ରାଜ୍ଯର ସ୍ୱାସ୍ଥ୍ୟସେବା ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ପାଇଁ ୮ଟି ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ସ୍ଥାପନକୁ ରାଜ୍ୟ ସରକାର ଅନୁମୋଦନ ଦେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ରାଇରଙ୍ଗପୁର, ସୋର, ତାଳଚେର, ଯାଜପୁର, ବ୍ଯାସନଗର, ମାଲକାନଗିରି, ରାଜଗାଙ୍ଗପୁର ଓ ଝୋଲାସାହିରେ ଏହାର ସ୍ଥାପନ କରାଯିବ।
’ଆମ ହସ୍ପିଟାଲ’ ଯୋଜନା ମାଧ୍ୟମରେ ରାଜ୍ୟର ୧୪୭ଟି ଯାକ ନିର୍ବାଚନମଣ୍ଡଳୀରେ ଚିହ୍ନଟ ହୋଇଥିବା ଡ଼ାକ୍ତରଖାନାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବାସ୍ଥ୍ୟ ବିଭାଗ ବିଜ୍ଞପ୍ତି ଜାରି କରିଛି । ସରକାରଙ୍କର ୫ଟି ଅଧିନରେ ଜିଲ୍ଲାସ୍ତରୀୟ କମିଟି ସହାୟତାରେ ଜିଲ୍ଲାପାଳ ଏହି ଯୋଜନାକୁ କାର୍ୟ୍ୟକାରୀ କରିବେ ।
ପ୍ରଥମ ପର୍ୟ୍ୟାୟରେ ୧୪୭ଟି ନିର୍ବାଚନମଣ୍ଡଳୀର ଗୋଟିଏ ଲେଖାଏଁ ଡ଼ାକ୍ତରଖାନାକୁ ସାମଗ୍ରୀକ ରୁପାନ୍ତର ପାଇଁ ଚୟନ କରାଯାଇଛି । ସବୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ରାଉରକେଲା ସରକାରୀ ଚିକିତ୍ସାଳୟ ଏବଂ ଭୁବନେଶ୍ବରର କ୍ୟାପିଟାଲ ହସ୍ପିଟାଲ ୫ଟି ରୁପାନ୍ତର ଯୋଜନାରେ ରହିବ । ଏହାସହ ରାଜ୍ୟର ୮ଟି ସହରାଞ୍ଚଳରେ ନୂଆ ଡାକ୍ତରଖାନା ପ୍ରତିଷ୍ଠା କରିବାକୁ ନେଇ ବିଜ୍ଞପ୍ତି ଜାରି କରିଛି ସ୍ବାସ୍ଥ୍ୟ ବିଭାଗ । ବାଲେଶ୍ବର ଜିଲ୍ଲାର ସୋର, ଯାଜପୁର, ବ୍ୟାସନଗର, ମୟୁରଭଞ୍ଜର ରାଇରଙ୍ଗପୁର, ମାଲକାନଗିରି, ସୁନ୍ଦରଗଡ଼ର ରାଜଗାଙ୍ଗପୁର, ଅନୁଗୁଳର ତାଳଚେର ଏବଂ କଟକର ଝୋଲା ସାହିରେ ୮ଟି ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ପତିଷ୍ଠା କରାଯିବ ।