ସୁପରିଚିତ ସଚୀନ ବେହେରା ପାଞ୍ଚକେଜି ନୂଆପଡା : ଏଲ ୱେଟ ବାନ୍ଧି ତିନି ମିନିଟ ଆଣ୍ଠୁ ପ୍ରଘାତ ବା ନିଷ୍ଠାଇକ କରି ପୂର୍ବରୁ ପାକିସ୍ଥାନର ମୁଷ୍ଟିଯୋଦ୍ଧା ମହମ୍ମଦ ରସିଦଙ୍କ ନାମରେ ଥିବା ୧୭୮ନିଷ୍ଟାଇକକୁ ଭାଙ୍ଗି ୨୦୪ ଆଣ୍ଠୁ ପ୍ରଘାତ କରି ନୂତନ ଗିନିଜ୍ ବୁକ ରେକର୍ଡ ସ୍ଥାପନ କରିଛନ୍ତି । ତାଙ୍କର ଏହି କୁତ୍ରିତ୍ଵ ପ୍ରକଟ ହୋଇ ସାରା ଓଡ଼ିଶାର କୋଣ ଅନୁକୋଣରୁ ସଚିନଙ୍କ ପାଖକୁ ପ୍ରଶଂସା ଓ ଶୁଭେଚ୍ଛାର ସୁଅ ଛୁଟିଥିଲା ବେଳେ ନିଜ ଗ୍ରାମ ଲରକା ରେ ଆଜି ସ୍ଵାଗତ ସହିତ ସମ୍ବର୍ଦ୍ଧନା ଜ୍ଞାପନ କରିଛନ୍ତି lନୂଆପଡ଼ା ଜିଲ୍ଲାର ବୋଡ଼େନ ବ୍ଲକ ଲରକା ଗ୍ରାମର ପିତା ଲକ୍ଷ୍ମୀପ୍ରସାଦ ବେହେରା ଏବଂ ଆରତୀ ବେହେରାଙ୍କ ପୁତ୍ର ସଚିନ ବେହେରା ପିଲାଟି ବେଳରୁ ପାଠ ପଢିବା ସମୟରେ ଖେଳ ପ୍ରତି ରୁଚି ରଖୁଥିଲେ । ଏଥିପାଇଁ ପିତାମାତା ସଚିନକୁ ପ୍ରୋତ୍ସାହନ ଦେଇ ଆସୁଥିଲେ । ତେଣୁ ସଚିନ ଖେଳରେ ସଫଳତା ପାଇବା ପାଇଁ କଠିନ ପରିଶ୍ରମ କରୁଥିଲେ । ପ୍ରଥମେ ସେ ୧୦୦ ମିଟର ଧାବକ ଭାବରେ ପରିଚିତ ଥିଲେ । ଖାଲି ସେତିକି ନୁହେଁ ସଚିନଙ୍କ ଇଚ୍ଛା ଥିଲା ସେ ଆଣ୍ଠୁ ପ୍ରଘାତରେ ବିଶ୍ବରେକର୍ଡ଼ କରି ଓଡ଼ିଶା ତଥା ଦେଶ ପାଇଁ ଗୌରବ ଆଣିବେ । ସେଥିପାଇଁ ସଚିନ ଦିନକୁ ୧୦ ଘଣ୍ଟାର କଠିନ ପରିଶ୍ରମ କରୁଥିଲେ ଏବଂ ଦୀର୍ଘ ଚା ରିମାସ କାଳ ଅକ୍ଲାନ୍ତ ପରିଶ୍ରମ କରି ନିଜ ନାମ ଗିନିଜ ବୁକରେ ଲିପିବଦ୍ଧ କରିବା ପାଇଁ ପ୍ରସ୍ତୁତ ହୋଇଥିଲେ । ଆଜି ତାଙ୍କ ସ୍ୱପ୍ନ ପୂରଣ ହୋଇଥିବାରୁ ସଚିନ ତାଙ୍କ ସଫଳତା ପାଇଁ ପିତାମାତାଙ୍କ ସମେତ ପ୍ରଶିକ୍ଷକମାନଙ୍କୁ ସବୁ ଶ୍ରେୟ ଦେଇଛନ୍ତି l ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ
previous post