ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କର୍ଲାମୁଣ୍ଡା ଠାରେ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା୨୭.୨.୨୦୨୩ // ଆଜି କର୍ଲାମୁଣ୍ଡା ପଞ୍ଚାୟତ ସମିତି ସଭାଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ , ଭବାନୀପାଟଣା ଡ ବିଶ୍ୱଜିତ୍ ଦାସ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବିଜୟ କୁମାର ନନ୍ଦ,ବ୍ଲକ ଅଧ୍ୟକ୍ଷା କୁନି ସାହୁ,ବି ଡି ଓ ସୁଶ୍ରୀ ସୁଚରିତା ମୁଗ୍ରି ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୮୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୬୬ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୧ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

ମସିହା ନିଉଜ ସର୍ଭିସ 

Related posts

ଜଙ୍ଗଲ ବିଭାଗ ତରଫରୁ ସଚେତନତା କାର୍ଯ୍ୟକ୍ରମ 

Sunil Chandra Nayak

ଲଗାଣ ବର୍ଷାରେ ବିଧବା ମହିଳାଙ୍କ ଘର ଭୁଶୁଡ଼ିଲା, ସରକାରୀ ସହାୟତା ଦାବି

ଖଟଖୁରା -ଭଏରପୁର ପୂର୍ତ୍ତ ବିଭାଗ ରାସ୍ତାର ଭିତ୍ତି ପ୍ରସ୍ତର ସ୍ଥାପନ

masiha

Leave a Comment

error: Content is protected !!