ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଗ୍ରୀଷ୍ମ ପ୍ରବାହ ପାନୀୟଜଳ ଅଂଶୁଘାତ ସମସ୍ୟା ଓ ତାହାର ସଫଳ ମୁକାବଲା ସମ୍ବନ୍ଧୀୟ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ବୈଠକ

ନବରଙ୍ଗପୁର(ମସିହା)୩.୨୦୨୨- ନବରଙ୍ଗପୁର ଜିଲ୍ଲାପାଳ ଡ଼ଃ କମଳ ଲୋଚନ ମିଶ୍ର ଙ୍କ ଅଧ୍ୟକ୍ଷତାରେ ଆଭାସୀ (Virtual) ମାଧ୍ୟମରେ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ଓ ତାର ମୁକାବିଲା ସମ୍ୱନ୍ଧୀୟ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଆଗାମୀ ଗ୍ରୀଷ୍ମ ଋତୁରେ ପିଇବା ପାଣି, ଏବଂ ଅଂଶୁଘାତ ର ସମସ୍ୟା ଓ ତାହାର ସଫଳ ମୁକାବିଲା କରିବା ନିମନ୍ତେ ଆଲୋଚନା ହୋଇଥିଲା । ଏହି ବୈଠକରେ ମାନ୍ୟବର ବିଧାୟକ ଡାବୁଗାଁ ମନୋହର ରନ୍ଧାରୀ ଏବଂ ମାନ୍ୟବର ବିଧାୟକ ଉମରକୋଟ ନିତ୍ୟାନନ୍ଦ ଗଣ୍ଡ ଭାଗ ନେଇ ଅଚଳ ପଡିଥିବା ନଳକୂପ ଗୁଡିକୁ ଯୁଦ୍ଧକାଳୀନ ଭିତ୍ତିରେ ମରାମତି କରିବା ପାଇଁ ପରାମର୍ଶ ଦେଇଥିଲେ। ବିଶେଷ କରି ଜିଲ୍ଲାର ପ୍ରତ୍ୟେକ ଅଙ୍ଗନବାଡ଼ି କେନ୍ଦ୍ର ଏବଂ ବିଦ୍ୟାଳୟ ମାନଙ୍କରେ ପ୍ରର୍ଯ୍ୟାପ୍ତ ପରିମାଣର ORS ପକେଟ ମହଜୁତ ରଖିବା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଏବଂ ଜିଲ୍ଲା ସାମାଜ କଲ୍ୟାଣ ଅଧିକାରୀ ଙ୍କୁ ଜିଲ୍ଲାପାଳ ଡ଼ଃ ମିଶ୍ର ନିର୍ଦ୍ଧେଶ ଦେଇଥିଲେ। ପ୍ରତ୍ୟେକ ବିଦ୍ୟାଳୟ ମାନଙ୍କରେ ପିଲା ମାନଙ୍କ ପାଇଁ ଜଳ ଯୋଗାଣ ନିମନ୍ତେ ପାଞ୍ଚ ମିନିଟ ସମୟ ବ୍ୟବଧାନ ବାଧ୍ୟତାମୂଳକ ରଖିବା ପାଇଁ ଜିଲ୍ଲାପାଳ ଡ଼ଃ ମିଶ୍ର ପରାମର୍ଶ ଦେଇଥିଲେ । ସେହିପରି ଜିଲ୍ଲା ଶ୍ରମ ବିଭାଗ ତରଫରୁ ଶ୍ରମିକ ମାନଙ୍କ କାର୍ଯ୍ୟ ସ୍ଥଳରେ ସ୍ୱତନ୍ତ୍ର ପାଣିର ବ୍ୟବସ୍ଥା କରିବା ସହିତ ଦିନ ୧୧.୦୦ ଘଣ୍ଟା ସମୟରୁ ଅପରାହ୍ନ ୩.୩୦ ପର୍ଯ୍ୟନ୍ତ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁଁ ଅଂଶୁଘାତର ଆଶଙ୍କା ଥିବାରୁ ରାଜ୍ୟ ସରକାର ଙ୍କ ନିର୍ଦ୍ଧେଶ କ୍ରମେ ଏହି ସମୟ ସୀମା ମଧ୍ୟରେ ଶ୍ରମିକ ମାନଙ୍କୁ କାର୍ଯ୍ୟରେ ନ ଲଗାଇ ଛାୟାର ବ୍ୟବସ୍ଥା କରିବା ପାଇଁ ଜିଲ୍ଲା ଶ୍ରମ ଅଧିକାରୀ ଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଛନ୍ତି। ସେହିପରି ରାଜ୍ୟ ସରକାରଙ୍କ ନିର୍ଦ୍ଧେଶ ଅନୁଯାଇ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ସ୍କୁଲ ଏବଂ କଲେଜ ରେ ଶିକ୍ଷା ଦାନ କରିବା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଦାଉରୁ ରକ୍ଷା ପାଇବା ନିମନ୍ତେ ସମସ୍ତ ପ୍ରକାର ପରିବହନ ଯାନ ଏବଂ ଯାତ୍ରୀ ମାନଙ୍କ ନିମନ୍ତେ ବହୁଳ ପରିମାଣରେ ବିଶୁଦ୍ଧ ପାନୀୟ ଜଳ ଏବଂ ପର୍ଯ୍ୟାପ୍ତ ପରିମାଣର ଓଆରଏସ ପକେଟ ମହଜୁଦ ରଖିବା ପାଇଁ ଜିଲ୍ଲାପାଳ ଡଃ ମିଶ୍ର ପରିବହନ ବିଭାଗ କୁ ନିର୍ଦ୍ଦେଶ ଦେଇଥିଲେ l ଜିଲ୍ଲାର ଅଚଳ ଥିବା ନଳକୂପ ଗୁଡିକୁ ଯୁଦ୍ଧକାଳିନ ଭିତ୍ତିରେ ମରାମତି କରିବା ସହିତ ଆବଶ୍ୟକ ସ୍ଥଳେ ଭ୍ରାମ୍ୟମାଣ ଟ୍ୟାଙ୍କର ସାହାଯ୍ୟରେ ପିଇବା ପାଣି ର ସୁବ୍ୟବସ୍ଥା କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ। ଅଂଶୁଘାତ ର ସଫଳ ମୁକାବିଲା ପାଇଁ ପ୍ରତି ବ୍ଲକ ସ୍ତରରେ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ନିୟନ୍ତ୍ରଣ କକ୍ଷ ଖୋଲି ତୁରନ୍ତ ଆବଶ୍ୟକୀୟ ସେବା ଯୋଗାଇ ଦେବା ପାଇଁ ସମ୍ପୃକ୍ତ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ । ଅଂଶୁଘାତ ର ଆଶଙ୍କା କୁ ଦୃଷ୍ଟିରେ ରଖି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସହିତ ଜିଲ୍ଲାର ପ୍ରତି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ମାନଙ୍କ ରେ ନିରବଚ୍ଛିନ୍ନ ବିଦ୍ୟୁତ ସେବା ଯୋଗାଇ ଦେବା ପାଇଁ ବିଭାଗୀୟ ନିର୍ବାହୀ ଯନ୍ତ୍ରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ । ସେହିପରି, ଆବଶ୍ୟକ ସ୍ଥଳେ ଜିଲ୍ଲାର ଜନଗହଳି ସମ୍ପୂର୍ଣ୍ଣ ସ୍ଥାନ ମାନଙ୍କ ରେ ଜଳଛତ୍ର ର ଆୟୋଜନ କରିବା ନିମନ୍ତେ ସମ୍ପୃକ୍ତ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ଡ଼ଃ ମିଶ୍ର ନିର୍ଦ୍ଧେଶ ଦେଇଥିଲେ।

