ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଆସନ୍ତାକାଲି ମହାଶିବରାତ୍ରୀ,ଚଳଚଞ୍ଚଳ ରାଜ୍ୟର ବିଭିନ୍ନ ଶୈବପୀଠ,ଜାଗର ଯାତ୍ରା ପାଇଁ ଚଳଚଞ୍ଚଳ ରାଜ୍ୟର ବିଭିନ୍ନ ଶୈବପୀଠ

ଆସନ୍ତାକାଲି ମହାଶିବରାତ୍ରୀ । ଜାଗର ଯାତ୍ରା ପାଇଁ ଚଳଚଞ୍ଚଳ ରାଜ୍ୟର ବିଭିନ୍ନ ଶୈବପୀଠ । ମହାଶିବରାତ୍ରି ପାଇଁ ଶ୍ରୀଲିଙ୍ଗରାଜ ମନ୍ଦିର ଓ ଆଖପାଖ ଅଞ୍ଚଳକୁ ସଜାଇବାକୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ସିଂହଦ୍ବାରକୁ ଅଧିକ ଆକର୍ଷଣୀୟ କରିବାକୁ ବଡ଼ ଯୋଜନା କରାଯାଇଛି। ମନ୍ଦିର ରଙ୍ଗ କାମ ସରିଛି । ସିଂହଦ୍ବାରକୁ ଫୁଲରେ ସଜେଇ ଦିଆଯିବ । ଏଥର ପଡ଼ୋଶୀ ରାଜ୍ୟର ଫୁଲରେ ସିଂହଦ୍ବାରକୁ ସଜେଇ ଆକର୍ଷଣୀୟ କରାଯିବ । ପ୍ରତିବର୍ଷ ଭଳି ଏଥର ମଧ୍ୟ ଭୁବନେଶ୍ବର ଫ୍ଲୋରିଷ୍ଟ୍ ଆସୋସିଏସନ୍ ପକ୍ଷରୁ ସିଂହଦ୍ବାରକୁ ସଜେଇ ଦିଆଯିବ ବୋଲି ସଂଘର ସଭ୍ୟ ମିତେନ୍ଦ୍ର ସମର୍ଥା କହିଛନ୍ତି । ଏଏସ୍‌ଆଇ ପକ୍ଷରୁ ସିଂହଦ୍ବାର ପିତଳ କବାଟକୁ ସଫା କରାଯାଇଛି ଏବଂ ମନ୍ଦିରର ପ୍ରବେଶ ପଥ ଗୁମୁଟକୁ ରଙ୍ଗ କରାଯାଇଛି । ସେହିପରି ମନ୍ଦିର ଗର୍ଭଗୃହକୁ ରଙ୍ଗ କରାଯିବା ସହ ସେଠ‌ାରେ ସୁନ୍ଦର ଚାନ୍ଦୁଆ ବନ୍ଧାଯାଇଛି ।

ସେହିପରି ଏଏସ୍ଆଇ ପକ୍ଷରୁ ବାଇଶି ପାହାଚ ନିକଟରୁ ସିଂହଦ୍ବାର ପର୍ଯ୍ୟନ୍ତ ବ୍ୟାରିକେଡ୍ ବନ୍ଧାଯାଇଛି । ଏଣେ ମନ୍ଦିର ସମ୍ମୁଖ ରାସ୍ତାରୁ ଗଙ୍ଗା ଯମୁନା ଛକ ପର୍ଯ୍ୟନ୍ତ ଛାମୁଣ୍ଡିଆ କରାଯାଇଛି । ଟାଣ ଖରାରୁ ଶ୍ରଦ୍ଧାଳୁମାନଙ୍କୁ ସୁରକ୍ଷା ଦେବାକୁ ଏହି ଛାମୁଣ୍ଡିଆ କରାଯାଇଛି । ମନ୍ଦିର ସମ୍ମୁଖସ୍ଥ ଫାଇବର୍‌ ସେଡ୍‌କୁ ସଫା କରାଯିବା ସହ ଭକ୍ତ ଓ ଶ୍ରଦ୍ଧାଳୁମାନେ ସୁବିଧାରେ ଧାଡ଼ିରେ ଯିବା ପାଇଁ ବାଉଁଶ ବନ୍ଧା ଯାଇଛି । ଏଣେ ବିଏମ୍‌ସି ପକ୍ଷରୁ ମଧ୍ୟ ସଫେଇ କରାଯାଉଛି । ବିଏମ୍‌ସି ଠିକା ସଂସ୍ଥା ମନ୍ଦିରକୁ ସଂଯୋଗ ସବୁ ରାସ୍ତା, ସବୁ ଛୋଟ ମନ୍ଦିର ପରିସରରେ ସଫେଇ କରୁଛି । ଏପରିକି ଠିକାଦାର କାମ ପାଇଁ ଗଦା କରି ରଖିଥିବା ବାଲି, ମାଟି ଆଦିକୁ ଉଠାଇନେଉଛନ୍ତି ।

