ଭବାନୀପାଟଣା ତା୨୭.୨.୨୦୨୩ // ଆଜି କର୍ଲାମୁଣ୍ଡା ପଞ୍ଚାୟତ ସମିତି ସଭାଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ , ଭବାନୀପାଟଣା ଡ ବିଶ୍ୱଜିତ୍ ଦାସ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବିଜୟ କୁମାର ନନ୍ଦ,ବ୍ଲକ ଅଧ୍ୟକ୍ଷା କୁନି ସାହୁ,ବି ଡି ଓ ସୁଶ୍ରୀ ସୁଚରିତା ମୁଗ୍ରି ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୮୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୬୬ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୧ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।