ଏହି ବୈଠକରେ ଅତିରିକ୍ତ ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ନବରଙ୍ଗପୁର ଦେବୀପ୍ରସାଦ ଟାଲି, ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ, ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ, ନବ କିଶୋର ବେହେରା,ଉପ ଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତ, ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ମୌସୁମୀ ନାୟକ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଶିଶିର କୁମାର ପାଣି, ଜିଲ୍ଲା ଶ୍ରମ ଅଧିକାରୀ, ସମ୍ପୃକ୍ତ ଅଧୀକ୍ଷକ ଯନ୍ତ୍ରୀ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ସ୍ବର୍ଣ୍ଣଲତା ବିଶ୍ୱାସଙ୍କ ସହିତ ଜିଲ୍ଲାର ସମସ୍ତ ଗୋଷ୍ଠି ଉନ୍ନୟନ ଅଧିକାରୀ, ତହସିଲଦାର, ସିଡିପିଓ ଏବଂ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ବରିଷ୍ଠ ଅଧିକାରୀ ଜିଲ୍ଲା ପ୍ରକଳ୍ପ ଅଧିକାରୀ, ହିମାଂଶୁ ଶେଖର ପଟନାୟକ , ଆଞ୍ଚଳିକ ପରିବହନ ଅଧିକାରୀ ଜିତେନ୍ଦ୍ର କୁମାର ଭୋଇ ପ୍ରମୁଖ ଉପସ୍ଥିତ ଥିଲେ ।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିୟୁଜ

Related posts

ଇନ୍‌ୱେକ୍‌ ଓମେନ୍‌ ବିଜନେସ୍‌ ମେଳାର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ  ଇନ୍‌ୱେକ୍‌ ଓମେନ୍‌ ବିଜନେସ୍‌ ମେଳା ସାରା ଭାରତର ମହିଳା ମାନଙ୍କ ପାଇଁ ଉଦ୍ୟୋଗୀ ହେବା ପାଇଁ ପ୍ରେରଣା ପ୍ରଦାନ କରିବ

masiha

ରାଇରଙ୍ଗପୁର ଉଚ୍ଚ ବାଳକ ବିଦ୍ୟାଳୟ ପରିସରରେ ବିଶ୍ଵ ବରିଷ୍ଠ ନାଗରିକ ଦିବସ 

masiha

ମାଟ୍ରିକ ପରୀକ୍ଷା ଫଳାଫଳରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ନୂଆପଡ଼ାର ସଫଳତା 

masiha

Leave a Comment

error: Content is protected !!