ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ତେରେସିଂହା ରେ ଆର୍ଥିକ ସ୍ଵାକ୍ଷରତା ଶିବିର

କର୍ଲାମୁଣ୍ଡା: କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହା ଗ୍ରାମର ଅଙ୍ଗନୱାଡି କେନ୍ଦ୍ର ଠାରେ ଆର୍ଥିକ ସ୍ଵାକ୍ଷରତା ସଚେତନା ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି l ଉତ୍କଳ ଗ୍ରାମୀଣ ବ୍ୟାଙ୍କ ତେରେସିଂହା ଶାଖା ପକ୍ଷରୁ ଆୟୋଜିତ ଶିବିରରେ ଶାଖା ପରିଚାଳକ ଦିନମଣି ନାଏକ ଉପସ୍ଥିତ ରହି ବ୍ୟାଙ୍କର ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନା, ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନା, ଅଟଳ ପେନସନ ଯୋଜନା ଓ ବିଭିନ୍ନ ଯୋଜନା ସମ୍ପର୍କରେ ଉପସ୍ଥିତ ସଦସ୍ୟାମାନଙ୍କୁ ଅବଗତ କରାଇଥିଲେ l ଏଥିରେ ଗ୍ରାମର ସ୍ଵୟଂ ସହାୟିକା ଗୋଷ୍ଠୀର ସଦସ୍ୟା ମାନେ ଯୋଗ ଦେଇଥିବା ବେଳେ ବ୍ୟାଙ୍କ କ୍ୟାସିୟର ରବିନ୍ଦ୍ର ବାର୍ଲା, ସୁଶାନ୍ତ ରଣା ପ୍ରମୁଖ ବିଭିନ୍ନ କାର୍ଯ୍ୟରେ ସହଯୋଗ କରିଥିଲେ l

କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

ମୁଖ୍ୟମନ୍ତ୍ରୀ ଙ୍କୁ ଭେଟି ଜଣାଇଲେ ବ୍ଲକର ଅନେକ ସମସ୍ୟା  ସାଧାରଣ ଜନତା 

masiha

ଆମ ପୁଲିସର ସାଇବର ସଚେତନତା କାର୍ଯ୍ୟକ୍ରମ

Sunil Chandra Nayak

ଜ଼ିଲ୍ଲା ପ୍ରଶାସନ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ 

masiha

Leave a Comment

error: Content is protected !!