ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ପୁଲିସ କର୍ମୀଙ୍କ ଗୁଳିମାଡ଼: ଅଭିଯୁକ୍ତଙ୍କୁ କାବୁ କଲା ପୁଲିସ, କାରଣ ଅସ୍ପଷ୍ଟ

ଜଣେ ପୋଲିସ କର୍ମଚାରୀ ଗୁଳି ମାଡ ମାରିଥିବା ସୂଚନା…

ସ୍ବସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ବ୍ରଜରାଜନଗରରେ ଗୁଳିମାଡ଼ ହୋଇଥିବାର ଖବର ମିଳିଛି। ଗୁଳିଟି ତାଙ୍କ ଛାତିର ବାମ ପାଖରେ ବାଜିଛି। ସେ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆସିବାକୁ ବ୍ରଜରାଜନଗର ଆସିଥିଲେ। ସେ ଏକ ବିରାଟ ଶୋଭାଯାତ୍ରାରେ ଆସୁଥିବା ବେଳେ ଜଣେ ପୁଲିସ କର୍ମୀ ଗୁଳିମାଡ଼ କରୁଥିବା କୁହାଯାଉଛି। ଏଣେ ରକ୍ତାକ୍ତ ଅବସ୍ଥାରେ ନବ କିଶୋର ଦାସଙ୍କୁ ଡାକ୍ତରଖାନାକୁ ନିଆଯାଇଛି।ଏନେଇ ବ୍ରଜରାଜନଗର ଏସଡିପିଓ ଗୁପ୍ତେଶ୍ବର ଭୋଇ କହିଛନ୍ତି ଯେ ଗାନ୍ଧୀଛକ ଫାଣ୍ଡିରେ ପୁଲିସ କର୍ମୀ ଗୋପାଳ ଦାସ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳିମାଡ଼ କରିଛନ୍ତି। ଅଭିଯୁକ୍ତଙ୍କୁ କାବୁ କରାଯାଇଛି। ତାଙ୍କୁ ରିଭଲଭର ଇସ୍ୟୁ ହୋଇଥିଲା। ହେଲେ କେଉଁ କାରଣରୁ ସେ ଗୁଳି ଚାଳନା କରିଛନ୍ତି, ତାହା ଜଣାପଡ଼ିନାହିଁ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

ଗଞ୍ଜେଇ ଜବତ, ୧ ଗିରଫ

Sunil Chandra Nayak

ଅନାରକଲି ଢ଼ାବାରେ ଅବକାରୀ ଚଢାଉ, ବିପୁଳ ପରିମାଣରେ ବିଦେଶୀ ମଦ ଜବତ, ଦୁଇ ଜଣକୁ କୋର୍ଟ ଚାଲାଣ

masiha

ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଜଳ ଛାୟା ପ୍ରକଳ୍ପ ଓ ମୃତ୍ତିକା ସଂରକ୍ଷଣ ବିଭାଗର ସହାୟକ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ସହ ଅନ୍ୟ ତିନି ଜଣ ଅଧିକାରୀଙ୍କୁ ଗିରଫ କରିଛି । କୋଟି କୋଟି ଟଙ୍କା ହଡ଼ପ 

masiha

Leave a Comment

error: Content is protected !!