ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲାସ୍ତରୀୟ କୃଷି ମେଳା ଓ କୃଷି ଯନ୍ତ୍ରପାତି ମେଳା ଉଦ୍ଘାଟିତ

ରାୟଗଡ ତା ୩/୦୨- ରାୟଗଡ ଜିଲ୍ଲାପ୍ରଶାସନ ଓ କୃଷି ବିଭାଗ ତରଫରୁ ସ୍ଥାନୀୟ ଗୋବିନ୍ଦ ଚନ୍ଦ୍ର ଉଚ୍ଚବିଦ୍ୟାଳୟ ପଡିଆ ଠାରେ ଚଳିତ ମାସ ତା ୩ତାରିଖ ଠାରୁ ୬ ତାରିଖ ପର୍ଯ୍ୟନ୍ତ ୪ଦିନ ଧରି ଅନୁଷ୍ଟିତ ହେବାକୁ ଥିବା ଜିଲ୍ଲାସ୍ତରୀୟ କୃଷୀ ଯନ୍ତ୍ରପାତି ମେଳା ଆଜି ଜିଲ୍ଲାପାଳ ସ୍ୱଧା ଦେଵ ସିଂ ଦ୍ଵାରା ଉଦଘାଟିତ ହୋଇଥିଲା l ଏଥିରେ ମୁଖ୍ୟ ଅତିଥି ଭାବରେ ଓଡ଼ିଶା କୃଷି ଶିଳ୍ପ ନିଗମର ଅଧ୍ୟକ୍ଷ ଶ୍ରୀ ଦେବାଶିଷ ମହାନ୍ତି , ଅତିରିକ୍ତ ଜିଲ୍ଲାପାଳ ଧର୍ମାନଦ ବେହେରା, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ,ରାୟଗଡ,ଶ୍ରୀ ରାମଚନ୍ଦ୍ର ଦାଶ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, ରାୟଗଡ,ସୁଶ୍ରୀ ଟୁନି ହିକକା, ଅଧ୍ୟକ୍ଷl,ରାୟଗଡ ପଞ୍ଚାୟତ ସେମିତି ଓ ସଂଯୁକ୍ତା କୁଲେସିକା, ଅଧ୍ୟକ୍ଷl କଲନାରା ପଂଚାୟତ ସମିତି ଆଦି ଯୋଗଦlନ କରିଥିଲେ। ଏହି ଅବସରରେ ମେଳା ମଧ୍ୟରେ ଜିଲ୍ଲା କୃଷୀ ବିଭାଗ ତରଫରୁ ଏକ କୃଷୀ ସଚେତନତା ସଭା ଅନୁଷ୍ଟିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଶ୍ରୀ ମହାନ୍ତି ଓ ଜିଲ୍ଲାପାଳ ଦେଵ ସିଂ କୃଷି ମେଳାର ଉଦେଶ୍ୟ ଓ ଆଧୁନିକ ପ୍ରଣାଳୀରେ ଚାଷୀ କିପରି ଲାଭବାନ ହୋଇପାରିବେ ତା ଉପରେ ଆଲୋକପାତ କରିଥିଲେ। ଅନ୍ୟତମ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବେହେରା,ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ତ୍ରିପାଠୀ, ଯୋଗଦେଇ ଜିଲ୍ଲାର କିଛି କୃଷକ ଆଧୁନିକ ପ୍ରଣାଳୀ ରେ କିପରି ବିଭିନ୍ନ ପ୍ରକାର ଚାଷ ଉତ୍ପାଦନ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ହେଇଛନ୍ତି ସେ ସମ୍ପର୍କରେ ଉଲ୍ଲେଖ କରି ବର୍ତ୍ତମାନ ଯୁଗରେ କୃଷୀ କ୍ଷେତ୍ରରେ ଉନ୍ନତ ମାନର ଯନ୍ତ୍ରପାତିର ବ୍ୟବହାର କରି ଚାଷୀ ଅଧିକ ଲାଭବାନ ହୋଇପାରୁଥିବା ହେତୁ ଏବଂ ଏ କ୍ଷେତ୍ରରେ ସରକାର ସବ୍ ସିଡି ମାଧ୍ୟମରେ କୃଷକଙ୍କ ଆବଶ୍ୟକ ଯନ୍ତ୍ର ପାତି ଯୋଗାଇ ଦେଉଥିବାରୁ ଜିଲ୍ଲାର କୃଷକ ଭାଇମାନେ ଏହାର ସୁଯୋଗ ନେବା ପାଇଁ ସେ ପରାମର୍ଶ ଦେଇଥିଲେ। ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଶ୍ରୀ ଦlଶ ସ୍ଵାଗତ ଭାଷଣ ଦେଇଥିବା ବେଳେ ଜଳବିଭାଜିକା ମିଶନ, ରାୟଗଡ ପ୍ରକଳ୍ପ ନିର୍ଦ୍ଦେଶକ ଡ଼ଃ ଦୟାନିଧି ବାଘ ଧନ୍ୟବାଦ ଅର୍ପଣ କରିଥିଲେ l

