ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଧର୍ମୀୟ ସଂସ୍କୃତି

ଆଜି ଅନୁଷ୍ଠିତ ହେବ ଶ୍ରୀଜୀଉଙ୍କ ବନକ ଲାଗି ନୀତି; ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉମାନଙ୍କର ବନକଲାଗି ନୀତି। ଫାଲଗୁନ-କୃଷ୍ଣ ତୃତୀୟା ତିଥିରେ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗ ମଣ୍ଡପ ପରେ ଅନୁଷ୍ଠିତ ହେବ ଏହି ଗୁପ୍ତ ସେବା । ଏଥିପାଇଁ ଆଜି ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏହାପରେ ଭିତରୁ ଜୟ ବିଜୟ ଦ୍ୱାର ବନ୍ଦ କରାଯିବ ।

ଗର୍ଭଗୃହ ମଧ୍ୟରେ ଦତ୍ତ ମହାପାତ୍ର ସେବାୟତମାନେ ଶ୍ରୀଜୀଉଙ୍କ ଏହି ଗୁପ୍ତ ନୀତି ସମାପନ କରିବେ । ଶ୍ରୀଜୀଉଙ୍କ ଶ୍ରୀମୁଖ ଶୃଙ୍ଗାର ନୀତିରେ ପ୍ରାକୃତିକ ରଙ୍ଗ ହିଙ୍ଗୁଳ, ହରିତାଳ, ପ୍ରିୟଙ୍ଗୁ, କସ୍ତୁରୀ, କଳା, ଧଳା ଓ ନାଲି ରଙ୍ଗର ବ୍ୟବହାର କରାଯାଇଥାଏ । ବନକ ଲାଗି ନୀତି ସମାପନ ପରେ ଶ୍ରୀବିଗ୍ରହମାନଙ୍କ ମହାସ୍ନାନ ନୀତି ଅନୁଷ୍ଠିତ ହେବ । ଏହାପରେ ଭକ୍ତମାନେ ଶ୍ରୀଜୀଉଙ୍କୁ ଦର୍ଶନ କରିପାରିବେ ।

ଆଜି ଜନ୍ମବେଦୀରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେଉଛି । ବନକ ଲାଗିର ଅର୍ଥ ହେଉଛି ଶ୍ରୀବିଗ୍ରହମାନଙ୍କୁ ବର୍ଣ୍ଣ କରିବା ବା ରଙ୍ଗ କରିବା। ଦି’ପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରି ଦତ୍ତ ମହାପାତ୍ର ସେବକମାନେ ଏହି ଏହି ଗୁପ୍ତ ନୀତି ସମ୍ପନ୍ନ କରିଥାନ୍ତି। ଏଥିପାଇଁ ମହାପ୍ରଭୁଙ୍କ ଦର୍ଶନକୁ ବନ୍ଦ କରିଦିଆ ଯାଇଥାଏ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ ।

ବନକ ଲାଗି…..

ପ୍ରତିମାସରେ ହାରାହାରି ଦୁଇଥର ଶ୍ରୀଜୀଉମାନଙ୍କର ମୁଖଶ୍ରୀର ପ୍ରସାଧନ (ରଙ୍ଗଲାଗି) ବା ବନକ ଲାଗି ହୋଇଥାଏ । ବନକ ଲାଗି ରୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନଙ୍କଦ୍ୱାରା କରାଯାଇଥାଏ । ନିୟମ ଅନୁଯାୟୀ ବୁଧବାର ଦିନ ବନକ ଲାଗି ହୋଇଥାଏ । ଦି’ପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଦେବତାମାନଙ୍କର ମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ (ପ୍ରାୟ ତିନି ଘଣ୍ଟା ସମୟ) ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ ।କବି ସାଲବେଗ ମହାପ୍ରଭୁଙ୍କ ଶ୍ରୀମୁଖ ଦେଖି ଲେଖିଛନ୍ତି ‘ଝଲମଲ ଦିଶୁଥାଇ ମୁକୁତାର ଝଟକ’ । କୌଣସି ଆଭୂଷଣ ନଥାଇ ମହାପ୍ରଭୁଙ୍କ ମୁଖମଣ୍ଡଳ ଭକ୍ତଙ୍କୁ ଆକର୍ଷିତ କରେ । ଏହି ଆକର୍ଷଣର କାରଣ ମୁହଁର ରଙ୍ଗବିନ୍ୟାସ । ଏହି ରଙ୍ଗବିନ୍ୟାସ ବା ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ଏମାନଙ୍କ କାମ ହେଲା ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହେଉଥିବାରୁ, ବିଧିମତେ ଥରେ ବନକଲାଗି ପାଇଁ ୭ହଜାରରୁ ଅଧିକ ଟଙ୍କା ଖର୍ଚ୍ଚ ହୁଏ । ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହାର ହୁଏ ନାହିଁ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ । ରତ୍ନସିଂହାସନ ଆଗରେ ଯେଉଁ ଭୋଗ ବଢାହୁଏ ତା’ର ଗରମବାଷ୍ପ ଯୋଗୁଁ ମୁଖମଣ୍ଡଳର ଉଜ୍ଜଳତା କମିଯାଏ । କସ୍ତୁରୀ ବ୍ୟବହାର ଯୋଗୁଁ ରଙ୍ଗ ଦୀର୍ଘସ୍ଥାୟୀ ହୁଏ ।

ବିଦ୍ୟାଧର ସାହୁଙ୍କ ଉପସ୍ଥାପନା…..

Related posts

ରାଇରଙ୍ଗପୁର ଜଗନ୍ନାଥ ମନ୍ଦିର ପରିସରରେ ରଥକାଠ ଅନୁକୂଳ ଶୁଭାରମ୍ଭ 

masiha

ଦ୍ବାଦଶୀ ତିଥୀ ରବିବାରରେ ବାବା ନୃସିଂହନାଥ ପୀଠରେ ପୂଜାର୍ଚ୍ଚନା

masiha

ରାଇରଙ୍ଗପୁରରେ ୩୭ ତମ ମା’ ବାସନ୍ତୀକ ପୂଜା ସଂପନ୍ନ ;ମେଲାଣି ନେଲେ ମା ‘

Sunil Chandra Nayak

Leave a Comment

error: Content is protected !!