ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କାମାକ୍ଷାନଗର ଉପଖଣ୍ଡ ସ୍ତରୀୟ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

କାମାକ୍ଷାନଗର(ମ ନି ସ) ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ୭୪ ତମ ସାଧାରଣତନ୍ତ୍ର ଦିବସ ରେଙ୍ଗାଳୀ ପଡିଆ ଠାରେ ମହାଆଡମ୍ବରରେ ପାଳିତ ହୋଇଯାଇଛି । ଏ ଉପଲକ୍ଷେ ପୂର୍ବାହ୍ନ ରେ ଗାନ୍ଧୀ ମନ୍ଦିରରେ ମହାତ୍ମାଗାନ୍ଧୀ, ଗୋପବନ୍ଧୁ ପାର୍କ ରେ ଉତ୍କଳମଣି ଗୋପବନ୍ଧୁ, ବିଜୁ ପଟ୍ଟନାୟକ ବସ ଷ୍ଟାଣ୍ଡ ରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ମାଲ୍ୟାର୍ପଣ କରାଯାଇଥିଲା l କାମାକ୍ଷାନଗର ଉପଜିଲ୍ଲାପାଳ ଜ୍ୟୋତିଶଙ୍କର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଏବଂ ପ୍ୟାରେଡ଼ ମାର୍ଚ୍ଚ କରିବା ସହ ସମ୍ବିଧାନ ଓ ଗଣତନ୍ତ୍ରର ଭୂମିକା ଉଦ୍ଦେଶ୍ୟରେ ଅଭିଭାଷଣ ପ୍ରଦାନ କରିଥିଲେ । ଏହି ଅବସରରେ କାମାକ୍ଷାନଗର ଉପଖଣ୍ଡର ୪୦ ଗୋଟି ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ଅଂଶଗ୍ରହଣ କରିଥିଲେ । ପରେ ବିଦ୍ୟାଳୟର କୁନି କୁନି ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ଦେଶାତ୍ମବୋଧକ ସାଂସ୍କୃତିକ ନୃତ୍ୟ ପରିବେଷଣ ହୋଇଥିଲା । ପରି ଶେଷରେ ଶିକ୍ଷା, କଳା, ସଂସ୍କୃତି ,କୃତିତ୍ୱ କ୍ଷେତ୍ରରେ ପ୍ରବୀଣ ବ୍ୟକ୍ତିତ୍ୱ ଓ ଛାତ୍ରଛାତ୍ରୀଙ୍କୁ ମାନପତ୍ର ଓ ଟ୍ରଫି ଦେଇ ସମ୍ମାନିତ କରାଯାଇଥିଲା । କାର୍ଯ୍ୟକ୍ରମରେ ଏସଡିପିଓ ରଞ୍ଜନ କୁମାର ଦେ ,ବିଡିଓ ବିକାଶ ମହାନ୍ତି ସମେତ ବିଭିନ୍ନ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଥିଲେ । ଭାରପ୍ରାପ୍ତ ଉପଖଣ୍ଡ ସୂଚନା ଓ ଲୋକ ସଂମ୍ପର୍କ ଅଧିକାରୀ କିରଣ ନାୟକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ l

କାମାକ୍ଷାନଗର ରୁ ପ୍ରହ୍ଲାଦ ମୁଦୁଲି ଙ୍କ ରିପୋର୍ଟ୍

Related posts

ଗାଁ କୁ ଫେରିଲା ପୁଣି ଜଣେ ଦାଦନ ଶ୍ରମିକଙ୍କ ଶବ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

Sunil Chandra Nayak

କେନ୍ଦ୍ରମନ୍ତ୍ରୀଙ୍କ ଅନୁରୋଧ ରଖିଲେ କେନ୍ଦ୍ର ପଞ୍ଚାୟତିରାଜ ମନ୍ତ୍ରୀ….

Sunil Chandra Nayak

ଦେଓଗାଁ ବ୍ଲକ ଧଣ୍ଡlମାଳ ଗାଁ ରେ ବିଶାଳ ଆଦିବାସୀ ସମ୍ମିଳନୀ , ଜମି ଜଳ ଜଙ୍ଗଲ ଜୀବନଜୀବିକା ସୁରକ୍ଷା ପାଇଁ ଆଦିବାସୀ ଙ୍କ ଆହ୍ୱାନ 

masiha

Leave a Comment

error: Content is protected !!