ବଡ଼ କଥା ହେଉଛି, ମହାଶିବରାତ୍ରୀ ପାଇଁ ଶ୍ରୀଲିଙ୍ଗରାଜ ମନ୍ଦିର ଭିତରେ ଓ ବାହାରେ ଏଥର ଅଧିକ ଲାଇଟ୍ ବ୍ୟବସ୍ଥା କରାଯାଇଛି । ମନ୍ଦିର ନିକଟ ଦେବୀ ପାଦହରା ପୁଷ୍କରିଣୀରେ ଅଧିକ ଲାଇଟ୍ ଲଗାଯାଇଛି। ସେହିପରି ପୁଷ୍କରିଣୀ ଚାରିପଟକୁ ଆଲୋକ ମାଳାରେ ସଜେଇ ଦିଆଯାଇଛି । ଶ୍ରୀଲିଙ୍ଗରାଜ ମନ୍ଦିର ପାର୍ଶ୍ବବର୍ତ୍ତୀ ଅନ୍ୟ ସବୁ ଛୋଟ ମନ୍ଦିରରେ ସୁନ୍ଦର ଲିଚୁମାଳା ଲଗାଯାଇଛି । ଏଥିସହ ମନ୍ଦିର ନିକଟ ଗଛଗୁଡ଼ିକରେ ମଧ୍ୟ ରଙ୍ଗିନ୍ ଲାଇଟ୍ ଲଗାଯାଇଛି। ଶ୍ରୀଲିଙ୍ଗରାଜଙ୍କ ମେଘନାଦ ପାଚେରି ଉପରେ ଆଲୋକମାଳା ଝଲସିଲାଣି।

ମହା ଶିବରାତ୍ରି ଏକ ହିନ୍ଦୁ ପର୍ବ । ଏହି ଦିନ ଶିବଙ୍କ ପୂଜା କରଯାଏ । ଏହା ଫାଲ୍‌ଗୁନମାସ କୃଷ୍ଣ ପକ୍ଷ ଚତୁର୍ଦ୍ଦଶୀ ଦିନ ପାଳନ କରାଯାଏ…..

ମୁନି ସନତ କୁମାରଙ୍କ ମତରେ ଶିବଙ୍କୁ ପ୍ରସନ୍ନ କରିବାର ଦଶଗୋଟି ବ୍ରତ ଅଛି । ସେ ମଧ୍ୟରୁ ଶିବରାତ୍ରି ବ୍ରତ ସର୍ବଶ୍ରେଷ୍ଠ ଓ ସର୍ବକାମପ୍ରଦ ଅଟେ । ଜାବାଳି ଶ୍ରୁତି ଅନୁସାରେ ଦଶ ଶୈବ ବ୍ରତ ମଧ୍ୟରେ ଏହି ଶିବରାତ୍ରି ବ୍ରତ ଅତ୍ୟନ୍ତ ସିଦ୍ଧିଦାୟକ । କେତେକ ଶ୍ରୁତି ଅନୁସାରେ ପୁଣ୍ୟ ମାସ ମାଘ ମାସର ‘ମାଘସ୍ନାନ’ ବ୍ରତ ମଧ୍ୟରେ କୃଷ୍ଣ ଚତୁର୍ଦ୍ଦଶୀ ତିଥିକୁ ଏକ ଶିବରାତ୍ରି ବ୍ରତ ପାଳନ କରାଯାଏ ବୋଲି ବର୍ଣ୍ଣନା ଥିଲେ ମଧ୍ୟ ଫାଲଗୁନ ମାସ କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ପାଳନ କରାଯାଉଥିବା ଶିବରାତ୍ରି ବ୍ରତକୁ ସର୍ବଶ୍ରେଷ୍ଠ ଭାବେ ଗ୍ରହଣ କରାଯାଏ । ଭାରତର ବିଭିନ୍ନ ସ୍ଥାନରେ ଥିବା ଦ୍ୱାଦଶ ଜ୍ୟୋତିର୍ଲିଙ୍ଗ କ୍ଷେତ୍ରରେ ଏହି ପର୍ବ ବେଶ ଭକ୍ତି ଓ ଉଲ୍ଲାସର ସହ ପାଳିତ ହୋଇଥାଏ ।

ପୌରାଣିକ ଭିତ୍ତିଭୂମି…..

