ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲା ଆଇନସେବା ପ୍ରାଧିକରଣ ରାୟଗଡା ଦ୍ୱାରା ଆଇନ ସଚେତନତା କାର୍ଯ୍ୟକ୍ରମ

ଅଦ୍ୟ ତା-୧୭.୦୨.୨୦୨୩ ରିଖ ଶୁକ୍ରବାର ଦିନ ସକାଳ ଘ.୯.୩୦ ମି. ରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ରାୟଗଡା ପକ୍ଷରୁ ସ୍ଥାନୀୟ ସିଭିଲ କୋର୍ଟ ପରିସରରେ ଏକ ଆଇନ୍ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି I ଜିଲ୍ଲା ଦୌରା ଜଜ୍ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ଶ୍ରୀ ବିକ୍ରମ କେଶରୀ ପଟ୍ଟନାଏକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସଡକ ସୁରକ୍ଷା, ମୋଟରଯାନ ଆଇନ୍ (Motor Vehicle Act), ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ ସକାଶେ ଗଠିତ ଟ୍ରିବ୍ୟୁନାଲ ସଂପର୍କରେ ଆଲୋଚନା ହୋଇଥିଲା I ଅନ୍ୟମାନଙ୍କ ମଧ୍ୟରେ ପରିବାର ଅଦାଲତର ବିଚାରପତି ଶ୍ରୀ ଅମୃତ ରଞ୍ଜନ ନନ୍ଦ, ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍(ପୋକ୍ସ) ଶ୍ରୀମତି ସୋନାଲି ପଟ୍ଟନାୟକ, ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସମ୍ପାଦିକା ଶ୍ରୀମତି ନିବେଦିତା ପଣ୍ଡା, ରେଜିଷ୍ଟ୍ରାର ଶ୍ରୀ ଦେବିଜ୍ୟୋତି ମହାପାତ୍ର, ମହିଳା କୋର୍ଟ ର ବିଚାରପତି ଶ୍ରୀମତି ସୋନାଲ ଶର୍ମା, ବରିଷ୍ଠ ଦେୱାନୀ ବିଚାରପତି ଶ୍ରୀ ସୋମ୍ୟରୂପ ସାହୁ୍, ଉପଖଣ୍ଡୀୟ ବିଚାର ବିଭାଗୀୟ ଅଧିକାରୀ ଶ୍ରୀ ଗୁରୁଚରଣ ଜେନାମଣି, ପ୍ରଥମ ଶ୍ରେଣୀ ବିଚାରପତି ଶ୍ରୀ ଚନ୍ଦନ ଦେହୁରୀ, ରାୟଗଡା ବାର ଆସୋସିଏସନ ର ଇନ୍ସ୍ୟୁରାନ୍ସ ଓକିଲ ଶ୍ରୀ ରାମ ପାତ୍ର ଓ କେ.ସିଏଚ୍.ଜି.ଏସ୍ କୁମନ୍ଦନ ଏବଂ ପାନେଲ ଓକିଲ ପ୍ରମୁଖ ଏହି କାର୍ଯକ୍ରମରେ ଉପସ୍ଥିତ ଥିଲେ I କାର୍ଯ୍ୟକ୍ରମରେ ଉପସ୍ଥିତ ଅତିଥି ମାନେ ସଡକ ସୁରକ୍ଷା, ମୋଟରଯାନ ଆଇନ୍ (Motor Vehicle Act) କୁ ନେଇ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରିବା ସଙ୍ଗେସଙ୍ଗେ କ୍ଷତିଗ୍ରସ୍ତଙ୍କ ନିକଟରେ ମଟର ଦୁଘଟଣା ଜନିତ କ୍ଷତିପୂରଣ ର ଶିକାର ହେଉଥିବା ପିଡିତା ମାନଙ୍କୁ ପ୍ରଦାନ କରାଯାଉଥିବା କ୍ଷତିପୂରଣ ରାଶି ଯଥା ସମୟରେ ପହଁଞ୍ଚାଇବା ପାଇଁ ମାନ୍ୟବର ହାଇକୋର୍ଟ ଯେଉଁ ନିର୍ଦ୍ଦେଶନାମା ଜାରି କରିଛନ୍ତି ସେ ସଂପର୍କରେ ଆଲୋଚନା କରିଥିଲେ I ସର୍ବୋପରି ଏହି କାର୍ଯ୍ୟକ୍ରମରେ ଇନ୍ସ୍ୟୁରାନ୍ସ ଓକିଲ ଓ ପେନାଲ୍ ଓକିଲ ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସମ୍ପାଦିକା ଶ୍ରୀମତି ପଣ୍ଡା ଙ୍କର ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହି କାର୍ଯ୍ୟକ୍ରମଟି ସଫଳତାର ସହିତ ଶେଷ ହୋଇଛି I

ରାୟଗଡ଼ ରୁ ଗୌରୀ ପଟନାୟକ ଙ୍କ ରିପୋର୍ଟ 

Related posts

ମ,ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର: ଅଲଟ୍ରା ସାଉଣ୍ଡ, ଏକ୍ସରେ ଓ ମା ଗୃହ ଉଦ୍ଘାଟିତ

Sunil Chandra Nayak

ମା ମାଣିକେଶ୍ଵରୀ ବିଶ୍ୱବିଦ୍ୟାଳୟ ଓ ନ୍ୟାସନାଲ ଆଲାଏନ୍ସ ଅଫ୍ ଓମେନ୍ ମଧ୍ଯରେ ଚୁକ୍ତି ସ୍ଵାକ୍ଷରିତ 

Sunil Chandra Nayak

ଜିଲ୍ଲାପାଳ,ରାୟଗଡ଼ଙ୍କ କାଶୀପୁର ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ 

masiha

Leave a Comment

error: Content is protected !!