ରାଉରକେଲା/ ଆଦର୍ଶ ପାଠାଗାର ଆୟୋଜିତ ୨୮ତମ ପୁସ୍ତକ ମେଳା ର ନବମ ସଂଧ୍ୟାରେ ସମ୍ବାଦ ସାହିତ୍ୟ ଘର ତରଫରୁ ସାହିତ୍ୟ ଚର୍ଚ୍ଚା ଓ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଆଲୋକ ମଲ୍ଲିକଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଆରଏସପିର ମହାପ୍ରବନ୍ଧକ ବିଜୟ କୁମାର ରାଉତ ମୁଖ୍ୟଅତିଥି ଓ ସମ୍ମାନିତ ଅତିଥି ଭାବେ ରିମ୍ସର ଅଧ୍ୟକ୍ଷା ନଳିନୀ ପ୍ରଭା ପଟ୍ଟନାୟକ ସମ୍ମାନିତ ଅତିଥି ଓ ଅଧ୍ୟାପିକା ପ୍ରଣତୀ ବେହେରା ମୁଖ୍ୟ ବକ୍ତା ଭାବେ ଯୋଗଦେଇ ଆଲୋଚ୍ୟ ବିଷୟ ‘ସାହିତ୍ୟ ର ବିକାଶ ପାଇଁ ପାଠକୀୟ ଅନୁରାଗ’ ସଂପର୍କରେ ଆଲୋଚନା କରିଥିଲେ । ଏହି ଅବସରରେ ରମେଶ ଚନ୍ଦ୍ର ପାତ୍ରଙ୍କ ଦ୍ବାରା ଶାନ୍ତାଳୀ ଭାଷାର ଅନୁବାଦକ ପୁସ୍ତକ ‘ଭାବନା’ ଅତିଥିଙ୍କ ଦ୍ବାରା ଉନ୍ମୋଚନ କରାଯାଇଥିଲା । ଦ୍ୱିତୀୟ ପର୍ଯ୍ୟାୟରେ ବିଭୁ ନାୟକ ଓ କନକଲତା ମିଶ୍ରଙ୍କ ସଂଯୋଜନାରେ କବିତା ଆସର ଅନୁଷ୍ଠିତ ହୋଇଥିଲା । ପ୍ରାରମ୍ଭରେ ଜ୍ୟୋତିର୍ମୟ ଆଚାର୍ଯ୍ୟ ଓ ସାଥୀମାନେ ସ୍ବାଗତ ସଂଗୀତ ପରିବେଷଣ କରିଥିଲେ । କାର୍ଯ୍ୟକ୍ରମରେ ଉପଦେଷ୍ଟା ବ୍ରଜେନ୍ଦ୍ର ଦାଶ, ସଂପାଦକ ପ୍ରଶାନ୍ତ ଦାସ,ରାମକୃଷ୍ଣ ତ୍ରିପାଠୀ, ମିତା ପ୍ରଧାନ, ସନାତନ ପ୍ରଧାନ; ଅଜୟ ପୂଜାରୀ, ଏଲିନା ମହାନ୍ତି ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ । ଜଗନ୍ନାଥ ରାଉତ ଧନ୍ୟବାଦ ଅର୍ପଣ କରିଥିଲେ ।
previous post
next post