣ ମହାପାତ୍ର ମୁଖ୍ୟବକ୍ତା ଭାବେ ଯୋଗଦେଇ ବ୍ୟାସକବିଙ୍କ ଜୀବନୀ ଓ ସୃଷ୍ଟି ସଂପର୍କରେ ଆଲୋଚନା କରିଥିଲେ । ପ୍ରାରମ୍ଭରେ ପ୍ରଧାନ ଶିକ୍ଷକ ଶ୍ରୀ ଦୁବେ ସଭାପତିତ୍ବ ଅଭିଭାଷଣ ସହ ଅତିଥି ମାନଙ୍କ ପରିଚୟ, କାର୍ଯ୍ୟକ୍ରମର ଆଭିମୁଖ୍ଯ ଓ ମଂଚ ସଂଯୋଜନା କରିଥିଲେ । ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀ ନିବେଦିତା ମହାନ୍ତି ବ୍ୟାସକବିଙ୍କ ସଂପର୍କରେ ଓ ତାଙ୍କ ରଚିତ ଗଳ୍ପ ଓ ଉପନ୍ୟାସ ସଂପର୍କରେ ଆଲୋଚନା କରିଥିଲେ ।

ଏହି ଅବସରରେ ଅତିଥିମାନେ ସେମାନଙ୍କ ବକ୍ତବ୍ଯ ରେ କହିଲେ ଯେ ବ୍ୟାସକବି ହେଉଛନ୍ତି ଯଥାର୍ଥରେ ଆଧୁନିକ ଓଡିଆ ସାହିତ୍ୟର ସେନାପତି। ସେ ପ୍ରଥମ ଥର ପାଇଁ ସମାଜର ଅବହେଳିତ ନିଷ୍ପେଷିତ ଜୀବନ ସଂଗ୍ରାମରେ ଉତ୍ପିଡିତ ବ୍ୟକ୍ତିଙ୍କର ସମସ୍ୟାକୁ ଲୋକଲୋଚନକୁ ଆଣିଥିଲେ । ତାଙ୍କ ଦ୍ବାରା ସୃଷ୍ଟି ଗଳ୍ପ ଉପନ୍ୟାସ ଆଦି ଆମ ଭାଷାସାହିତ୍ୟ ପାଇଁ ଅମୂଲ୍ୟ ରତ୍ନ। ଏହି ଅବସରରେ ପ୍ରଶ୍ନୋତ୍ତରୀ କାର୍ଯ୍ୟକ୍ରମ କରାଯାଇ ସଠିକ ଉତ୍ତର ଦେଇଥିବା ଛାତ୍ରଛାତ୍ରୀ ଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ବରିଷ୍ଠ ଶିକ୍ଷୟିତ୍ରୀ ଶୀଲା ନାୟକ,କ୍ଷଣପ୍ରଭା ବେହେରା,ଅମୂଲ୍ୟ କୁମାର ସାମଲ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିବା ବେଳେ ଶେଷରେ ଶ୍ରୀ ଦୁବେ ଧନ୍ୟବାଦ ଅର୍ପଣ କରିଥିଲେ ।

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ 

Related posts

ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ପାଳିତ ” ମିନିମାରାଥନ ଯୋଗଦେଲେ ଯୁବକ ଯୁବତୀ”

masiha

ସାରଙ୍ଗଧର ଷ୍ଟାଡିୟମ୍ ରେ ରାଜ୍ୟ ବିଦ୍ୟାଳୟ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ୨୦୨୨_୨୩ ଅନୁଷ୍ଠିତ

Sunil Chandra Nayak

ରୋଟ୍ରାକ୍ଟ କ୍ଲବର ବୃକ୍ଷ ରୋପଣ କାର୍ଯ୍ୟକ୍ରମ

Sunil Chandra Nayak

Leave a Comment

error: Content is protected !!