ଦେବଦେବ ମହାଦେବଙ୍କଦ୍ୱାରା ଏଇ ଦିନ ସଂସାର ପ୍ରକଟ ହୋଇଥିଲା ବୋଲି ଲୋକେ ବିଶ୍ୱାସ କରିଥାନ୍ତି । ପୁରାଣର ଅନ୍ୟଏକ ଆଖ୍ୟାନ ଅନୁସାରେ, ଦେବ ଓ ଅସୁରମାନଙ୍କଦ୍ୱାରା ସମୁଦ୍ର ମନ୍ଥନ ସମୟରେ ସେଥିରୁ ବାହାରିଥିବା ସମସ୍ତ ବିଷକୁ ଶିବ ପାନକରି ଧରାକୁ ଏକ ଆସନ୍ନ ବିପଦରୁ ଉଦ୍ଧାର କରିଥିଲେ । ଏହି ବିଷକୁ ପାନ କରିବା ପରେ ବିଷର ଜ୍ୱାଳାରେ ସେ ମୂର୍ଚ୍ଛା ହୋଇଯାଇଥିଲେ । ତାଙ୍କର ସଂଜ୍ଞା ନ ଫେରିବା ପର୍ଯ୍ୟନ୍ତ ଦେବଗଣ ଓ ଶୈବବୃନ୍ଦ ଅଖଣ୍ଡ ପ୍ରଦୀପ ଜାଳି ଉଜାଗରରେ ବସିଥିଲେ । ସେହିଦିନକୁ ମନେପକାଇ ଶ୍ରଦ୍ଧାଳୁମାନେ ମହାଶିବରାତ୍ରି ପାଳନ କରିଥାନ୍ତି । ଫାଲଗୁନ କୃଷ୍ଣ ଚତୁର୍ଦ୍ଦଶୀ ଦିନ ଶିବ ଲିଙ୍ଗ ଭାବରେ ଆବିର୍ଭୂତ ହୋଇଥିବାରୁ ପ୍ରତିବର୍ଷ ଏହି ଦିନକୁ ମହାଶିବରାତ୍ରି ଭାବରେ ପାଳନ କରାଯାଏ ।

ଶିବରାତ୍ରର ମହିମା ସମ୍ପର୍କରେ ମହାଭାରତର ଶାନ୍ତିପର୍ବରେ କଥିତ ଅଛି ଯେ ପିତାମହ ଭୀଷ୍ମ ଶରଶଯ୍ୟାରେ ଥାଇ ଧର୍ମୋପଦେଶ ଦେଲାବେଳେ ମହାଶିବରାତ୍ରି ପାଳନ ସମ୍ପର୍କରେ ଇକ୍ଷାକୁ ବଂଶର ରାଜା ଚିତ୍ରଭାନୁଙ୍କ କାହାଣୀ ଉଦ୍ଧାର କରିଥିଲେ।ଜମ୍ବୁଦ୍ୱୀପର ରାଜା ଚିତ୍ରଭାନୁଙ୍କ ସ୍ତ୍ରୀ ଥରେ ଶିବରାତ୍ରି ଉପବାସ ପାଳନ କରିଥିଲେ । ସେ ସମୟରେ ଋଷି ଅଷ୍ଟବକ୍ର ରାଜଦରବାରକୁ ଆସି ରାଜାଙ୍କୁ ଏହି ଦିବସ ପାଳନର କାରଣ ପୁଚ୍ଛାକରିଥିଲେ । ରାଜା ଜାତିସ୍ମର ଥିବାରୁ ନିଜ ପୂର୍ବଜନ୍ମର କାହାଣୀ ବର୍ଣ୍ଣନା କଲେ: ପୂର୍ବଜନ୍ମରେ ସୁସ୍ୱର ନାମରେ ସେ ଜଣେ ଶିକାରୀ ଥିଲେ । ଦିନେ ବଣରେ ବୁଲୁବୁଲୁ ସନ୍ଧ୍ୟା ହେଲା।ନିଜ କୁଟୀରକୁ ଫେରି ନ ପାରି ରାତିରେ ହିଂସ୍ରଜନ୍ତୁଙ୍କ କବଳରୁ ରକ୍ଷାପାଇବା ପାଇଁ ସେ ନିକଟରେ ଥିବା ବେଲଗଛ ଉପରକୁ ଚଢ଼ିଗଲେ । ରାତିସାରା ବେଲପତ୍ର ଛିଡ଼ାଇ ତଳକୁ ପକାଇବା ସହ ନିଜ ପରିବାର କଥା ଭାବି ଲୁହ ଝରାଇବାକୁ ଲାଗିଲେ । ତାଙ୍କ ଅଜାଣତରେ ସେହି ଲୁହ ଓ ପତ୍ର ବିଲ୍ୱ ବୃକ୍ଷର ପାଦଦେଶରେ ଥିବା ଶିବଲିଙ୍ଗ ଉପରେ ପଡୁଥାଏ । ସକାଳ ହେବାରୁ ସେ ଶିକାର ଧରି ଘରକୁ ଫେରିଲେ । ପ୍ରଥମେ ଜଣେ ଭିକ୍ଷୁକୁ କିଛି ଖାଦ୍ୟ ଦାନକରି ନିଜେ ଖାଦ୍ୟଗ୍ରହଣ କଲେ । କିଛି ବର୍ଷ ପରେ ତାଙ୍କ ମୃତ୍ୟୁ ହେବାରୁ ସେ ଶୈବଲୋକ ପ୍ରାପ୍ତ ହେଲେ । ଅଜ୍ଞାତରେ, ସେ ଶିବରାତ୍ରି ଦିନ ଉପବାସ ରହି ଶିବଲିଙ୍ଗ ଉପରେ ବେଲପତ୍ର ଓ ଲୋତକ ସମର୍ପଣ କରିଥିବାରୁ ସେ ଶିବଙ୍କ ପାଖରେ ରହିବାର ସୁଯୋଗ ଲାଭ କରି ପରଜନ୍ମରେ ଚିତ୍ରଭାନୁ ରୂପରେ ରାଜଗାଦି ଭୋଗ କଲେ ।

