ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନବରଙ୍ଗପୁର ଜିଲ୍ଲା ର ପଞ୍ଚାୟତ ସ୍ତରରୁ ଆରମ୍ଭ କରି ଜିଲ୍ଲା ସ୍ତର ପର୍ଯ୍ଯନ୍ତ ବିଭିନ୍ନ କ୍ରୀଡା ପ୍ରତିଯୋଗିତା ସହ ସ୍ଵତନ୍ତ୍ର ଗ୍ରାମ ସଭା ଆୟୋଜନ

ନବରଙ୍ଗପୁର ୧୬.୨.୨୦୨୩ :(ମସିହା) ପୁରୁଷ ବିଶ୍ଵ କପ ହକି ୨୦୨୩ ଆୟୋଜନ ଅବସରରେ ନବରଙ୍ଗପୁର ଜିଲ୍ଲା ର ପଞ୍ଚାୟତ ସ୍ତରରୁ ଆରମ୍ଭ କରି ଜିଲ୍ଲା ସ୍ତର ପର୍ଯ୍ଯନ୍ତ ବିଭିନ୍ନ କ୍ରୀଡା ପ୍ରତିଯୋଗିତା ସହ ସ୍ଵତନ୍ତ୍ର ଗ୍ରାମ ସଭା ଆୟୋଜନ କରି ରାଜ୍ୟ ସ୍ତରରେ ତୃତୀୟ ସ୍ଥାନ ହାସଲ କରି ପାରିଛି। ଏହି ପରିପେକ୍ଷୀରେ ଭୁବନେଶ୍ଵର କଳିଙ୍ଗ ଷ୍ଟାଡିୟମ ଠାରେ ଏକ ସ୍ଵତନ୍ତ୍ର ଉତ୍ସବରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ନବରଙ୍ଗପୁର ଜିଲ୍ଲାପାଳ ଡଃ କମଳ ଲୋଚନ ମିଶ୍ର ଙ୍କୁ ସମ୍ମାନିତ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ମାନ୍ୟବର ଗୃହ,କ୍ରୀଡା ଓ ଯୁବ ସେବା ମନ୍ତ୍ରୀ ତୁଷାର କାନ୍ତି ବେହେରା,ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, 5 T ସଚିବ ଭି କାର୍ତ୍ତିକେୟ ପାଣ୍ଡିଆନ୍, ଜଳ ସମ୍ପଦ ବିଭାଗ ପ୍ରମୁଖ ସଚିବ ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଖବର ପ୍ରଘଟ ହେବା ପରେ ନବରଙ୍ଗପୁର ଜିଲ୍ଲାରେ ଉତ୍ସାହର ଲହରି ଖେଳି ଯାଇଛି।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିୟୁଜ୍

Related posts

ପ୍ରଗତି ଉତ୍କଳ ସଂଘରେ ବାର୍ଷିକ ସାଧାରଣ ସଭା ସହ ପଖାଳ ଦିବସ ପାଳନ

Sunil Chandra Nayak

ମହିଳା ମହାବିଦ୍ୟାଳୟରେ ନବାଗତ ଛାତ୍ରୀମାନଙ୍କୁ ସ୍ବାଗତ ସଂବର୍ଧନା 

masiha

ଅମର ଯୁକ୍ତ ତିନି ମହାବିଦ୍ୟାଳୟ ଠାରେ  ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ

Leave a Comment

error: Content is protected !!