ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆମ ଓଡ଼ିଶା

ଜିଓ ପକ୍ଷରୁ ତାଳଚେରରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ

ପୂର୍ବରୁ ଜିଓ ପକ୍ଷରୁ ରାଜ୍ୟର ଭୁବନେଶ୍ୱର, କଟକ, ରାଉରକେଲା, ବ୍ରହ୍ମପୁର, ସମ୍ବଲପୁର, ବାଲେଶ୍ୱର, ବାରିପଦା, ଭଦ୍ରକ, ଝାରସୁଗୁଡ଼ା, ପୁରୀ, ବଲାଙ୍ଗୀର ଓ ଅନୁଗୁଳର ନାଲ୍‌କୋ ଭଳି ୧୨ ସହରରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଥିଲା…..

 ରିଲାଏନ୍ସ ଜିଓ ପକ୍ଷରୁ ଓଡ଼ିଶାର ତାଳଚେର ସହରରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଥିବା ଆଜି ଘୋଷଣା କରାଯିବା ସହ ରାଜ୍ୟର ୧୩ଟି ସହରରେ ଟ୍ରୁ-୫ଜିର ଲାଭ ପହଂଚିଛି । ପୂର୍ବରୁ ଜିଓ ପକ୍ଷରୁ ରାଜ୍ୟର ଭୁବନେଶ୍ୱର, କଟକ, ରାଉରକେଲା, ବ୍ରହ୍ମପୁର, ସମ୍ବଲପୁର, ବାଲେଶ୍ୱର, ବାରିପଦା, ଭଦ୍ରକ, ଝାରସୁଗୁଡ଼ା, ପୁରୀ, ବଲାଙ୍ଗୀର ଓ ଅନୁଗୁଳର ନାଲ୍‌କୋ ଭଳି ୧୨ ସହରରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଥିଲା । ଏହି ସହରଗୁଡ଼ିକ ମଧ୍ୟରୁ ଅଧିକାଂଶ ସହରରେ ଜିଓ ପ୍ରଥମ ଏବଂ ଏକମାତ୍ର ଅପରେଟର ଭାବେ ୫ଜି ସେବାର ଶୁଭାରମ୍ଭ କରିଛି ।

ଜାତୀୟ ସ୍ତରରେ ୧୦ଟି ଅଧିକ ସହରରେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଥିବା ବିଷୟରେ ଆଜି ଜିଓ ପକ୍ଷରୁ ଘୋଷଣା କରାଯାଇଛି ଯେଉଁଥିରେ ସାମିଲ ରହିଛି ତାଳଚେର (ଓଡ଼ିଶା), ହିନ୍ଦୁପୁର, ମଦନପଲ୍ଲୀ, ପ୍ରୋଡାତୁର (ଆନ୍ଧ୍ରପ୍ରଦେଶ), ରାୟଗଡ଼ (ଛତିଶଗଡ଼), ପଟିଆଲା (ପଂଜାବ), ଅଲୱର (ରାଜସ୍ଥାନ), ମଂଚେରିଆଲ (ତେଲେଙ୍ଗାନା), ଗୋରଖପୁର (ଉତରପ୍ରଦେଶ) ଓ ରୁର୍‌କି (ଉତରାଖଣ୍ଡ) । ଏଥି ସହିତ ଦେଶରେ ଜିଓ ଟ୍ରୁ-୫ଜି ସେବା ଉପଭୋଗ କରୁଥିବା ମୋଟ ସହର ସଂଖ୍ୟା ୨୩୬ରେ ପହଂଚିଛି ।

ଏହି ସବୁ ସହରଗୁଡ଼ିକ ମଧ୍ୟରୁ ଅଧିକାଂଶ ସହରରେ ପ୍ରଥମ ଏବଂ ଏକମାତ୍ର ଅପରେଟର ଭାବେ ଜିଓ ପକ୍ଷରୁ ୫ଜି ସେବାର ଶୁଭରମ୍ଭ କରାଯାଇଛି । ଆଜିଠାରୁ ବିନା କୌଣସି ଅତିରିକ୍ତ ମୂଲ୍ୟରେ ୧ ଜିବିପିଏସ୍‌ରୁ ଅଧିକ ସ୍ପିଡ୍ ପର୍ଯ୍ୟନ୍ତର ଅସୀମିତ ଡାଟା ଅନୁଭୂତି ହାସଲ କରିବା ଲାଗି ଏହି ସହରଗୁଡ଼ିକରେ ଜିଓ ଗ୍ରାହକମାନଙ୍କୁ ଜିଓ ୱେଲକମ୍ ଅଫରରେ ଆମନ୍ତ୍ରଣ କରାଯିବ ।

ଏହି ଅବସରରେ ଜିଓର ପ୍ରବକ୍ତା କହିଛନ୍ତି ଯେ, “ଆଠଟି ରାଜ୍ୟର ଏହି ୧୦ଟି ସହରରେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରିଥିବାରୁ ଆମେ ଅତ୍ୟନ୍ତ ଉତ୍ସାହିତ । ଏହି ଶୁଭାରମ୍ଭ ସହିତ ୨୩୬ଟି ସହରରେ ଜିଓ ଗ୍ରାହକମାନେ ୨୦୨୩ ନୂଆବର୍ଷରେ ଜିଓ ଟ୍ରୁ-୫ଜିର ରୂପାନ୍ତରିତ ଲାଭକୁ ଉପଭୋଗ କରିପାରିବେ ।’’

ନୂତନ ଭାବେ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଥିବା ସହରଗୁଡ଼ିକ ହେଉଛି ଆମ ଦେଶର ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟଟନ ଓ ବାଣିଜ୍ୟିକ ସ୍ଥଳ ତଥା ପ୍ରମୁଖ ଶିକ୍ଷା ହବ୍ ମଧ୍ୟ । ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଥିବାରୁ ଏହି ଅଂଚଳର ଗ୍ରାହକମାନେ ଶ୍ରେଷ୍ଠ ଟେଲିଯୋଗାଯୋଗ ନେଟ୍‌ୱର୍କ ସମେତ ଇ-ଗଭର୍ଣ୍ଣାସ, ଶିକ୍ଷା, ଅଟୋମେସନ, ଆର୍ଟିଫିସିଆଲ ଇଂଟେଲିଜେନ୍ସ, ଗେମିଂ, ସ୍ୱାସ୍ଥ୍ୟ ସେବା, କୃଷି, ଆଇଟି ଓ ଏସ୍‌ଏମ୍‌ଇ କ୍ଷେତ୍ରରେ ଅସୀମିତ ଅଭିବୃଦ୍ଧି ସୁଯୋଗ ପାଇବେ ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

କେନ୍ଦୁପତ୍ର ହିତାଧିକାରୀଙ୍କୁ ଦ୍ବିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ

ବର୍ଷର ପ୍ରଥମ କ୍ୟାବିନେଟ୍ ବୈଠକ..୧୨ଟି ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର

Sunil Chandra Nayak

ରାଜ୍ୟସ୍ତରୀୟ ସମ୍ବର୍ଦ୍ଧନା ମହୋତ୍ସବ , କଳ୍ପନା‌ କରନ୍ ଙ୍କୁ ତୁଳସୀରତ୍ନ ସମ୍ମାନ

Sunil Chandra Nayak

Leave a Comment

error: Content is protected !!