ସମଗ୍ର ଓଡ଼ିଶାର ଶୈବପୀଠ, ବିଶେଷ କରି ଆରଡ଼ି, କପିଳାସ, ଗୁପ୍ତେଶ୍ୱର, ବେଦବ୍ୟାସ, ଭୁବନେଶ୍ୱର, ମହେନ୍ଦ୍ରଗିରି, ହରିଶଙ୍କର, ହୁମାରେ ଏହି ଦିନ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଏକତ୍ରିତ ହୋଇ ଏହା ପାଳନ କରିଥାନ୍ତି ।

ସଂକ୍ଷେପରେ ଶିବ ଉପାସନା….

ଶିବଙ୍କ ପୂଜା ଉପାସନା ନିମନ୍ତେ ସୋମବାର, ପ୍ରତ୍ୟେକ ପକ୍ଷର ଚତୁର୍ଦ୍ଦଶୀ ତିଥି ଓ ଶିବରାତ୍ରି ସର୍ବୋକୃଷ୍ଟ । ଅନ୍ୟ ଦେବତାଙ୍କ ପୂଜା ଦିନରେ ହେଉଥିବାବେଳେ ଏହି ପର୍ବରେ ଭଗବାନ ଶିବଙ୍କର ପୂଜା ରାତିରେ ହେଇଥାଏ।

ବ୍ରତାଚାରୀମାନେ ଉକ୍ତ ଦିନରେ ଉପବାସ ରହନ୍ତି ଓ ସନ୍ଧ୍ୟାରେ ଶିବ ମନ୍ଦିର ଯାଇ ଅଖଣ୍ଡ ଦୀପ ଜାଳି ଉଜାଗର ରହନ୍ତି । ସେହି ରାତ୍ରିର ଚାରିପ୍ରହରରେ ଦୀପ ଜାଳିବା ସହିତ ଶିବଙ୍କର ପୂଜା ସହିତ ନାମ ଜପ କରାଯିବାର ବିଧି ରହିଛି । ଗୁରୁଦତ୍ତ ନାମ ଜପର ବିଧି ରହିଛି ଯିଏ ଗୁରୁ କରିନଥିବ ସେ ଶିବଙ୍କର ଅଷ୍ଟନାମ ଯଥା- ଭବ, ଶର୍ବ, ରୁଦ୍ର, ପଶୁପତି, ଉଗ୍ର, ମହାନ ଭୀମ, ଈଶାନ ମଧ୍ୟରୁ ଯେକୌଣସି ନାମ କିମ୍ବା ‘ ଓଁ ନମଃ ଶିବାୟ’ ପଞ୍ଚାକ୍ଷର ମନ୍ତ୍ର ଜପ କରିପାରିବ ।

