ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବାଇକ ଧକ୍କାରେ ଜଣେ ମୃତ, ବାଇକ ଚାଳକ ଗୁରୁତର

କନ୍ଧମାଳ:20/03(ମନିସ): କନ୍ଧମାଳ ଜିଲା ସଦର ଥାନା ଅନ୍ତର୍ଗତ ବିଶିପଡ଼ା ଛକରେ ବାଇକ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ ଚାଳକ ଗୁରୁତର ଆହତ ହୋଇଥିବା ଜଣାପଡିଛି।ସୂଚନା ଅନୁସାରେ ସଦର ଥାନା ଅନ୍ତର୍ଗତ କେଣ୍ଡ୍ରିଗୁଡ଼ା ଗ୍ରାମର ଚନ୍ଦ୍ରମଣି ଦିଗାଲ (୭୦) ବିଶିପଡ଼ା ଛକକୁ ମାଂସ କିଣିବାକୁ ଆସିଥିବା ବେଳେ ଫୁଲବାଣୀ ପାର୍ଶ୍ବରୁ ଆସୁଥିବା ଏକ ବାଇକ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ସେ ସେଠାରେ ପଡ଼ି ଯାଇଥିଲେ ତାଙ୍କୁ ସଦର ପୋଲିସ ତୁରନ୍ତ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟ ଫୁଲବାଣୀକୁ ପଠାଇ ଥିବା ବେଳେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ଅନ୍ୟ ବାଇକ ଚାଳକ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ବେଳେ ସେ ଅଚେତ ଅବସ୍ଥାରେ ଥିବାରୁ ତାଙ୍କର ପରିଚୟ ମିଳି ପାରିନାହିଁ। ଧକ୍କା ଦେଇଥିବା ବାଇକ ନମ୍ବର ହେଲା ଓଡ଼ି ୧୨- ଏ -୫୧୫୯। ଏନେଇ ମୃତ ବ୍ୟକ୍ତିଙ୍କ ବୋହୁ ସୁଚିସ୍ମିତା ଦିଗାଲ ସଦର ଥାନାରେ ଏତଲା ଦେଇଛନ୍ତି। ସଦର ପୁଲିସ ୩୧/୨୩ଏକ ମାମଲା ରୁଜ୍ଜୁ କରି ତଦନ୍ତ ଆରମ୍ଭ କରିବା ସହିତ ବାଇକକୁ ଜବତ କରାଯାଇଛି ବୋଲି ସଦର ଥାନା ଅଧିକାରୀ ସୂଚନା ଦେଇଛନ୍ତି।

କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ

Related posts

ଆଗାମୀ ନିର୍ବାଚନରେ ଦଳୀୟ ପ୍ରାର୍ଥୀ ଟିକେଟ ନ ମିଳିଲେ ଯାଦବ ସମାଜ ସ୍ଵାଧୀନ ପ୍ରାର୍ଥୀ ଦେବ

masiha

ରାଜ୍ୟରେ ଏକ ନମ୍ବର ସ୍ଥାନ ଅଧିକାର କରିଥିବା ସ୍ବାସ୍ଥ୍ୟ ଆରୋଗ୍ୟ କେନ୍ଦ୍ର ସର୍ଗିଗୁଡ଼ାକୁ ପରିଦର୍ଶନ କଲେ ସ୍ବାସ୍ଥ୍ୟ ସଚିବ ଶାଳିନି ପଣ୍ଡିତ

ଝାଡ଼ାବାନ୍ତିରେ 15 ରୁ ଅଧିକ ଆକ୍ରାନ୍ତ

masiha

Leave a Comment

error: Content is protected !!