ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆମ ଓଡ଼ିଶା

ପ୍ରଦୀପ ଜେନା ହେଲେ ମୁଖ୍ୟ ଶାସନ ସଚିବ, ମାର୍ଚ୍ଚ ୧ରୁ ଦାୟିତ୍ୱ ଗ୍ରହଣ କରିବେ

ପ୍ରଦୀପ ଜେନା ହେଲେ ମୁଖ୍ୟ ଶାସନ ସଚିବ। ୧୯୮୯ ବ୍ୟାଚ୍‌ର ଆଇଏଏସ୍ ଅଫିସର ପ୍ରଦୀପଙ୍କୁ ରାଜ୍ୟ ସରକାର ଗୁରୁ ଦାୟିତ୍ୱ ଦେଇଛନ୍ତି। ତାଙ୍କୁ ରାଜ୍ୟର ମୁଖ୍ୟ ଶାସନ ସଚିବ ପଦରେ ନିଯୁକ୍ତି ଦିଆଯାଇଛି। ମାର୍ଚ୍ଚ ୧ ତାରିଖରେ ପ୍ରଦୀପ ଦାୟିତ୍ୱ ଗ୍ରହଣ କରିବେ। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରି ସୂଚନା ଦିଆଯାଇଛି।

ମୁଖ୍ୟ ଶାସଚନ ସଚିବ ସୁରେଶ ମହାପାତ୍ର ଆସନ୍ତା ୨୮ ତାରିଖରେ ଅବସର ନେବେ। ତା ପରେ ପ୍ରଦୀପ ଜେନା ମୁଖ୍ୟ ଶାସନ ସଚିବ ହେବେ। ତେବେ ବର୍ତ୍ତମାନ ପ୍ରଦୀପ ସ୍ୱତନ୍ତ୍ର ରିଲିଫ କମିଶନ ଓ ଉନ୍ନୟନ କମିଶନର ଦାୟିତ୍ୱରେ ସମ୍ଭାଳୁଛନ୍ତି। ସେହିପରି ପ୍ରଦୀପଙ୍କ ସ୍ଥାନରେ ଏସିଏସ୍ ଅନୁ ଗର୍ଗଙ୍କୁ ଉନ୍ନୟନ କମିଶନର ଭାବେ ନିଯୁକ୍ତି ମିଳିଛି। ସେ ଜଳ ସମ୍ପଦ ସଚିବ ସହ ଉନ୍ନୟମ କମିଶନର ଭାବରେ ଅନୁ ଗର୍ଗ ଦାୟିତ୍ୱ ତୁଲାଇବେ ବୋଲି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରି ସୂଚନା ଦିଆଯାଇଛି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

ଭାରତର ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କର ଓଡିଶା ଗସ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ

Sunil Chandra Nayak

ପ୍ରବାସୀ ଭାରତୀୟ ଦିବସ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ

masiha

ମିଶନ ଶକ୍ତି କମ୍ୟୁନିଟି ପାର୍ଟନର ପାଇଲେ ୮ ହଜାର ସାଇକେଲ

Sunil Chandra Nayak

Leave a Comment

error: Content is protected !!