ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି

ନୂଆପଡା, // ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟ ଠାରେ ସୋମବାର ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି । ଏହି ଶିବିରରେ ବ୍ଲକର ମୋଟ ୬୮ ଗୋଟି ଅଭିଯୋଗ ଶୁଣାଣୀ ହୋଇଥିଲା । ଶିବିରରେ ଛଅ ଜଣ ଦିବ୍ୟାଙ୍ଗ ଙ୍କୁ ଟ୍ରାଏ ସାଇକେଲ ବଣ୍ଟନ କରାଯାଇଥିଲା ।ସେମାନଙ୍କ ବାର୍ଦ୍ଧକ୍ୟ ଭତ୍ତା ଏବଂ ରାସନ୍ କାର୍ଡରେ ମିଳୁଥିବା ଚାଉଳକୁ ସଠିକ୍ ଭାବରେ ଯୋଗାଇ ଦେବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଏଥିରେ ଜିଲ୍ଲାପାଳ ହେମକାନ୍ତ ସାଏ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଶୋଭା ରାଣୀ ମିଶ୍ର, ପ୍ରକଳ୍ପ ନିର୍ଦ୍ଦେଶକ ମଧୂ ଛନ୍ଦା ସାହୁ, ଖଡ଼ିଆଳ ବିଡିଓ ବୀରସେନ ବେହେରା, ବ୍ଲକ ଅଧ୍ୟକ୍ଷା ପୁଷ୍ପାଞ୍ଜଳି ନନ୍ଦ, ସମେତ ଜିଲ୍ଲା ସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।

ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

ଭେଜିପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଗୁରୁଦିବସ ପାଳନ

masiha

ଅର୍ଥ ସାଜିଛି ବାଧକ ଖଟରେ ବିତୁଛି କେଶରୀ ତାଣ୍ଡିଙ୍କ ଜୀବନ

ଡାବୁଗାଁ ଥାନା ରେ ନୂତନ ଆଇଆଇସି ଙ୍କ ଯୋଗଦାନ

Sunil Chandra Nayak

Leave a Comment

error: Content is protected !!