ଏହି ଅବସରରେ ମେଳାରେ ଉଦଘାଟନୀ ଦିବସରେ ୧୦ ଜଣ କୃଷକ ଟ୍ରାକ୍ଟର ବୁକିଂ କରି କିଣି ଥିବାରୁ ଅତିଥି ମାନଙ୍କ ଦ୍ଵାରା ସମସ୍ତଙ୍କୁ ଟ୍ରାକ୍ଟର ଚାବି ପ୍ରଦାନ କରାଯାଇଥିଲା। କୃଷି କ୍ଷେତ୍ରରେ ଉଲ୍ଲେଖନୀୟ ପାରଦର୍ଶିତା ହାସଲ କରିଥିବା ଭାସ୍କର ଛେଦିବଂଶ, ବିଜୟ କୁମାର ମିଶ୍ର, ରାଜେନ୍ଦ୍ର ନାୟକ, କ୍ରୁପାସିନ୍ଧୁ ଜିଲ୍ଲାକାରା ଏବଂ ଜି. ଶ୍ରୀନିବାସ ରାଓଙ୍କୁ ସମ୍ବର୍ଦ୍ଧିତ କରିଥିଲେ l ଏହାପରେ ଚାଷ ସମ୍ବନ୍ଧୀୟ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା l ଏହି ମେଳାରେ ପ୍ରତେକ ଦିନ ସନ୍ଧ୍ୟା ୩ ଟା ରୁ୬ପର୍ଯ୍ୟନ୍ତ ସ୍ଥାନୀୟ କଳାକାର ମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଜନସାଧାରଣ ଙ୍କ ମନୋରଞ୍ଜନ ପାଇଁ ଅନୁଷ୍ଟିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମକୁ ବହୁ ସଂଖ୍ୟାରେ ଯୋଗଦାନ କରି ଏହାକୁ ଉପଭୋଗ କରିବା ସହିତ କୃଷି ଯନ୍ତ୍ରପାତି ମେଳା ବୁଲିଦେଖିଥିଲେ lଏହି ମେଳାରେ ବିଭିନ୍ନ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଦ୍ୱାରା ଷ୍ଟଲ ମାନ ଖୋଲାଯାଇ ତାଙ୍କର ଉତ୍ପlଦିତ ଦ୍ରଵ୍ୟ ବିକ୍ରୟ କରିଛନ୍ତି l ଏହି ୪ଦିନିଆ ମେଳାରେ ପ୍ରତେକ ଦିନ ବିଭିନ୍ନ ମାନ୍ୟଗନ୍ୟ ଅତିଥି, ଜନପ୍ରତିନିଧି ଯୋଗଦାନ କରିବାର କାର୍ଯ୍ୟକ୍ରମ ରହିଛି l

ରାୟଗଡ଼ା ରୁ ଗୌରୀ ପଟନାୟକ ଙ୍କ ରିପୋର୍ଟ 

Related posts

ଶେଷରେ ମୁକୁଳିଲା ବନ୍ଧା ପଡ଼ିଥିବା ସାର୍ଟିଫିକେଟ୍

Sunil Chandra Nayak

ଜାଡ଼ରେ ଥରୁଛି ସମଗ୍ର କନ୍ଧମାଳ। ଫୁଲବାଣୀ ସହର ନିକଟ ରୁଜାଙ୍ଗି ଲେଙ୍ଗେରୀ ସାହିରେ ପାଳଗଦା ରେ ତୁଷାର ପାତ

Sunil Chandra Nayak

୧- ଅବହେଳିତ ନନ୍ଦିନିଆ ଜଳଧାରା ,୨- ମଦନମୋହନ ମଠରୁ ୧୮ଟି ପ୍ରାଚୀନ ମୂର୍ତ୍ତି ଚୋରି ,୩- ବ୍ରାହ୍ମଣୀ ନଦୀର ବନ୍ୟାଜଳରୁ ୭୦ ଗାଈ ଉଦ୍ଧାର ,୪- କାଜୁ ଜଙ୍ଗଲରୁ ମହିଳାଙ୍କ ମୃତଦେହ ଉଦ୍ଧାର , ୫-ରାଜପଥରେ ଖାଲଖମା,ଦୁର୍ଘଟଣା ଆଶଙ୍କା ଉଦ୍‌ବେଗ ପ୍ରକାଶ କଲେ ଆଞ୍ଚଳିକ ପରିବହନ ଅଧିକାରୀ, ୬- ସଡ଼କ ଦୁର୍ଘଟଣା, ଜଣେ ମୃତ; ୪ ଗୁରୁତର , ୭- ବ୍ରାହ୍ମଣୀରେ ବନ୍ୟା, ପାଞ୍ଚ ପଞ୍ଚାୟତର ଛଅ ଗ୍ରାମ ପାଣି ଘେରରେ  ରିଲିଫ୍ ପାଇଁ ଦାବି,ବୁଦ୍ଧେଶ୍ୱର ମନ୍ଦିର ରାସ୍ତାରେ ବନ୍ୟାଜଳ , ୮- ବାଇକକୁ ଧକ୍କାଦେଲା ହାଇବା, ଜଳିଗଲେ ବାଇକ ସହ ଆରୋହୀ, ୯- ଢେଙ୍କାନାଳ ଅନୁଗୋଳ ଡେଭଲପମେଣ୍ଟ ଆସୋସିଏସନ୍, (ଦାଦା) ସଂଗଠନ ର ବିଭିନ୍ନ ସମାଜ ସେବା ଏବଂ ବୃକ୍ଷ ରୋପଣ କାର୍ଯକ୍ରମ , ୧୦- ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସାତ ସପନ

Sunil Chandra Nayak

Leave a Comment

error: Content is protected !!