ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କନ୍ଦାବୁଟୁରା ଗ୍ରାମ ପଞ୍ଚାୟତରେ ଯୁଗ୍ମ ଜନ ଶୁଣାଣି ଶିବିର 

କୋକସରା,୨୮/୦୨ // କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ କନ୍ଦାବୁଟୁରା ଗ୍ରାମ ପଞ୍ଚାୟତରେ ସୋମବାର ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ପ୍ରଶାସନର ନିର୍ଦେଶ କ୍ରମେ ପ୍ରତି ପଞ୍ଚାୟତରେ ହିତାଧିକାରୀଙ୍କୁ ଦୁଆର ମୁହଁରେ ସେବା ଓ ସମସ୍ୟାର ସମାଧାନ ପାଇଁ ଏହି ଶିବିର ଆୟୋଜନ କରାଯାଉଛି। ସୋମବାରର ଏହି କାର୍ଯ୍ୟକ୍ରମରେ କୋକସରା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଦୀପକ ବେହେରା, ଜିପିଓ ନାରାୟଣ ଭୋଇ ଉଦ୍ୟାନ କୃଷି ଅଧିକାରୀ ସୌରଭ ପାଣିଗ୍ରାହୀ, ସାମାଜିକ ସୁରକ୍ଷା ବିଭାଗର କର୍ମଚାରୀ ସୌନ୍ଦର୍ଯ୍ୟ ନାଏକ, ପଞ୍ଚାୟତ ନିର୍ବାହୀ ଅଧିକାରୀ ବିରଞ୍ଚି ଖର୍ସେଲ, ରାଜେନ୍ଦ୍ର ସୋରି ଓ ଅନ୍ୟ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହି କନ୍ଦାବୁଟୁରା ପଞ୍ଚାୟତର ବିଭିନ୍ନ ଗ୍ରାମରୁ ଆବାସ ଘର, ପିଡ଼ିଏସ, ଭତ୍ତା, ରାସ୍ତାଘାଟ, ଜମି ମରାମତି ଅନ୍ୟାନ୍ୟ ଅଭିଯୋଗ ଓ ସମସ୍ୟା ନେଇ ଆସିଥିବା ହିତାଧିକାରୀଙ୍କ ଅଭିଯୋଗ ଶୁଣିବା ସହ ଅଭିଯୋଗ ଶୀଘ୍ର ସମାଧାନ କରିବା ଦିଗରେ ପ୍ରୟାସ କରାଯିବା ନେଇ ପ୍ରତିଶ୍ରୁତି ଦେଇଛନ୍ତି। ମୋଟ ୩୨୭ ଗୋଟି ଅଭିଯୋଗ ପଞ୍ଜିକରଣ କରାଯାଇଅଛି। କାର୍ଯ୍ୟକ୍ରମକୁ ପଞ୍ଚାୟତ କର୍ମଚାରୀ ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ। ତେବେ ବିଭିନ୍ନ ବିଭାଗର ଅନେକ ଅଧିକାରୀ ଏହି ଜନ ଶୁଣାଣି କାର୍ଯ୍ୟକ୍ରମରେ ଅନୁପସ୍ଥିତ ରହିଥିବା ବେଳେ ଅଭିଯୋଗ କରିବାକୁ ଆସିଥିବା ଅନେକ ହିତାଧିକାରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି।

ମସିହା ନିଉଜ ସର୍ଭିସ୍ 

Related posts

ଆଞ୍ଚଳିକ ସାଧନ କେନ୍ଦ୍ରସ୍ତରରେ ୟୁ. ଏ .ଏସ. ଟ୍ରେନିଂ କାର୍ଯ୍ୟକ୍ରମ           

masiha

ଆରଏମସି କମିଶନରଙ୍କ ବନ୍ଧମୁଣ୍ଡା ଅଞ୍ଚଳ ପରିଦର୍ଶନ : ନାଗରିକଙ୍କ ସମସ୍ୟାର ଶୀଘ୍ର ସମାଧାନ ପାଇଁ ନିର୍ଦ୍ଦେଶ

Sunil Chandra Nayak

ମେଡ଼ିକାଲ ଯିବା ବାଟରେ ଖରାପ ହେଲା ଆମ୍ବୁଲାନ୍ସ: ୩ ଘଣ୍ଟା ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ

Leave a Comment

error: Content is protected !!