ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଧଅଁରାଭଟାସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ, ଯୋଗଦେଲେ ବିଧାୟକ ପ୍ରତିନିଧି

ଲାଞ୍ଜିଗଡ଼,୧୧/୦୨(ମନିସ)-ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ବନାଥପୁର ନିକଟସ୍ଥ ଧଅଁରାଭଟାସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି ! ଏଥିରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ଼ ବିଧାୟକଙ୍କ ପ୍ରଦୀପ କୁମାର ଘଡ଼େଇ ଯୋଗ ଦେଇଥିବାବେଳେ ମୁଖ୍ୟବକ୍ତା ଭାବେ ଓଡ଼ିଆ ଶିକ୍ଷକ ଅକ୍ଷୟ କୁମାର ରଥ, ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷା ମିଲି ଷଣ୍ଢ ହିନ୍ଦୀ ଶିକ୍ଷକ ଅରୁଣ କୁମାର ସାହୁ, ଗଣିତ ଅଧ୍ୟାପକ ରାଜଲକ୍ଷ୍ମୀ ପଣ୍ଡା ପ୍ରମୁଖ ମଞ୍ଚାସୀନ ଥିଲେ ! ବିଦ୍ୟାଳୟର ଅଧ୍ୟକ୍ଷ କ୍ଷୀରେଶ୍ୱର ପଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମ ଅବସରରେ ଛାତ୍ରଛାତ୍ରୀମାନଙ୍କୁ ନେଇ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କ୍ରୁତୀ ପ୍ରତିଯୋଗୀଙ୍କୁ ଅତିଥିମାନେ ପୁରସ୍କ୍ରୁତ କରିଥିଲେ ! ଭବାନୀଶଙ୍କର ମିଶ୍ର, ସୋନମ ସୁହାସିନୀ ପୁରସ୍କାର ବିତରଣୀ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ସନ୍ତୋଷ ମେହେର ଓ ଗୀତାଞ୍ଜଳି ରାଉତ ରଙ୍ଗାରଙ୍ଗ ସାଂସ୍କ୍ରୁତିକ କାର୍ଯ୍ୟକ୍ରମର ପରିଚାଳନା କରିଥିଲେ !

ଲାଞ୍ଜିଗଡ଼ ରୁ ସୁଶୀଲ କୁମାର ବାଗ ଙ୍କ ରିପୋର୍ଟ 

Related posts

ବନ୍ଦର ପ୍ରଭାବରେ ବାଲିଗୁଡ଼ା ଜନଶୂନ୍ୟ; ରାସ୍ତାରେ କଂଗ୍ରେସର ଶକ୍ତି ପ୍ରଦର୍ଶନ : ଦୋକାନବଜାରରେ ତାଲା, ଯାତାୟାତ ଠପ୍‌

Sunil Chandra Nayak

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର,ଜଗଦା ରେ ନୂତନ ପ୍ରଧାନ ଆଚାର୍ଯ୍ୟ ଙ୍କ ଦାୟିତ୍ଵ ଗ୍ରହଣ

ପ୍ରଗତି ଉତ୍କଳ ସଂଘରେ ବାର୍ଷିକ ସାଧାରଣ ସଭା ସହ ପଖାଳ ଦିବସ ପାଳନ

Sunil Chandra Nayak

Leave a Comment

error: Content is protected !!