ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଜ୍ୟ ସ୍ତରୀୟ ପାଣି ପଞ୍ଚାୟତ ସମାରୋହ ପକ୍ଷ ଉଦଯାପିତ

କଳାହାଣ୍ଡି ଜିଲ୍ଲା କୁସୁମଖୁଣ୍ଟି ବାମ କେନାଲ ଡିଭିଜନର ଅଧିକ୍ଷଣ ଯନ୍ତ୍ରୀଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ଗତ ୧୫ ତାରିଖରେ ଭୁବନେଶ୍ୱର ସ୍ଥିତ ଲୋକସଭା ଭବନରେ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ କଳାହାଣ୍ଡି ଜିଲ୍ଲା ଇନ୍ଦ୍ରାବତୀ ବହୁମୁଖୀ ଜଳସେଚନ ପ୍ରକଳ୍ପ ମୁଖୀଗୁଡା ଅନ୍ତର୍ଗତ କୁସୁମଖୁଣ୍ଟି ବାମ କେନାଲ ଡିଭିଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ତୃପ୍ତ କୁମାର ପାତ୍ରଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବେଷ୍ଟ ଅଫିସର ଭାବେ ସମ୍ମାନିତ କରିଛନ୍ତି।

ଇନ୍ଦ୍ରାବତୀ ବାମ କେନାଲ ଡିଭିଜନ କୁସୁମଖୁଣ୍ଟିରେ ଅଧିକ୍ଷଣ ଯନ୍ତ୍ରୀ ଭାବେ ଯୋଗଦେବା ଏବଂ ବିଭାଗ ଅଧୀନରେ ଥିବା ବିଭିନ୍ନ ପାଣି ପଞ୍ଚାୟତ କର୍ମକର୍ତ୍ତାଙ୍କ ସହ ଉତ୍ତମ ସମ୍ପର୍କ ରଖି ଜଳ ସେଚନର ସୁପରିଚାଳନା କରି ଶେଷ ମୁଣ୍ଡ ପର୍ଯ୍ୟନ୍ତ ଜଳସେଚନ ସୁବିଧା ଯୋଗାଇବାରେ ଦକ୍ଷତା ପାଇଁ ତାଙ୍କୁ ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ସମ୍ମାନିତ କରିଛନ୍ତି। ଇଂ ତୃପ୍ତ କୁମାର ପାତ୍ର କଳାହାଣ୍ଡିର ଜଣେ ଯୋଗ୍ୟ ଅଧିକାରୀ ଭାବେ ସମ୍ମାନିତ ହୋଇଥିବାରୁ ବିଭିନ୍ନ ମହଲରୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି।

ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ-୨୦୨୩ ଉଦଯାପନ ସମାରୋହ ମଙ୍ଗଳବାର ଲୋକସେବା ଭବନ, କନଭେନସନ ସେଣ୍ଟରରେ ଅନୁଷ୍ଠିତ ହୋଇଛି। ଏହି ଉଦଯାପନୀ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଏଥିରେ ସେ କହିଛନ୍ତି ପାଣି ପଞ୍ଚାୟତ ଆଜି ଏକ ଆନ୍ଦୋଳନରେ ପରିଣତ ହୋଇଛି। ଚାଷୀ ଭାଇ ଭଉଣୀମାନଙ୍କ ଭାଗିଦାରୀ, ନିଷ୍ଠା ଓ ସହଯୋଗ ଯୋଗୁ ଏହା ସମ୍ଭବ ହୋଇପାରିଛି ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମାତ୍ର ୭୦୦ ପାଣି ପଞ୍ଚାୟତରୁ ଆରମ୍ଭ କରି ଆଜି ରାଜ୍ୟରେ ୩୭ ହଜାର ପାଣି ପଞ୍ଚାୟତ କାର୍ଯ୍ୟ କରୁଛି। ସେହିପରି ୩.୩୨ ଲକ୍ଷ ହେକ୍ଟର ଜମିରେ ଆରମ୍ଭ ହୋଇଥିବା ଏହି ପାଣି ପଞ୍ଚାୟତ ଆଜି ୨୩.୪୬ ଲକ୍ଷ ହେକ୍ଟର ଜମିରେ ପାଣିର ସୁବିଧା ଦେଇପାରୁଛି। ଏହା ବାସ୍ତବରେ ବହୁତ ବଡ଼ ସଫଳତା ବୋଲି ମୁଖ୍ୟମନ୍ତ୍ରୀ  ମତ ଦେଇଛନ୍ତି। ଏଗୁଡିକ ସବୁ ବିଭିନ୍ନ ପ୍ରମୁଖ, ମଧ୍ୟମ, କ୍ଷୁଦ୍ର ଓ ଉଠା ଜଳସେଚନ ପ୍ରକଳ୍ପ ଅଞ୍ଚଳରେ କାର୍ଯ୍ୟକାରୀ ହେଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଗାମୀ ଦିନରେ ବୃହତ ଉଠାଜଳସେଚନ ପ୍ରକଳ୍ପ ଅଞ୍ଚଳରେ ମଧ୍ୟ ପାଣି ପଞ୍ଚାୟତ କାର୍ଯ୍ୟକାରୀ କରାଯିବ।

ଏହା ସହିତ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜଳ ଅମୂଲ୍ୟ। ଜଳବାୟୁ ପରିବର୍ତ୍ତନର ପ୍ରଥମ ପ୍ରଭାବ ପଡିବ ପାଣି ଉପରେ ଓ ଚାଷ ଉପରେ। ତେଣୁ ଜଳ ନଷ୍ଟ ନ କରି, ତାର ସୁବିନିଯୋଗ ଓ ସୁଷମ ବଣ୍ଟନ କରିବାକୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆହ୍ବାନ ଦେଇଛନ୍ତି। କଞ୍ଜର୍ବ ରିୟୁଜ୍‌ ଓ ରିସାଇକେଲ୍‌ ଆମର ଲକ୍ଷ୍ୟ ହେବା ଦରକାର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ନଦୀ ରେ ବୁଡି ୨ବର୍ଷ ର ଶିଶୁ ମୃତ

Sunil Chandra Nayak

ସିଲେଟପଡା ଠାରୁ କୁସୁର୍ଲା ରାସ୍ତା ଅତ୍ୟନ୍ତ ଶୋଚନୀୟ

Sunil Chandra Nayak

ଆମ ଓଡିଶା ନବୀନ ଓଡିଶା ଯୋଜନାରେ ସରପଞ୍ଚ୍ ଓ ଜନ ପ୍ରତିନିଧି ମାନଙ୍କୁ ସାମିଲ ପାଇଁ ମାନ୍ୟବର ହାଇକୋର୍ଟଙ୍କ ନିର୍ଦ୍ଦେଶ: ରାଷ୍ଟ୍ରୟ ଗ୍ରାମ ପ୍ରଧାନ/ସରପଞ୍ଚ୍ ରାଜ୍ୟ ସଂଗଠନର ସ୍ୱାଗତ

masiha

Leave a Comment

error: Content is protected !!