ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଚଉଁରା ଗ୍ରାମର ଝରନି ପୋଖରୀ କୁ ଗାଧୋଇବା କୁ ଯାଇ ଦୁଇ ଶିଶୁର ମୃତୁ

ନୂଆପଡା  // ନୂଆପଡ଼ା ଜିଲ୍ଲା ସିନାପାଲି ଥାନା ଚଉଁରା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗ୍ରାମର ଝରନି ପୋଖରୀ କୁ ଗାଧୋଇବା କୁ ଯାଇ ଦୁଇ ଶିଶୁର ମୃତୁ ହୋଇଛି। ପୋଖରୀ ରେ ବୁଡ଼ି ମୃତ୍ୟୁବରଣ କରିଥିବା ଦୁଇ ଶିଶୁ ବୃଷଭ ବନ୍ଦୀଛୋର ଏବଂ ଅମିତ ବନ୍ଦୀଛୋର ବୋଲି ଜଣାପଡିଛି। ଘଟଣାର ଖବର ପାଇ ପରିବାର ଲୋକେ ପୋଖରୀ ନିକଟକୁ ଯାଇଥିଲେ। ଦୁଇ ଶିଶୁକୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ସିନାପାଲି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର କୁ ଆଣିଥିଲେ। ଦୁଇ ଶିଶୁ ପହଞ୍ଚିବା ଆଗରୁ ମୃତ୍ୟୁ ହୋଇଥିବା ସିନାପାଲି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଡାକ୍ତର ମୋନାଳୀ ପ୍ରିୟଦର୍ଶିନୀ ପ୍ରକାଶ କରିଛନ୍ତି l ଏହି ଘଟଣାକୁ ନେଇ ଗାଁ ରେ ଶୋକା କୁଲ ପରିବେଶ ସୃଷ୍ଟି ହୋଇଛି। ଏମାନେ ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବା ବେଳେ ସରକାରୀ ସହାୟତା ଯୋଗାଇ ଦେବାକୁ ପରିବାର ଲୋକେ ଦାବୀ କରିଛନ୍ତି।

ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

ବେଦାନ୍ତ ଲିମିଟେଡ ପକ୍ଷରୁ ଦ୍ଵିତୀୟ ପର୍ଯ୍ୟାୟ ମୋତିଆବିନ୍ଦୁ ଚିକିତ୍ସା ଶିବିର 

masiha

ନମିତା ବୁଖରା : ଶିକ୍ଷା ପାଇଁ ସମର୍ପିତ ପ୍ରାଣ ଟିଏ

Sunil Chandra Nayak

ଦକ୍ଷିଣ ରାଉରକେଲା ରେ ଉତ୍କଳ ଦିବସ ପାଳିତ 

Sunil Chandra Nayak

Leave a Comment

error: Content is protected !!