ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି

ନୂଆପଡା, // ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟ ଠାରେ ସୋମବାର ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି । ଏହି ଶିବିରରେ ବ୍ଲକର ମୋଟ ୬୮ ଗୋଟି ଅଭିଯୋଗ ଶୁଣାଣୀ ହୋଇଥିଲା । ଶିବିରରେ ଛଅ ଜଣ ଦିବ୍ୟାଙ୍ଗ ଙ୍କୁ ଟ୍ରାଏ ସାଇକେଲ ବଣ୍ଟନ କରାଯାଇଥିଲା ।ସେମାନଙ୍କ ବାର୍ଦ୍ଧକ୍ୟ ଭତ୍ତା ଏବଂ ରାସନ୍ କାର୍ଡରେ ମିଳୁଥିବା ଚାଉଳକୁ ସଠିକ୍ ଭାବରେ ଯୋଗାଇ ଦେବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଏଥିରେ ଜିଲ୍ଲାପାଳ ହେମକାନ୍ତ ସାଏ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଶୋଭା ରାଣୀ ମିଶ୍ର, ପ୍ରକଳ୍ପ ନିର୍ଦ୍ଦେଶକ ମଧୂ ଛନ୍ଦା ସାହୁ, ଖଡ଼ିଆଳ ବିଡିଓ ବୀରସେନ ବେହେରା, ବ୍ଲକ ଅଧ୍ୟକ୍ଷା ପୁଷ୍ପାଞ୍ଜଳି ନନ୍ଦ, ସମେତ ଜିଲ୍ଲା ସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।

ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

କିନ୍ନର ମାନଙ୍କୁ ପରିଚୟ ପତ୍ର ପ୍ରଦାନ

Sunil Chandra Nayak

ଅଦ୍ଵିକା କାର୍ଯ୍ୟକ୍ରମ ମାଧ୍ୟମରେ କିଶୋର କିଶୋରୀ ମାନଙ୍କୁ ନେଇ ନାଗରିକ ଦାୟିତ୍ଵ ବୋଧ ଶିକ୍ଷା ସହିତ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

masiha

ଯୁକ୍ତ ଦୁଇ ପରୀକ୍ଷା ମେଧା ବିଦ୍ୟାର୍ଥୀ କୁମାରୀ ଅନନ୍ୟା ପ୍ରଧାନଙ୍କ ସଫଳତା 

Leave a Comment

error: Content is protected !!