ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବାଣାୟତ ଖଣ୍ଡାୟତ ସମାଜର ପ୍ରସ୍ତୁତି ବୈଠକ

ରାଉରକେଲା/ ନିଖିଳ ଓଡିଶା ବାଣାୟତ ଓଡିଆ ସମାଜ ର ଆସନ୍ତା ୨୬ ତାରିଖରେ ହେବାକୁ ଥିବା ବାର୍ଷିକୋତ୍ସବ ଓ ଅନୁଷ୍ଠାନର ନିର୍ବାଚନ ପାଇଁ ଏକ ପ୍ରସ୍ତୁତି ବୈଠକ ସେକ୍ଟର ୩ ଶ୍ରୀଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ସମାଜର ସଭାପତି ବାବାନାଥ ପରିଡାଙ୍କ ସଭାପତିତ୍ବ ଓ ସାଧାରଣ ସଂପାଦକ ଅଭିରାମ ପ୍ରଧାନଙ୍କ ଆବାହକତ୍ବରେ ଆୟୋଜିତ ଏହି ବୈଠକରେ ଅନୁଷ୍ଠାନର କର୍ମକର୍ତ୍ତାମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମର ରୂପରେଖ ପ୍ରସ୍ତୁତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସଭାପତି ଗନ୍ଧର୍ବ ପ୍ରଧାନ ଓ ରାଜ୍ୟ ନିର୍ବାଚନ ଅଧିକାରୀ ଉଦୟନାଥ ପ୍ରଧାନ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା କରିବେ ବୋଲି ସ୍ଥିର କରାଯାଇଛି । ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସର୍ବଶ୍ରୀ ବାବୁଲା ନାହାକ, ଅଜୟ ପ୍ରଧାନ, ବିଜୟଲକ୍ଷ୍ମୀ ପ୍ରଧାନ, ଶରତ କୁମାର ଜେନା, ଅଶୋକ ବିଶ୍ବାଳ, ଇଶ୍ବର ପ୍ରଧାନ ଓ ଅନ୍ୟମାନେ ଉପସ୍ଥିତ ଥିଲେ ।

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ 

Related posts

ଧରାକୋଟ ଥାନା ପକ୍ଷରୁ ଏକତା ଦୌଡ଼

Sunil Chandra Nayak

ଖବର ପ୍ରକାଶିତ ପରେ ଆରମ୍ଭ ହେଲା ଡେଙ୍ଗାଗୁଡା ରାସ୍ତା ମରାମତି କାର୍ଯ୍ୟ

Sunil Chandra Nayak

ଦାଦନ ଗଡରେ ବଢି ଚାଲିଛି ଦାଦନ ମୃତ୍ୟୁ ! ନିଦାବିଷ୍ଣୁ ଶ୍ରମ ବିଭାଗ

masiha

Leave a Comment

error: Content is protected !!