ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଡାବୁଗାଁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ବୃକ୍ଷରୋପଣ ଓ ବନୀକରଣ ନିମନ୍ତେ ଶ୍ରେଷ୍ଠ ବିଦ୍ୟାଳୟ ଭାବେ ପୁରସ୍କୃତ

ଡାବୁଗାଁ, ୨୧/୩ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧୀନ ଜିଲା ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଦ୍ଵାରା ପରିଚାଳିତ ଡାବୁଗାଁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ସୁକାନ୍ତ କୁମାର ସ୍ଵାଇଁ ଙ୍କ ପ୍ରଚେଷ୍ଟାରେ ବିଦ୍ୟାଳୟଟି ବୃକ୍ଷରୋପଣ ଓ ବନୀକରଣ କାର୍ଯ୍ୟ ନିମନ୍ତେ ଶ୍ରେଷ୍ଠ ବିଦ୍ୟାଳୟ ଭାବେ ମଙ୍ଗଳବାର ପୁରସ୍କୃତ ହୋଇଛି | ବିଶ୍ଵ ବନ ଦିବସ ପାଳନ ଉପଲକ୍ଷେ ନବରଙ୍ଗପୁର ଜିଲା ବନବିଭାଗ ଆନୁକୁଲ୍ୟରେ ଚରକ ବନ ଠାରେ ଏକ ପୁରସ୍କାର ବିତରଣ ସଭା ଆୟୋଜିତ ହୋଇଥିଲା | ଏଥିରେ ନବରଙ୍ଗପୁର ଜିଲା ରୁ ଏକ ମାତ୍ର ବିଦ୍ୟାଳୟ ଭାବେ ନବରଙ୍ଗପୁର ବନଖଣ୍ଡ ଅଧୀନ ଡାବୁଗାଁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ବୃକ୍ଷରୋପଣ ଓ ବନୀକରଣ କାର୍ଯ୍ୟ ନିମନ୍ତେ ଶ୍ରେଷ୍ଠ ବିଦ୍ୟାଳୟ ଭାବେ ପୁରସ୍କୃତ କରାଯାଇଥିଲା | ଏହି ସଭାରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲାପାଳ ଭାସ୍କର ରଇତୋ, ନବରଙ୍ଗପୁର ବନଖଣ୍ଡ ଅଧିକାରୀ ପ୍ରସନ୍ନ କୁମାର ବେହେରା, ସହକାରୀ ବନ ସଂରକ୍ଷକ ଧନୁର୍ଜୟ ମହାପାତ୍ର, ଗ୍ରାମ୍ୟ ବିକାଶ ସଂଗଠନ ମୁଖ୍ୟ ଇଶ୍ଵର ସାବତ, ଡାବୁଗାଁ ବନାଞ୍ଚଳ ଅଧିକାରୀ ସେତୁରଞ୍ଜନୀ ଗମାଙ୍ଗ ଙ୍କ ସମେତ ଅନ୍ୟ ଅତିଥି ମାନେ ଉପସ୍ଥିତ ଥିଲେ | ଏଥିରେ ପୁରସ୍କାର ରୂପେ ମାନପତ୍ର ଓ ୧୦ ହଜାର ଟଙ୍କାର ଏକ ଚେକ ପ୍ରଦାନ କରାଯାଇଥିଲା | ଏହି ପୁରସ୍କାର କୁ ବର୍ତ୍ତମାନର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ଆରତୀ ବିଶୋୟୀ ଓ ଶିକ୍ଷକ ମହେଶ୍ଵର ନାଥ ଅତିଥି ମାନଙ୍କ ଠାରୁ ପୁରସ୍କାର ଗ୍ରହଣ କରିଥିଲେ | ବିଦ୍ୟାଳୟର ସମସ୍ତ ଶିକ୍ଷୟତ୍ରୀ ଶିକ୍ଷକ, କର୍ମଚାରୀ ଓ ଛାତ୍ରୀ ମାନଙ୍କର ନିଷ୍ଠାପର କାର୍ଯ୍ୟ ପାଇଁ ଏହି ପୁରସ୍କାର ମିଳିଥିବାରୁ ଭାରପ୍ରାପ୍ତ ପ୍ରଧାନଶିକ୍ଷୟତ୍ରୀ ସମସ୍ତ ଙ୍କୁ ପ୍ରଶଂସା କରିବା ସଙ୍ଗେ ସଙ୍ଗେ ଧନ୍ୟବାଦ ଜଣାଇଛନ୍ତି |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ଫର୍ଣ ଆଣ୍ଡ ପ୍ଲେ ସ୍କୁଲରେ ବିଜ୍ଞାନ ପ୍ରଦର୍ଶନୀ

Sunil Chandra Nayak

କୋଶଳ ରାଜ୍ୟ ଗଠନ ପାଇଁ ଦିଲ୍ଲୀ ରୁ ସମର୍ଥନ ଦେଲେ ପଞ୍ଚିମ ଓଡ଼ିଶାର ଛାତ୍ରଛାତ୍ରୀ 

masiha

ପଣ୍ଡିକୋଟ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳନ

masiha

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort