ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଗୋଲାମୁଣ୍ଡାଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା // ତା୩୦.୧.୨୦୨୩// ଆଜି ଗୋଲାମୁଣ୍ଡା ବ୍ଲକ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ କୁମାର ପଟେଲ,ଉପ ଜିଲ୍ଲାପାଳ, ଧର୍ମଗଡ ଶ୍ରୀ ବେଦ ଭୂଷଣ, ବ୍ଲକ ଅଧ୍ୟକ୍ଷ ଶ୍ରୀ ବିନ୍ଦୁ ମହାନନ୍ଦ, ବି ଡି ଓ ଶ୍ରୀଧର ପଣ୍ଡା ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୫୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୬ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୧୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୦ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

ମସିହା ନିଉଜ ସର୍ଭିସ୍ 

Related posts

ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ

Sunil Chandra Nayak

ରାଇରଙ୍ଗପୁର ପିସିଏମ ସ୍କୁଲ ପରିସରରେ ବାମନଘାଟୀ ଉପଖଣ୍ଡ ସ୍ତରୀୟ ଦିଵ୍ଯାଙ୍ଗ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଉପକରଣ ବଣ୍ଟନ କାର୍ଯ୍ୟକ୍ରମ; ୬୫ ଛାତ୍ରଛାତ୍ରୀଙ୍କୁ ୯୩ ଉପକରଣ ବଣ୍ଟନ 

Sunil Chandra Nayak

ଗୁରୁ ଘାସିଦାସ ବାବାଙ୍କ ୨୬୭ ତମ ବାର୍ଷିକ ଜୟନ୍ତୀ ମହୋତ୍ସବ

masiha

Leave a Comment

error: Content is protected !!