ଶିବରାତ୍ରିକୁ ଚାରୋଟି ପ୍ରହରରେ ସମ୍ପନ୍ନ କରାଯାଏ । ପ୍ରତ୍ୟେକ ପ୍ରହରର ସମୟ ତିନି ଘଟିକା । ପ୍ରଥମ ପ୍ରହର ବା ସନ୍ଧ୍ୟା ସମୟରେ ଶିବଲିଙ୍ଗକୁ ଦୁଗ୍ଧରେ ଅଭିଷେକ କରାଯାଏ । ଦ୍ୱିତୀୟ ପ୍ରହର ବା ସନ୍ଧ୍ୟାର ପରବର୍ତ୍ତୀ ସମୟରେ ଲିଙ୍ଗକୁ ଦହିରେ ଅଭିଷେକ କରାଯାଏ । ତୃତୀୟ ପ୍ରହର ବା ଘୋର ରାତ୍ର ସମୟରେ ଶିବଲିଙ୍ଗକୁ ମହୁରେ ଅଭିଷେକ କରାଯାଏ । ରାତ୍ରର ଶେଷ ପ୍ରହର ସମୟରେ ଶିବ ମନ୍ଦିରର ଚୁଡ଼ାଦେଶକୁ ମହାଦୀପ ଉଠାଯାଏ । ସାରା ସଂସାରରୁ ଅଜ୍ଞାନରୂପକ ଅନ୍ଧକାରକୁ ଦୂରକରି ଆଲୋକ ପ୍ରଦାନ କରିବା ହେଉଛି ମହାଦୀପ ଉଠାଣର ଉଦ୍ଦେଶ୍ୟ । ରାତ୍ରର ପ୍ରତ୍ୟେକ ପ୍ରହରରେ ଶିବଲିଙ୍ଗକୁ ପୁଷ୍ପ, ପତ୍ର ଓ ଫଳ ଆଦି ପ୍ରଦାନ କରାଯାଇ ଉପାସନା କରାଯାଏ । ଏହିଦିନ ଭଗବାନ ଶିବଙ୍କ ଉପରେ କେତକୀଫୁଲ ଚଢ଼ାଯିବାର ବିଧି ରହିଛି ।

ଏହି ଦିନ ହିନ୍ଦୁ ନରନାରୀ ଶୁଦ୍ଧପୂତ ଭାବରେ ଉପବାସ ପୂର୍ବକ ଅଖଣ୍ଡ ଦୀପ ଜାଳି ରାତ୍ରି ଉଜାଗର ରହି ବ୍ରତ ପାଳୁଥିବାରୁ ଏହାକୁ ଜାଗର ଓଷା ବା ଜାଗର ବ୍ରତ ମଧ୍ୟ କୁହାଯାଇଥାଏ । ଆତ୍ମ କଲ୍ୟାଣର ରାସ୍ତାକୁ ପରିସ୍କାର କରିବାପାଇଁ ଅଖଣ୍ଡ ସଜାଗତା ଓ ଜ୍ଞାନର ଆଲୋକ ଏ ଦୁଇଟିର ଆବଶ୍ୟକତା ରହିଛି ବୋଲି ଏଇ ପର୍ବ ଶିକ୍ଷା ଦିଏ । ମଝିରାତିକୁ ମନ୍ଦିରର ଶିଖରକୁ ବିଶାଳ ମହାଦୀପ ନିଆଯାଏ । ତାହାକୁ ଦର୍ଶନ କରି ଭକ୍ତମାନେ ବିହ୍ୱଳ ହୁଅନ୍ତି । ପରଦିନ ସ୍ନାନାଦି ସମାପନ କରି ଭକ୍ତମାନେ ସେମାନଙ୍କ ଉପବାସ ଭଙ୍ଗ କରନ୍ତି।

ବିଦ୍ୟାଧର ସାହୁଙ୍କ ଉପସ୍ଥାପନା…..

Related posts

ଆଇନ ମହାବିଦ୍ୟାଳୟ ତରଫରୁ ମାସ୍କ ବଣ୍ଟନ

Sunil Chandra Nayak

ନକ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଫାଇନାଲରେ ବାଜିମାତ କଲା ଟେମରା ଦଳ

Sunil Chandra Nayak

ନର୍ଲା ପ୍ରାଥମିକ ଶିକ୍ଷକ ସଂଘ ର ନୂତନ କର୍ମକର୍ତା ଙ୍କ ଶପଥ ଗ୍ରହଣ ସମାରୋହ

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort