ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ପ୍ରବନ୍ଧ

ଦି ଟଲ ମ୍ୟାନ…. ବିଜୁ ପଟ୍ଟନାୟକ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଙ୍କ ଆଜି ୧୦୭ତମ ଜୟନ୍ତୀ….

ଡାକୋଟା ଲୋକାର୍ପିତ, ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପଣ କରିଲେ ମୁଖ୍ୟମନ୍ତ୍ରୀ

ଆଜି ଭୁବନେଶ୍ବର ବିମାନବନ୍ଦର ସମ୍ମୁଖରେ ଡାକୋଟା ବିମାନକୁ ସର୍ବସାଧାରଣଙ୍କ ପାଇଁ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ୫ଟି ସଚିବ ଭି କେ ପାଣ୍ଡିଆନ୍ ଓ ମେୟର ସୁଲୋଚନା ଦାସ ପ୍ରମୁଖସେଠାରେ ଉପସ୍ଥିତ ଥିଲେ।

ମାର୍ଚ୍ଚ ୫ରେ ବିଜୁ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ସବୁଠାରୁ ପ୍ରିୟ ଡାକୋଟା ବିମାନକୁ ସର୍ବସାଧାରଣଙ୍କ ପାଇଁ ଲୋକାର୍ପଣ କରିବେ ବୋଲି ଜଣାଯାଇଥିଲା। ଏଥିପାଇଁ ଭୁବନେଶ୍ବର ବିମାନବନ୍ଦର ସମ୍ମୁଖରେ ଡାକୋଟା ବିମାନର ସଂସ୍ଥାପନ କରାଯାଇଥିଲା। ବୁଧବାର ଦିନ ଡାକୋଟା ବିମାନକୁ ଟ୍ରଲରରେ ଆଣି କ୍ରେନ୍ ସାହାଯ୍ୟରେ ବେସ୍‌ ଉପରେ ରଖାଯାଇଥିଲା।

ସରିଲା ଅପେକ୍ଷା । ବିଜୁ ଜୟନ୍ତୀରେ ବିଜୁବାବୁଙ୍କ ପ୍ରିୟ ଡାକୋଟାକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର ବିମାନବନ୍ଦର ପରିସରରେ ’ଡାକୋଟା’ ଲୋକାର୍ପିତ । ଆଜିଠୁ ବିଜୁ ବାବୁଙ୍କ ପ୍ରିୟ ଡାକୋଟାକୁ ଦେଖିଲେ ଓଡ଼ିଶାବାସୀ । ପ୍ରବାଦ ପୁରୁଷଙ୍କ ବୀରତ୍ବର ମୁକସାକ୍ଷୀ ଡାକୋଟାକୁ ପାଖରୁ ଦେଖିବେ ଜନସାଧାରଣ । ୩୦ ମିଟର ପରିଧିର ମାର୍ବଲ୍ ଓ ଗ୍ରାନାଇଟ୍ ଖଚିତ ପ୍ଲାଟଫର୍ମ ଉପରେ ଦଣ୍ଡାୟମାନ ହୋଇଛି ବିଶାଳ ଡାକୋଟା । ଦ୍ବିତୀୟ ବିଶ୍ବଯୁଦ୍ଧ, ସ୍ବାଧୀନତା ମୁକ୍ତି ସଂଗ୍ରାମ, କାଶ୍ମୀରରେ ଅନୁପ୍ରବେଶକୁ ପ୍ରତିହତ କରିବା ପାଇଁ ବିଜୁ ବାବୁ ଯେପରି ଅଦମ୍ୟ ସାହାସ ଦେଖାଇଥିଲେ ପୂର୍ବରୁ ସେସବୁ କାଗଜ କଲମରେ କେବଳ ପଢିବାକୁ ମିଳୁଥିଲା । ଏଣିକି ବାସ୍ତବରେ ଏହାକୁ ଦେଖିବେ ଜନସାଧାରଣ ।

ଡାକୋଟାର ଇଞ୍ଜିନ, ସହିତ ଫ୍ୟୁଜ୍ ଲସ୍କୁ ମୂଳ ରଙ୍ଗ ହାଲୁକା ଗ୍ରେ ରଙ୍ଗ କରାଯାଇଛି । କୋଲକାତାରୁ ଡାକୋଟାରୁ ଆଣିବା ପରେ ବିମାନର ବହୁ ଅଂଶ ନଷ୍ଟ ହୋଇଯାଇଥିଲା । ଜାନୁଆରୀ ୨୦ ତାରିଖରୁ ଭୁବନେଶ୍ବର ବିମାନବନ୍ଦର ହ୍ୟାଙ୍ଗରରେ ମରାମତି ପାଇଁ ଦିନ ରାତି ଏକ କରି ଦେଇଥିଲେ ଏଆର୍ଡିସିର ପ୍ରାୟ ୧୫୦ ଇଞ୍ଜିନିୟର । ଫେବ୍ରୁଆରୀ ୨୪ ତାରିଖରେ ବେସ୍ ଅଣାଯିବା ପରେ ଗତ ୨୮ ତାରିଖରେ ଏହାର ଡେଣା ଓ ଫ୍ୟୁଜ୍ ଲସ୍କକୁ ଖଞ୍ଜାଯାଇଛି । ଏପରିକି ନଷ୍ଟ ହୋଇଥିବା ଟାୟାରକୁ ପୁଣି ମରାମତି କରାଯାଇ ଅରିଜିନାଲ ଲୁକ୍ ଦିଆଯାଇଛି ।

ଦି ଟଲ ମ୍ୟାନ…. ବିଜୁ ପଟ୍ଟନାୟକ

ବିଜୟାନନ୍ଦ ପଟ୍ଟନାୟକ (ବିଜୁ ପଟ୍ଟନାୟକ ଓ ବିଜୁ ବାବୁ ନାମରେ ମଧ୍ୟ ପରିଚିତ, ୫ ମାର୍ଚ୍ଚ ୧୯୧୬ – ୧୭ ଅପ୍ରେଲ ୧୯୯୭) ଜଣେ ଓଡ଼ିଆ ରାଜନୈତିକ ନେତା, ବୈମାନିକ ଓ ଶିଳ୍ପପତି ଥିଲେ । ୧୯୯୦ ମାର୍ଚ୍ଚ ୫ରୁ ୧୯୯୫ ମସିହା ମାର୍ଚ୍ଚ ୧୫ ଯାଏ ଓ ୧୯୬୧ ଜୁନ ୨୩ରୁ ୧୯୬୩ ମସିହା ଅକ୍ଟୋବର ୨ ଯାଏ ସେ ଦୁଇଥର ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟକରିଥିଲେ ।

ପ୍ରାରମ୍ଭିକ ଜୀବନ….

ପିତା ଲକ୍ଷ୍ମୀନାରାୟଣ ପଟ୍ଟନାୟକ ଓ ମାତା ଆଶାଲତା ପଟ୍ଟନାୟକଙ୍କଠାରୁ ୧୯୧୬ ମସିହା ମାର୍ଚ୍ଚ ୫ ତାରିଖ ଦିନ କଟକର ତୁଳସୀପୁରଠାରେ ତୃତୀୟ ସନ୍ତାନ ଭାବେ ଜନ୍ମ ନେଇଥିଲେ । ସେ ରେଭେନ୍ସା କଲେଜିଏଟ ସ୍କୁଲ, କଟକଠାରେ ସ୍କୁଲଶିକ୍ଷା ସାରିଲା ପରେ ରେଭେନ୍ସା କଲେଜରେ ବିଜ୍ଞାନ ପଢ଼ିଥିଲେ । ପାଠପଢ଼ା ଜୀବନରେ ସେ ଖେଳ ପ୍ରତି ଭାରି ଇଚ୍ଛୁକ ଥିଲେ ଓ ବିଶ୍ୱବିଦ୍ୟାଳୟ ଫୁଟବଲ ଓ ଦଳର କ୍ୟାପଟେନ ରହିଆସିଥିଲେ । ତାହା ପରେ ସେ ଦିଲ୍ଲୀର ଏରୋନଟିକ୍ସ ଟ୍ରେନିଂ ଶିକ୍ଷାନୁଷ୍ଠାନରେ ବିମାନ ଉଡାଣ ଶିକ୍ଷାରେ ଯୋଗଦେଇଥିଲେ ।

ବିବାହ ଓ ପରିବାର….

ବିଜୁ ପଟ୍ଟନାୟକ ଜ୍ଞାନ ପଟ୍ଟନାୟକଙ୍କୁ ୧୯୩୮ ମସିହାରେ ବିବାହ କରିଥିଲେ । ତାଙ୍କ ପୁଅ ନବୀନ ପଟ୍ଟନାୟକ ଓଡ଼ିଶାର ବର୍ତ୍ତମାନର ମୁଖ୍ୟମନ୍ତ୍ରୀ । ତାଙ୍କ ଝିଅ ଗୀତା ମେହେଟା ଜଣେ ଲେଖିକା । ତାଙ୍କର ବଡ଼ ପୁଅ ପ୍ରେମ ପଟ୍ଟନାୟକ ଦିଲ୍ଲୀରେ ଜଣେ ବ୍ୟବସାୟୀ ଭାବରେ ଅବସ୍ଥାପିତ। 

ବିମାନ ଚାଳକ ଭାବେ କର୍ମ ଜୀବନ….

ଦିଲ୍ଲୀରୁ ବିମାନ ଉଡ଼ାଣ ଶିକ୍ଷା ସମାପ୍ତ କରି ସେ ଇଣ୍ଡିଆନ ଏୟାର‌ୱେଜରେ ପାଇଲଟ ଭାବରେ ଚାକିରି କରିଥିଲେ । ଏକ ଘଡ଼ିସନ୍ଧି ମୁହୂର୍ତ୍ତରେ ସେ ନିଜେ ବିମାନ ଚଳାଇ ଇଣ୍ଡୋନେସିଆର ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଆଦିଙ୍କୁ ଡଚମାନଙ୍କଠାରୁ ଉଦ୍ଧାର କରିଥିଲେ । ଏହି ଦୁଃସାହସିକ କାର୍ଯ୍ୟପାଇଁ ତାଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ “ଭୂମିପୁତ୍ର” ସମ୍ମାନରେ ସମ୍ମାନୀତ କରାଯାଇଥିଲା ।ଏହି ସମ୍ମାନ ସହ, ପୁରସ୍କାର ସ୍ୱରୂପ ମିଳିଥିବା କୋଟି କୋଟି ଟଙ୍କା ସେ ଇଣ୍ଡୋନେସିଆର ଜନସାଧାରଣଙ୍କ ପାଇଁ ଉତ୍ସର୍ଗ କରିଦେଇଥିଲେ । ବିଜୁ ପଟ୍ଟନାୟକ ଚଳାଉଥିବା ଡାକୋଟା ବିମାନ ୨୦-୨୪ ଫେବୃୟାରୀ ୨୦୧୯ ମସିହାରେ ଅନୁଷ୍ଟିତ ଏୟାର ଶୋ’ରେ ପ୍ରଦର୍ଶିତ ହୋଇଥିଲା ।

ରାଜନୈତିକ ଜୀବନ….

ରାଜନୀତି କ୍ଷେତ୍ରରେ ବିଜୁ ପଟ୍ଟନାୟକ ତାଙ୍କ ରାଜନୈତିକ ଜୀବନ ୧୯୪୬ରେ ଆରମ୍ଭକରି ନିର୍ବିରୋଧ ଭାବେ ଓଡ଼ିଶା ବିଧାନ ସଭାକୁ ଉତ୍ତର କଟକ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ । ୧୯୫୨ ଏବଂ ୧୯୫୭ରେ ସେ ଯଥାକ୍ରମେ ଜଗନ୍ନାଥ ପ୍ରସାଦ ଏବଂ ସୋରଡ଼ାରୁ ଜିତିଥିଲେ । ୧୯୬୧ରେ ସେ ରାଜ୍ୟ କଂଗ୍ରେସର ସଭାପତିତ୍ୱ ଗ୍ରହଣ କରିଥିଲେ ।ତାଙ୍କ ନେତୃତ୍ୱରେ କଂଗ୍ରେସ ଦଳ ୧୪୦ରୁ ୮୨ଟି ଆସନରେ ବିଜୟ ଲାଭକରିଥିଲା । ଚୌଦ୍ୱାରରୁ ନିର୍ବାଚିତ ବିଜୁ ପଟ୍ଟନାୟକ ପ୍ରଥମଥର ନିମନ୍ତେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରି ୨ ଅକ୍ଟୋବର ୧୯୬୩ ଯାଏଁ ପଦବୀରେ ରହିଥିଲେ । କଂଗ୍ରେସ ପାର୍ଟିକୁ ପୁଣି ସତେଜ କରିବା ପାଇଁ ସେ କାମରାଜ ଯୋଜନାରେ ତାଙ୍କ ପଦବୀରୁ ଇସ୍ତଫା ଦେଇଥିଲେ । ବିଜୁ ବାବୁ ଓ ଇନ୍ଦିରା ଗାନ୍ଧୀଙ୍କ ମଧ୍ୟରେ ଘନିଷ୍ଠ ସମ୍ପର୍କ ଥିଲା, ହେଲେ ୧୯୬୯ ରାଷ୍ଟ୍ରପତି ନିର୍ବାଚନ ବେଳେ ତାଙ୍କ ଭିତରେ ମନୋମାଳିନ୍ୟ ହୋଇଯିବାରୁ ଓ ୧୯୭୧ରେ ହୋଇଥିବା ରାଜ୍ୟ ସଭା ନିର୍ବାଚନ ନିମନ୍ତେ କଂଗ୍ରେସ ଟିକଟ ନପାଇବାରୁ ସେ କଂଗ୍ରେସ ପାର୍ଟି ଛାଡ଼ି ଉତ୍କଳ କଂଗ୍ରେସ ନାମରେ ଏକ ନୂତନ ଦଳ କରିଥିଲେ।

୧୯୭୧ ବିଧାନ ସଭା ମତଦାନରେ ତାଙ୍କ ପାର୍ଟି ଯୁକ୍ତିଯୁକ୍ତ ଭାବେ ଭଲ କରିଥିଲା । ବିଜୁ ବାବୁ ତା ପରେ ତାଙ୍କ ପୁରୁଣା ସାଙ୍ଗ ଜୟପ୍ରକାଶ ନାରାୟଣଙ୍କ ସହିତ ସମ୍ପର୍କ ପୁନଃସ୍ଥାପନ କରିଥିଲେ ଓ ୧୯୭୪ରେ ଜେ.ପି ମୁଭମେଣ୍ଟରେ ଯୋଗ ଦେଇଥିଲେ । ୧୯୭୫ରେ ଯେତେବେଳେ ଜରୁରି କାଳୀନ ସ୍ଥିତି ଘୋଷଣା ହେଲା, ବିଜୁ ପଟ୍ଟନାୟକ ପ୍ରଥମ ବ୍ୟକ୍ତି ଥିଲେ ଯିଏ ଅନ୍ୟ ବିରୋଧୀ ନେତାମାନଙ୍କ ସହ ଗିରଫ ହୋଇଥିଲେ । ୧୯୭୭ରେ ସେ ମୁକୁଳିଳେ ଓ ଲୋକ ସଭା ପ୍ରାର୍ଥୀ ହିସାବରେ କେନ୍ଦ୍ରପଡ଼ାରୁ ନିର୍ବାଚିତ ହେଲେ। ୧୯୭୯ ବେଳେ ସେ ମୋରାରଜୀ ଦେଶାଇ ଓ ଚୌଧୁରୀ ଚରଣ ସିଂହଙ୍କ ସରକାର ଅଧିନରେ ଇସ୍ପାତ ଓ ଖଣି ମନ୍ତ୍ରୀ ରହିଥିଲେ । ୧୯୮୦ରେ ବିଜୁ ବାବୁ ଲୋକ ସଭାକୁ ନିର୍ବାଚିତ ହେଲେ ଏବଂ ପୁଣିଥରେ ୧୯୯୬ରେ ଲୋକ ସଭାକୁ ନିର୍ବାଚିତ ହେଇଥିଲେ । ୧୯୯୦ ରାଜ୍ୟ ବିଧାନ ସଭା ନିର୍ବାଚନରେ ଜନତା ଦଳ ଜିତିଲା ଏବଂ ଆଉଥରେ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ୧୯୯୫ ପର୍ଯ୍ୟନ୍ତ କାର୍ଯ୍ୟନିର୍ବାହ କରିଥଲେ ।

ବିଜୁ ବାବୁଙ୍କ ରାଜନୈତିକ ଦୃଷ୍ଟିକୋଣ ମୁଖ୍ୟତଃ ସମାଜବାଦ ଏବଂ ସଂଘିୟ ରାଷ୍ଟ୍ର ଶାସନ ଉପରେ ଦୃଢ଼ୀଭୁତ ଥିଲା । ସେ ଦୃଢ଼ ଭାବରେ ସବୁ ରାଜ୍ୟ ପାଇଁ ଓକିଲତି କରୁଥିଲେ ଏବଂ କହୁଥିଲେ ସବୁ। 

ବିଜୁ ବାବୁଙ୍କ ରାଜନୈତିକ ଦୃଷ୍ଟିକୋଣ ମୁଖ୍ୟତଃ ସମାଜବାଦ ଏବଂ ସଂଘିୟ ରାଷ୍ଟ୍ର ଶାସନ ଉପରେ ଦୃଢ଼ୀଭୁତ ଥିଲା । ସେ ଦୃଢ଼ ଭାବରେ ସବୁ ରାଜ୍ୟ ପାଇଁ ଓକିଲତି କରୁଥିଲେ ଏବଂ କହୁଥିଲେ ସବୁ ରାଜ୍ୟମାନଙ୍କୁ ଦରକାର ଅନୁସାରେ ସମାନ ସାଧନ ଦିଆଯିବା ଉଚିତ । ନେହେରୁ ତାଙ୍କୁ ସ୍ନେହରେ ଭାରତର ଦୁସାହସିକ ବ୍ୟକ୍ତି ବୋଲି କହି ଥିଲେ । ସଂସଦରେ ତାଙ୍କ ସମୟରେ ନେହେରୁ ବିଜୁ ବାବୁଙ୍କ ଉଦ୍ଦେଶ୍ୟରେ କହିଥିଲେ ” ବିଜୁ ପଟ୍ଟନାୟକଙ୍କ ପାଖରେ ସାହସ, ଶକ୍ତି ଓ କାମକରିବାର ଆଗ୍ରହ ଅଛି । ତେଣୁ ଓଡ଼ିଶାକୁ ଅଧିକ ସାହାଯ୍ୟ କରିବାରେ କୌଣସି ପ୍ରମାଦ ନାହିଁ ।”

ବିଜୁ ପଟ୍ଟନାୟକଙ୍କଦ୍ୱାରା ସ୍ଥାପିତ ପୁରସ୍କାର…

ବିଜୁ ପଟ୍ଟନାୟକଙ୍କ ପ୍ରଦତ୍ତ ଧନରାଶିର ସୁଧରୁ ଲବ୍ଧ ଅର୍ଥକୁ ୟୁନେସ୍କୋଦ୍ୱାରା କଳିଙ୍ଗ ପୁରସ୍କାର ଭାବେ ପ୍ରଦାନ କରାଯାଇଥାଏ । ଏହି ପୁରସ୍କାରକୁ ଅନ୍ତର୍ଜାତୀୟ ବୈଜ୍ଞାନିକ ଗୋଷ୍ଠୀ ଏକ ସମ୍ମାନ ଜନକ ପୁରସ୍କାର ଭାବେ ଗ୍ରହଣ କରେ ।

ବିଜୁ ପଟ୍ଟନାୟକଙ୍କଦ୍ୱାରା ପ୍ରତିଷ୍ଠିତ ଅନୁଷ୍ଠାନ….

ସେ କଳିଙ୍ଗ ଟାଇଲସ, କଳିଙ୍ଗ ଟ୍ୟୁବସ, କଳିଙ୍ଗ ଆଇରନ ୱାର୍କସ, କଳିଙ୍ଗ ଏୟାରଲାଇନସ ଓ କଳିଙ୍ଗ ରିଫ୍ରାକଟୋରିଜ ଆଦି ନିଜ ଉଦ୍ୟମରେ ପ୍ରତିଷ୍ଠା କରିଥିଲେ । ରାଜ୍ୟର ପ୍ରଗତି ପାଇଁ ତାଙ୍କରି ଉଦ୍ୟମରେ ନିମ୍ନଲିଖିତ ଅନୁଷ୍ଥାନ ଗୁଡ଼ିକ ମଧ୍ୟ ପ୍ରତିଷ୍ଠା କରାଯାଇଥିଲା ।

ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (OUAT),ଆଞ୍ଚଳିକ ଶିକ୍ଷା ଅନୁଷ୍ଠାନ (ଭୁବନେଶ୍ୱର),ଆଞ୍ଚଳିକ ଗବେଷଣା କେନ୍ଦ୍ର (ଭୁବନେଶ୍ୱର),ସୈନିକ ସ୍କୁଲ, ଭୁବନେଶ୍ୱର,ଏନ.ଆଇ.ଟି, ରାଉରକେଲା ମିଗ ବିମାନ କାରଖାନା, ସୁନାବେଡା,ପାରାଦ୍ୱୀପ ବନ୍ଦରଓଟିଏମ, ଚୌଦ୍ୱାର,ରାଉରକେଲା ଷ୍ଟିଲ ପ୍ଲାଣ୍ଟ,ତାଳଚେର ଥର୍ମାଲ ପ୍ରକଳ୍ପ ,ନାଲକୋ ପ୍ରକଳ୍ପ,ଦୈତାରୀ ଲୌହ ଇସ୍ପାତ କାରଖାନା,ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସମ୍ବଲପୁର ବିଶ୍ୱବିଦ୍ୟାଳୟ ବୁର୍ଲା ଇଞ୍ଜିନିୟରିଂ ଓ ମେଡିକାଲ କଲେଜ ବଡବିଲ ଲୁହା କାରଖାନ।

କଳାହାଣ୍ଡିରୁ ବିଦ୍ୟାଧର ସାହୁଙ୍କ ଉପସ୍ଥାପନା…..

Related posts

ଚନ୍ଦ୍ରକଳା ଙ୍କ ପ୍ରବନ୍ଧ = ଭୂମିପୁତ୍ର ବିଜୁ ପଟ୍ଟନାୟକ 

Sunil Chandra Nayak

ନୀଳମାଧଵ ସରକାରୀ ହାଇସ୍କୁଲର ୩୫ ତମ ବାର୍ଷିକ କ୍ରୀଡା ଉଦଯାପିତ

Sunil Chandra Nayak

ଆଜି ଦିନରେ ମହାନ୍‌ ବିପ୍ଳବୀ ବିର୍ସା ମୁଣ୍ଡା ଙ୍କ ଧରା ପୃଷ୍ଠ ରେ ଅବତରଣ 

masiha

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort